Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା
ବିଶେଷ ଖବର

ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା

August 5, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଥମେ ଅଲମ୍ପିକ୍‌ରେ ଭାରତର ସଫଳତା ପାଇଁ ଭାରତୀୟ ଟିମ୍‌କୁ ଅଭିନନ୍ଦନ ଜଣାଇ କହିଲେ ଯେ ଭାରତୀୟ ହକୀ ଦଳର ଅନନ୍ୟ ସଫଳତା ପାଇଁ ଆମେ ସମସ୍ତେ ଗର୍ବିତ।

ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍‌ଧର ବହୁତ ବଡ ଭୂମିକା ରହିଛି ବୋଲି ସେ କହିଥିଲେ। ତେଣୁ ଦୁଗ୍‌ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ (Nutrition Level) ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍‌ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ୫-ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ ଯେ ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସଂପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି । ହକିରେ ଭାରତର ବିଜୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ମଧ୍ୟ କୃତଜ୍ଞତା ପ୍ରକାଶ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଅବଦାନ ଯୋଗୁ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ଗୌରବାନ୍ବିତ ହୋଇପାରିଛି ।

ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ନବରଂଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ ।

କାର୍ଯ୍ୟକ୍ରମରେ ବରଗଡ, ନବରଂଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । ବରଗଡରୁ  ସତ୍ୟବତୀ ସାହୁ, ନବରଂଗପୁରରୁ ଖୋକନ ବିଶ୍ବାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ସେମାନଙ୍କ ଦୁଗ୍‌ଧ ଚାଷ ପାଇଁ ଅନେକ ପ୍ରକାଶ ସହାୟତା ଦେଉଛନ୍ତି। ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରେଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି। ଦୁଗ୍‌ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ କେ. ରଘୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

କୋଭିଡ ସହାୟତା ଦୁଗ୍ଧ ଚାଷୀ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

CJP ପ୍ରତିବାଦ ମଧ୍ୟରେ ଅଖିଳେଶ ଏବଂ ରାହୁଲଙ୍କୁ କଡ଼ା ବାର୍ତ୍ତା ଦେଲେ ମାୟାବତୀ

July 23, 2026

NEET ପେପର ଲିକ୍ ମାମଲା: ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା ଘୋଷଣା କଲେ ପ୍ରଧାନମନ୍ତ୍ରୀ

July 23, 2026

ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026
Latest News

ଫ୍ୟାନକୋଡ୍ ଆପ୍‌ରେ ଷ୍ଟ୍ରିମିଂ ହେବ ଭାରତ-ଜିମ୍ବାୱେ ଟି-୨୦ ମ୍ୟାଚ୍: ଜାଣନ୍ତୁ କେତେ ଖର୍ଚ୍ଚ ହେବ?

July 23, 2026

CJP ପ୍ରତିବାଦ ମଧ୍ୟରେ ଅଖିଳେଶ ଏବଂ ରାହୁଲଙ୍କୁ କଡ଼ା ବାର୍ତ୍ତା ଦେଲେ ମାୟାବତୀ

July 23, 2026

ଦିଲ୍ଲୀ ମେଟ୍ରୋ ଷ୍ଟେସନ ବନ୍ଦ କରିବା ଉପରେ ସୁପ୍ରିମକୋର୍ଟଙ୍କ ଦୃଢ଼ ଆଭିମୁଖ୍ୟ: ଦେଲେ ଏହି ନିର୍ଦ୍ଦେଶ

July 23, 2026

ICC ODI ରାଙ୍କିଙ୍ଗରେ ଭାରତୀୟ ବ୍ୟାଟସମ୍ୟାନଙ୍କ ପ୍ରାଧାନ୍ୟ: ଜାଣନ୍ତୁ କେଉଁଠି ରୋହିତ ଏବଂ କୋହଲି

July 23, 2026

“ପେପର ଲିକ୍ ର ଦୋଷୀଙ୍କ ପାଇଁ ଫାଷ୍ଟ ଟ୍ରାକ୍ କୋର୍ଟ”: ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ CJPର ପ୍ରଥମ ପ୍ରତିକ୍ରିୟା

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.