Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୧ ମଇ ମାସରେ ସର୍ବାଧିକ ୧.୪୭ ଲକ୍ଷ ଗ୍ରାହକ ଯୋଗ କରିଛି ଜିଓ: ଟ୍ରାଇ ତଥ୍ୟ
ଆଜିର ଖବର

୨୦୨୧ ମଇ ମାସରେ ସର୍ବାଧିକ ୧.୪୭ ଲକ୍ଷ ଗ୍ରାହକ ଯୋଗ କରିଛି ଜିଓ: ଟ୍ରାଇ ତଥ୍ୟ

July 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାରେ ସବୁଠାରୁ ପସନ୍ଦଯୋଗ୍ୟ ଡିଜିଟାଲ ସେବା ଯୋଗାଣକାରୀ ଭାବରେ ନିଜର ଜୟଯାତ୍ରା ଜାରି ରଖି ରିଲାଏନ୍ସ ଜିଓ ୨୦୨୧ ମଇ ମାସରେ ସର୍ବାଧିକ ସଂଖ୍ୟକ ନୂଆ ମୋବାଇଲ ଗ୍ରାହକ ଯୋଗ କରିଥିବାବେଳେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ଏୟାରଟେଲ ଏବଂ ଭୋଡାଫୋନ ଆଇଡିଆ ଉକ୍ତ ସମୟରେ ହଜାର ହଜାର ସଂଖ୍ୟାରେ ଗ୍ରାହକ ହରାଇଥିବା ଟ୍ରାଇ ପକ୍ଷରୁ ସଦ୍ୟ ପ୍ରକାଶିତ ଦୂରସଂଚାର ଗ୍ରାହକ ତଥ୍ୟରୁ ଜଣାଯାଇଛି।

ଭାରତର ଦୂରସଂଚାର ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ୨୦୨୧ ମଇ ମାସ ପାଇଁ ଦୂରସଂଚାର ଗ୍ରାହକ ସମ୍ପର୍କରେ ସଦ୍ୟ ପ୍ରକାଶିତ ତଥ୍ୟରୁ ଜଣାଯାଇଛି ଯେ ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ୧,୪୭,୫୩୫ ନୂଆ ଗ୍ରାହକ ଯୋଗ କରିବା ସହିତ ଓଡ଼ିଶାରେ ଏହାର ମୋଟ ଗ୍ରାହକ ସଂଖ୍ୟା ୧.୪୭ କୋଟିରୁ ଅଧିକରେ ପହଂଚିଛି। ଜିଓ ବ୍ୟତୀତ କେବଳ ବିଏନଏନଏଲ ଏହି ମାସରେ ରାଜ୍ୟରେ ମାତ୍ର ୧୭,୭୩୮ ନୂଆ ଗ୍ରାହକ ଯୋଗ କରିଛି। ସେହି ସମାନ ସମୟରେ ଏୟାରଟେଲ ଓଡିଶାରେ ୧.୪୬ ଲକ୍ଷରୁ ଅଧିକ ଗ୍ରାହକ ହରାଇଥିବାବେଳେ ଭୋଡାଫୋନ ଆଇଡିଆ ୬୧,୦୮୬ ଗ୍ରାହକ ହରାଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ଗ୍ରାହକ ତଥ୍ୟରେ କୁହାଯାଇଛି। ଏଥିସହିତ ଓଡ଼ିଶାରେ ୨୦୨୧ ମଇ ମାସରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୪୨,୩୩୪ ହ୍ରାସ ପାଇଛି।

ଜାତୀୟ ସ୍ତରରେ ମଧ୍ୟ ଜିଓ ୨୦୨୧ ମଇ ମାସରେ ଗ୍ରାହକ ଯୋଗ କରିବାରେ ସର୍ବାଗ୍ରେ ରହିଛି ଏବଂ ଏହା ଏକ ମାତ୍ର ସେବା ଯୋଗାଣକାରୀ ଭାବରେ ନୂତନ ଗ୍ରାହକ ଯୋଗ କରିଥିବାବେଳେ ଅନ୍ୟମାନେ ନିଜର ନିୟୁତାଧିକ ଗ୍ରାହକ ହରାଇଛନ୍ତି। ଟ୍ରାଇ ପକ୍ଷରୁ ସଦ୍ୟ ପ୍ରକାଶିତ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୧ ମଇ ମାସରେ ସର୍ବଭାରତୀୟ ସ୍ତରରେ ୩୫.୫୪ ଲକ୍ଷରୁ ଅଧିକ ଗ୍ରାହକ ଯୋଗ କରିଛି। ସେହି ସମୟରେ ଏୟାରଟେଲ ସର୍ବାଧିକ ୪୬.୧୩ ଲକ୍ଷ ଗ୍ରାହକ ହରାଇଛି ଏବଂ ତାହା ପଛକୁ ଭୋଡାଫୋନ ଆଇଡିଆ ନିଜର ୪୨.୮ ଲକ୍ଷ ଗ୍ରାହକ ହରାଇଥିବା ଜଣାଯାଇଛି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ସଂଖ୍ୟକ ଗ୍ରାହକ ଏବଂ ଏହି କ୍ଷେତ୍ରରେ ମୋଟ ରାଜସ୍ୱ ଆୟର ୫୦%ରୁ ଅଧିକ ଅଂଶ ଦଖଲ କରି ୧ ନମ୍ବର ଡିଜିଟାଲ ସେବା ଯୋଗାଣକାରୀ ହୋଇଛି। ରିଲାଏନ୍ସ ଜିଓ ଗତ କିଛି ବର୍ଷ ଧରି ପ୍ରତି  ମାସରେ ସର୍ବାଧିକ ନୂଆ ଗ୍ରାହକ ଯୋଗ କରିଚାଲିଛି ଏବଂ ଏ କ୍ଷେତ୍ରରେ ଏହାର ସର୍ବବୃହତ ବାସ୍ତବ-୪ଜି ନେଟୱର୍କ, ଏପର୍ଯ୍ୟନ୍ତ ଅସଂଯୁକ୍ତ ଥିବା ଅଂଚଳଗୁଡିକୁ ଦ୍ରୁତ ସେବା ସମ୍ପ୍ରସାରଣ ଏବଂ ସୁଲଭ ମୂଲ୍ୟ ସହିତ ସମଗ୍ର ରାଜ୍ୟରେ ହାଇ-ସ୍ପିଡ ଇଂଟରନେଟ ଉପଲବ୍ଧତା ବିଶେଷ ସହାୟକ ହୋଇଛି। ଜିଓ ମଧ୍ୟ ନିକଟରେ ସ୍ପେକ୍ଟ୍ରମ ନିଲାମ ପ୍ରକ୍ରିୟାରେ ହାସଲ କରିଥିବା ଅତିରିକ୍ତ ୨୦ ମେଗାହର୍ଜ ସ୍ପେକ୍ଟ୍ରମକୁ ସମୁଦାୟ ଓଡ଼ିଶାରେ ନିୟୋଜିତ କରିବା କାର୍ଯ୍ୟ ସଫଳତାର ସହିତ ସମ୍ପୂର୍ଣ୍ଣ କରିଛି ଏବଂ ତଦ୍ଦ୍ୱାରା ଏହାର ନେଟୱର୍କ, ସ୍ପିଡ ଏବଂ ରାଜ୍ୟରେ ଗ୍ରାହକ ଅନୁଭୂତି ଅଧିକ ସମୃଦ୍ଧ ହୋଇଛି। ଜିଓ ମଧ୍ୟ ଏହାର ହାଇସ୍ପିଡ ବ୍ରଡବ୍ୟାଣ୍ଡ୍ ସେବା ଜିଓଫାଇବର୍‌ର ଦ୍ରୁତ ସଂପ୍ରସାରଣ କରିବା ସହିତ ରାଜ୍ୟର ୨୬ଟି ପ୍ରମୁଖ ସହର ଓ ନଗରର ମୁଖ୍ୟ ମୁଖ୍ୟ ଅଂଚଳରେ ଏବେ ଉପଲବ୍ଧ ହୋଇଛି ଏବଂ ଏହା ଦ୍ରୁତ ଗତିରେ ରାଜ୍ୟର ଅଧିକ ସହର ଓ ନଗରଗୁଡିକୁ ଜିଓଫାଇବର୍ ସେବାର ସମ୍ପ୍ରସାରଣ ଜାରି ରଖିଛି।

ଓଡିଶା ଟ୍ରାଇ ତଥ୍ୟ ଡିଜିଟାଲ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026
Latest News

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.