Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ: ସୁବୁଦ୍ଧିପାଟଣା ଛକରେ ସଡକ ଦୁର୍ଘଟଣା, ଗୁରୁତର ଅବସ୍ଥାରେ ଟ୍ରକ ଚାଳକଙ୍କୁ କରାଗଲା ଉଦ୍ଧାର
ଆଜିର ଖବର

ବାଲୁଗାଁ: ସୁବୁଦ୍ଧିପାଟଣା ଛକରେ ସଡକ ଦୁର୍ଘଟଣା, ଗୁରୁତର ଅବସ୍ଥାରେ ଟ୍ରକ ଚାଳକଙ୍କୁ କରାଗଲା ଉଦ୍ଧାର

July 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ସକାଳୁ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ଟ୍ରକ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।

ସୂଚନା ମୁତାବକ ରାଉରକେଲା କଇଡ଼ାରୁ ଆଇରନ ନେଇ ଏକ ଟ୍ରକ (ଓଡ଼ି-୦୯-ସି-୪୫୧୫) ବ୍ରହ୍ମପୁର ଗୋପାଳପୁର ଅଭିମୁଖେ ଯାଉଥିଲା। ସୁବୁଦ୍ଧିପାଟଣା ଛକ ନିକଟରେ ଟ୍ରକଟିର ଚକା ଫାଟିଯିବାରୁ ଟ୍ରକ ଚାଳକ ଗାଡିକୁ ସେଠାରେ ଠିଆ କରିଥିଲେ। ତେବେ ଭୋର ୫ ଘଟିକା ସମୟରେ ଭୁବନେଶ୍ୱର ଆଡୁ ଆନ୍ଧ୍ର ପ୍ରଦେଶ ଯାଉଥିବା ଏକ ବାଲି ବୋଝେଇ ଟ୍ରକଟି (ଏପି-୩୧-ଟିଜି-୯୫୬୯) ଭାରସାମ୍ୟ ହରାଇ ପୂର୍ବରୁ ଛିଡା ହୋଇଥିବା ଆଇରନ ବୋଝେଇ ଟ୍ରକଟିକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ବାଲି ବୋଝେଇ ଟ୍ରକ ଚାଳକ ଟ୍ରକ ମଧ୍ୟରେ ଚାପି ହୋଇ ରହିଥିଲେ।

ଖବର ପାଇ ଦୁର୍ଘଟଣା ସ୍ଥଳରେ ବାଲୁଗାଁ ଅଗ୍ନିଶମ ବାହିନୀ ପହଞ୍ଚି ଟ୍ରକ ଚାଳକଙ୍କୁ ଗ୍ୟାସ କଟର ଜରିଆରେ ଉଦ୍ଧାର କରିବା ପାଇଁ ଚେଷ୍ଟା ଜାରି କରିଥିଲେ। ନାଭାଲ ଫାଣ୍ଡି ଅଧିକାରୀ ଦିଲୀପ ସାହୁ ମଧ୍ୟ ସଦଳବଳେ ଦୁର୍ଘଟଣାସ୍ଥଳରେ ପହଞ୍ଚି ଗାଡି ଚାଳକଙ୍କୁ ଉଦ୍ଧାର କରିବାରେ ଲାଗିପଡିଥିଲେ। ତେଣୁ ବହୁ ଚେଷ୍ଟା ପରେ ଚାଳକଙ୍କୁ ଗାଡି ଭିତରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଯାଇଛି। ଏହାପରେ ନାଭାଲ ଫାଣ୍ଡି ପୋଲିସ ଜାତୀୟ ରାଜପଥରୁ ଟ୍ରାଫିକ କ୍ଳିଅର କରୁଥିବାର ଦେଖାଯାଇଛି।

ଗୁରୁତର ଅବସ୍ଥା ଟ୍ରକ ଚାଳକ ବାଲୁଗାଁ ବାଲୁଗାଁ ଥାନା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.