Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ସୃଷ୍ଟି ହେଲା ୧୧,୦୦୬ଟି ନର୍ସିଂ ଅଫିସର ପଦବୀ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ସୃଷ୍ଟି ହେଲା ୧୧,୦୦୬ଟି ନର୍ସିଂ ଅଫିସର ପଦବୀ

August 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି।

ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ। ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ। ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ।

ଏହି ନୂତନ ପଦବୀ ଗୁଡିକ ମଧ୍ୟରୁ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ଏହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି। ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ସ୍ବାସ୍ଥ୍ୟ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026
Latest News

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀରକୁ ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

October 14, 2026

ପ୍ରଥମ ବିମଷ୍ଟେକ୍ ଗୃହମନ୍ତ୍ରୀସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ଗୃହମନ୍ତ୍ରୀ

October 14, 2026

୬୨ତମ ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ‘ଓଡ଼ିଶା ମଣ୍ଡପ’ ଉଦଘାଟିତ

October 14, 2026

ମୁକ୍ତ ବାଣିଜ୍ୟ ରାଜିନାମା ମାଧ୍ୟମରେ ବିଶ୍ୱ ବଜାରରେ ସୁଯୋଗ ଖୋଜୁଛି ଓଡ଼ିଶା

October 14, 2026

ଅକ୍ଟୋବର ୧୪ ତାରିଖ ରାଶିଫଳ: ଆପଣ ଜାଣନ୍ତୁ ଆଜିର ଭାଗ୍ୟ ଓ ଭବିଷ୍ୟତ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.