![](https://thesamikhsya.com/odia/wp-content/uploads/2020/07/aiims-bbsr.jpg)
ଭୁବନେଶ୍ୱର: ଭୁବନେଶ୍ୱର ଏମସ୍ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେଇଛନ୍ତି।
ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଧିକାରୀଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ। ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି। ଏମସ୍ ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ ଯେ କଟକସ୍ଥିତ ଏସସିବି ମେଡିକାଲ କଲେଜ, ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜ ଏବଂ ବୁର୍ଲା ଭିମସାରରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି। ସାରା ରାଜ୍ୟରେ ବର୍ତ୍ତମାନ ୩୩୮ ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି।