Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ଅଗଷ୍ଟ ୧ ତାରିଖ ଯାଏଁ ଜାରି ରହିବ ଆଂଶିକ ଲକଡାଉନ: ସମଗ୍ର ରାଜ୍ୟରେ ଆରମ୍ଭ ହେବ ବସ ସେବା
ବିଶେଷ ଖବର

ରାଜ୍ୟରେ ଅଗଷ୍ଟ ୧ ତାରିଖ ଯାଏଁ ଜାରି ରହିବ ଆଂଶିକ ଲକଡାଉନ: ସମଗ୍ର ରାଜ୍ୟରେ ଆରମ୍ଭ ହେବ ବସ ସେବା

July 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଯୋଗୁଁ ଆଂଶିକ ଲକଡାଉନ ଜାରି ରହିଛି। ଆସନ୍ତାକାଲି ଠାରୁ ଏହି ଆଂଶିକ ଲକଡାଉନର କଟକଣା ସମାପ୍ତ ହେଉଛି। ତେବେ କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଅଗଷ୍ଟ ୧ ତାରିଖ ଯାଏଁ ଯାଏଁ ଆଂଶିକ ଲକଡାଉନକୁ ବୃଦ୍ଧି କରାଯାଇଛି। ଆଜି ପ୍ରେସ ବାର୍ତ୍ତାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏନେଇ ଘୋଷଣା କରିଛନ୍ତି। ରାଜ୍ୟକୁ ଦୁଇଟି କ୍ୟାଟାଗୋରୀରେ ବିଭକ୍ତ କରାଯାଇଛି। ଗୋଟିଏ ‘ଏ’ କ୍ୟାଟାଗୋରୀ ଏବଂ ଦ୍ଵିତୀୟଟି ‘ବି’ କ୍ୟାଟାଗୋରୀରେ ବିଭକ୍ତ କରାଯାଇଛି। କ୍ୟାଟାଗୋରୀ ‘ଏ’ ଜିଲ୍ଲାରେ ୨୦ ଟି ଜିଲ୍ଲାକୁ ରଖାଯାଇଥିବା ବେଳେ କ୍ୟାଟାଗୋରୀ ‘ବି’ ରେ ୧୦ ଟି ଜିଲ୍ଲାକୁ ରଖାଯାଇଛି।

କ୍ୟାଟାଗୋରୀ ‘ଏ’ ଜିଲ୍ଲା:

ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା ।

କଣ ରହିବ ବନ୍ଦ ଓ ଖୋଲା:

ସକାଳ ୬ ରୁ ସନ୍ଧ୍ୟା ୮ ଯାଏଁ ଦୋକାନ ବଜାର ଖୋଲା ରହିବ। କେବଳ ସପିଙ୍ଗ ମଲ ଏବଂ ପାର୍ଲର ବ୍ୟତୀତ ଅନ୍ୟ ସବୁ ଦୋକାନ ଖୋଲା ରହିବ। ଏହି ଜିଲ୍ଲାଗୁଡିକରେ ସପ୍ତାହନ୍ତ ସଟଡାଉନକୁ ଉଠାଇଦିଆଯାଇଛି। ହେଲେ ସନ୍ଧ୍ୟା ୮ ଟାରୁ ସକାଳ ୬ ଟା ଯାଏଁ ରାତ୍ରୀକାଳୀନ କର୍ଫ୍ୟୁ ବଳବତ୍ତର ରହିବ। ପବ୍ଲିକ ଟ୍ରାନ୍ସପୋର୍ଟକୁ ଅନୁମତି। ବସରେ ଯେତିକି ସିଟ ଥିବା ସେତିକି ଯାତ୍ରୀଙ୍କୁ ନେଇ ବସ ସେବା ଚାଲିବ। ଫିଲ୍ମ ଶୁଟିଙ୍ଗ ପାଇଁ ଅନୁମତି ମିଳିଛି। ଉଭୟ ଇନଡୋର ଏବଂ ଆଉଟ ଡୋର ଶୁଟିଙ୍ଗ କୁ ଅନୁମତି। ସାପ୍ତାହିକ ହାଟକୁ ଅନୁମତି ମିଳିଛି। ରାଜନୈତିକ ସମାବେଶ, ଧାର୍ମିକ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଆଦିକୁ ଅନୁମତି ନାହିଁ। ସପ୍ତାହନ୍ତ ସଟଡାଉନକୁ ରାଜ୍ୟସରକାର ଏହି ୨୦ ଟି ଜିଲ୍ଲାରୁ ଉଠାଇ ଦେଇଛନ୍ତି।

କ୍ୟାଟୋଗରୀ “ବି” ଜିଲ୍ଲା:

ନୟାଗଡ, ପୁରୀ, କଟକ, ଭଦ୍ରକ, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜ, କେନ୍ଦ୍ରାପଡା ବାଲେଶ୍ଵର ଏବଂ ଖୋର୍ଦ୍ଧା ଜିଲ୍ଲାକୁ କ୍ୟାଟୋଗରୀ “ବି” ରେ ରଖାଯାଇଛି।

ତେବେ କ୍ୟାଟୋଗରୀ “ବି” ଜିଲ୍ଲାଗୁଡିକରେ ସକାଳ ୬ ଟାରୁ ଦିନ ୫ ଟା ଯାଏଁ ଦୋକାନ ବଜାର ଖୋଲା ରହିବ। କୋଭିଡ କଟକଣା ମାନି ଦୋକାନ ବଜାର ଖୋଲା ରଖିବାକୁ ନିର୍ଦ୍ଦେଶ ରହିଛି। ଦୋକାନ କର୍ମଚାରୀମାନେ ଗ୍ରାହକଙ୍କୁ କୋଭିଡ ଗାଇଡଲାଇନ ମାନିବାକୁ ପ୍ରବର୍ତ୍ତାଇବେ। ଯେଉଁ ଦୋକାନୀ କୋଭିଡ ଗାଇଡଲାଇନ ଉଲ୍ଲଂଘନ କରିବେ, ସେହି ଦୋକାନ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଛୋଟ ଛୋଟ ସେଲୁନକୁ ଅନୁମତି ମିଳିଛି। ବସ ସେବାକୁ ଅନୁମତି ମିଳିଛି। ଯେତିକି ସିଟ ଅଛି, ସେତିକି ସଂଖ୍ୟକ ଯାତ୍ରୀଙ୍କୁ ନେଇ ବସ ଚଳାଚଳ ଚାଲିବ। ଆନ୍ତରାଜ୍ୟ ଏବଂ ପୁରୀକୁ ବସ ସେବା ଏବେ ଅନୁମତି ନାହିଁ। ପାର୍ଲର, ସ୍ପା, ଜିମ ଆଦି ଖୋଲା ରହିବ। ଫିଲ୍ମ ଶୁଟିଙ୍ଗ ପାଇଁ ଅନୁମତି ମିଳିଛି। ଉଭୟ ଇନଡୋର ଏବଂ ଆଉଟ ଡୋର ସୁଟିଙ୍ଗ କୁ ଅନୁମତି। ଆଉଟ ଡୋର ଖେଳକୁ ଅନୁମତି ମିଳିଛି। କିନ୍ତୁ ବିନା ଦର୍ଶକରେ ଖେଳ ଆୟୋଜନ କରିବାକୁ ନିର୍ଦ୍ଦେଶ ହୋଇଛି।

ସାପ୍ତାହିକ ହାଟକୁ ଅନୁମତି ନାହିଁ। ରାଜନୈତିକ ସମାବେଶ, ଧାର୍ମିକ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଆଦିକୁ ଅନୁମତି ନାହିଁ। ଏହି ଜିଲ୍ଲା ଗୁଡିକରେ ସପ୍ତାହନ୍ତ ସଟଡାଉନ ବଳବତ୍ତର ରହିବ। ଖାଦ୍ୟ ଦୋକାନରେ ବସିକି ଖାଇବା ପାଇଁ ଅନୁମତି ନାହିଁ। ସନ୍ଧ୍ୟା ୫ ଟାରୁ ସକାଳ ୬ ଟା ଯାଏଁ ରାତ୍ରୀକାଳୀନ କର୍ଫ୍ୟୁ ବଳବତ୍ତର ରହିବ। ବିବାହ ଏବଂ ଅନ୍ତିମ ସଂସ୍କାରରେ ଯେଉଁ କଟକଣା ରହିଛି, ତାହା ବଳବତ୍ତର ରହିବ। ଏକାଠି ବସି ଭୋଜି ଖାଇବାକୁ ଅନୁମତି ନାହିଁ।

ଆଂଶିକ ଲକଡାଉନ ବସ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.