Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର, ରକ୍ତଦାନ କଲେ ମହିଳା
ଆଜିର ଖବର

ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର, ରକ୍ତଦାନ କଲେ ମହିଳା

July 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର, ରକ୍ତଦାନ କଲେ ମହିଳା

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି ବିଜେଡି ରାଜ୍ୟ କାଯ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ କରିଛନ୍ତି । କୋଭିଡ୍‌-୧୯ ଗାଇଡଲାଇନ୍‌କୁ ପାଳନ କରି ବିଜୁ ମହିଳା ଜନତା ଦଳ ପକ୍ଷରୁ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ସହଯୋଗରେ ଆଜି ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ କେବଳ ମହିଳାମାନେ ରକ୍ତଦାନ କରିଛନ୍ତି ଓ ୭୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ପାରିଛି ।

ରାଜ୍ୟରେ ରକ୍ତଦାନ ଅଭାବକୁ ଦୂର କରିବା ନିମନ୍ତେ ୨୦୧୫ ମସିହାରେ ମାନ୍ୟବର ବିଜେଡି ସଭାପତିଙ୍କ ସାମାଜିକ ପ୍ରତିବଦ୍ଧତା ଓ ଦୂରଗାମୀ ନିଷ୍ପତ୍ତି ଏବେ ଏହି ରକ୍ତଦାନ କାର‌୍ୟ୍ୟକ୍ରମ ‘ଜୀବନ ବିନ୍ଦୁ’କୁ ଏକ ସାମାଜିକ ଅଭିଯାନରେ ପରିଣତ କରିପାରିଛି । ସାଧାରଣତଃ ମହିଳାମାନଙ୍କ ମଧ୍ୟରେ ରକ୍ତହୀନତାର ସମସ୍ୟା ଲାଗି ରହୁଥିବାବେଳେ ଆଜି ଏତେ ସଂଖ୍ୟକ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସିବା ନିଶ୍ଚିତ ଭାବେ ସମାଜ ଓ ଅନ୍ୟ ମହିଳାଙ୍କ ନିମନ୍ତେ ପ୍ରେରଣାଦାୟୀ ହେବ ।

ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ଯେ, ମାନବ୍ୟର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏବେ ରାଜ୍ୟବ୍ୟାପୀ ଦଳ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ ହେଉଥିବାବେଳେ ଆଗାମୀ ଦିନରେ ବିଜୁ ମହିଳା ଜନତା ଦଳ ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାରେ ବ୍ୟାପକ ଭାବେ କେବଳ ମହିଳାଙ୍କୁ ନେଇ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି ।

ଏହି କାର‌୍ୟ୍ୟକ୍ରମରେ ଦଳର ସାଂଗଠନିକ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡି ଉପସଭାପତି ଶୀମତୀ ଉଷା ଦେବୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ପ୍ରଣବ ବଳବନ୍ତରାୟ, ଯୁବ ବିଜେଡି ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ, ‘ଓଡ଼ିଶା-ମୋ ପରିବାର’ର ଆବାହକ ଅରୂପ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ମହିଳାମାନଙ୍କୁ ନବରାତ୍ରୀ ଉପହାର ଦେଲେ ପ୍ରଧାନମନ୍ତ୍ରୀ: ଆକାଉଣ୍ଟକୁ ଗଲା ୧୦,୦୦୦ ଟଙ୍କା

September 26, 2025

ଭାରତ କେବେ ୧୮୦ଟି LCA ଲଢ଼ୁଆ ବିମାନ ପାଇବ?: ଚୁକ୍ତି ପରେ ସ୍ପଷ୍ଟ କଲେ HAL CMD

September 26, 2025

ନୂଆପଡା ଉପନିର୍ବାଚନରେ ପ୍ରାର୍ଥୀ ହେବା ନେଇ ଏମିତି କାହିଁକି କହିଲେ ଜୟ ଢୋଲକିଆ

September 26, 2025

ରୋଗୀର ପେଟରୁ ବାହାରିଲା ୨୯ ଟି ଷ୍ଟିଲ ଚାମଚ, ୧୯ଟି ଟୁଥବ୍ରସ ଏବଂ ୨ ଟି କଲମ

September 26, 2025
Latest News

ଭାରତ ଉପରେ କେତେ ପ୍ରଭାବ ପକାଇବ ଟ୍ରମ୍ପଙ୍କ ୧୦୦% ଶୁଳ୍କ?: ଜାଣନ୍ତୁ ଆକଳନ 

September 26, 2025

ସୋନମ ୱାଙ୍ଗଚୁକ୍ ଗିରଫ ଲେହ ହିଂସା ପରେ ସରକାରଙ୍କୁ ଦେଇଥିଲେ ଚେତାବନୀ

September 26, 2025

ବିହାରର ମହିଳାମାନଙ୍କୁ ନବରାତ୍ରୀ ଉପହାର ଦେଲେ ପ୍ରଧାନମନ୍ତ୍ରୀ: ଆକାଉଣ୍ଟକୁ ଗଲା ୧୦,୦୦୦ ଟଙ୍କା

September 26, 2025

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପବାସ କେବଳ ଭକ୍ତି ନୁହେଁ, ବରଂ ଗଭୀର ସାଧନା: ଜାଣନ୍ତୁ ରହସ୍ୟ!

September 26, 2025

ଭାରତ କେବେ ୧୮୦ଟି LCA ଲଢ଼ୁଆ ବିମାନ ପାଇବ?: ଚୁକ୍ତି ପରେ ସ୍ପଷ୍ଟ କଲେ HAL CMD

September 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.