Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଲଘୁଚାପ ଯୋଗୁଁ ରାଜ୍ୟରେ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ବିଶେଷ ଖବର

ଲଘୁଚାପ ଯୋଗୁଁ ରାଜ୍ୟରେ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

July 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବଙ୍ଗୋପସାଗର ଏବଂ ତାହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଉତ୍ତର-ବଙ୍ଗୋପସାଗର ତଥା ସଂଲଗ୍ନ ବଙ୍ଗଳାଦେଶ ଅଞ୍ଚଳରେ ଏକ ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସହ ଆଗଣି ୩ ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଏହି ଲଘୁଚାପ ପ୍ରଭାବରେ ଆଗାମୀ ୩୦ ଜୁଲାଇ ଯାଏଁ ଓଡିଶାର ଅନେକ ଜିଲ୍ଲାରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହିତ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମ୍ଭାବିତ ବର୍ଷା ପ୍ରଭାବରେ ଖାଲୁଆ ଜମିଗୁଡିକରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାସହିତ ଏହି ଅଞ୍ଚଳରେ ବର୍ଷା ଜଳ ଜମିବା ସହିତ ଯାତାୟାତରେ ବାଧା ସୃଷ୍ଟି ହୋଇପାରେ।

ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଏବଂ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୧୨ ଟି ଜିଲ୍ଲାକୁ ଆସନ୍ତାକାଲି ସକାଳ ୮ ଟା ୩୦ ଯାଏଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିଭଳି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,କଟକ, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲ୍ଲାକୁ ମଧ୍ୟ ସତର୍କ କରାଯାଇଛି। ଏହି ଜିଲ୍ଲାଗୁଡିକରେ ଆସନ୍ତା ସକଳ ୮ ଟା ୩୦ ରୁ ୨୯ ଜୁଲାଇ ସକାଳ ୮ ଟା ୩୦ ଯାଏଁ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ଘୂର୍ଣ୍ଣିବଳୟ ପ୍ରବଳ ବର୍ଷା ସମ୍ଭାବନା ବଙ୍ଗୋପସାଗର ୟେଲୋ ୱାର୍ଣ୍ଣିଂ ଲଘୁଚାପ କ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026
Latest News

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.