Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»BIG BREAKING: ଓଡିଶାରେ ନିଯୁକ୍ତ ହେବେ ୧୧ ହଜାର ୪୫୦ ଜଣ ଶିକ୍ଷକ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ବିଶେଷ ଖବର

BIG BREAKING: ଓଡିଶାରେ ନିଯୁକ୍ତ ହେବେ ୧୧ ହଜାର ୪୫୦ ଜଣ ଶିକ୍ଷକ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

August 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
BIG BREAKING: ଓଡିଶାରେ ନିଯୁକ୍ତ ହେବେ ୧୧ହଜାର ୪୫୦ ଜଣ ଶିକ୍ଷକ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର, ବେକାରୀମାନଙ୍କ ପାଇଁ ଏକ ଖୁସି ଖବର। ଓଡିଶାରେ ଏକାଥରେ ୧୧ହଜାର ୪୫୦ଟି ଶିକ୍ଷକ ପଦବୀ ପୂରଣ ନିମନ୍ତେ ନିଷ୍ପତି କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ନିଷ୍ପତି ଅନୁସାରେ ପ୍ରଥମ ପର୍ଯ୍ୟାୟରେ ୨୦୫୫ ହିନ୍ଦୀ, ୧୩୦୪ ସଂସ୍କୃତ ଓ ୧୨୬୦ ଶାରୀରିକ ଶିକ୍ଷକ ନିଯୁକ୍ତ ହେବେ। ପ୍ରଥମ ପର‌୍ୟ୍ୟାୟ ନିଯୁକ୍ତି ପାଇଁ ଆସନ୍ତା ଅଗଷ୍ଟ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ।

ସେହିପରି ଦ୍ବିତୀୟ ପର୍ଯ୍ୟାୟରେ ୬୦୬୫ ଜଣ ତାଲିମ ପ୍ରାପ୍ତ ସ୍ନାତକ ଶିକ୍ଷକ ଏବଂ ତେଲୁଗୁ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ତୃତୀୟ ପର୍ଯ୍ୟାୟରେ ୯୪୦ ଜଣ ତାଲିମ ପ୍ରାପ୍ତ ସ୍ନାତକ, କ୍ଲାସିକାଲ ଏବଂ ହିନ୍ଦି ଶିକ୍ଷକ ପଦବୀ ପୁରଣ କରାଯିବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପଦକ୍ଷେପ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟରେ ଦୀର୍ଘ ବର୍ଷ ଧରି ଶିକ୍ଷକ ନିଯୁକ୍ତି କରାଯାଉ ବୋଲି ଦାବୀ ହୋଇ ଆସୁଥିଲା। ଏପରିକି ବିଧାନସଭା ସମୟରେ ଶିକ୍ଷକମାନଙ୍କର ନିଯୁକ୍ତି ନେଇ ଆନ୍ଦୋଳନ ମଧ୍ୟ କରାଯାଉଥିଲା। ବିଳମ୍ବରେ ହେଲେ ମଧ୍ୟ ରାଜ୍ୟ ସରକାର ଏହି ବଡ ନିଷ୍ପତି ଗ୍ରହଣ କରିଛନ୍ତି। ଫଳରେ ରାଜ୍ୟରେ ବେକାର ହୋଇ ବସିରହିଥିବା ତାଲିମ ପ୍ରାପ୍ତ ବେକାରୀମାନଙ୍କ ପାଇଁ ନିଯୁକ୍ତିର ବଡ ଆଶା ସଂଚାର ହୋଇଛି।

ଶିକ୍ଷକ ନିଯୁକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.