Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସିବେ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ, ମନ୍ତ୍ରୀ ହେବା ପରେ ଏହା ହେଉଛି ପ୍ରଥମ ଓଡିଶା ଗସ୍ତ
ବିଶେଷ ଖବର

ଆସିବେ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ, ମନ୍ତ୍ରୀ ହେବା ପରେ ଏହା ହେଉଛି ପ୍ରଥମ ଓଡିଶା ଗସ୍ତ

September 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସିବେ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ, ମନ୍ତ୍ରୀ ହେବା ପରେ ଏହା ହେଉଛି ପ୍ରଥମ ଓଡିଶା ଗସ୍ତ

ଭୁବନେଶ୍ୱର: ଆସନ୍ତାକାଲି ଓଡିଶା ଆସିବେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ। ସଂପ୍ରସାରିତ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ନୂତନ ଭାବେ ସ୍ଥାନ ପାଇଥିବା ଟୁଡୁ ଅସୁସ୍ଥତା କାରଣରୁ ଓଡିଶା ଆସି ପାରି ନ ଥିଲେ । ଆରୋଗ୍ୟ ଲାଭ କରି ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ଆସନ୍ତା କାଲି ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି।

ମନ୍ତ୍ରୀ ପଦ ଦାୟୀତ୍ୱ ନେବା ପରେ ପ୍ରଥମ ଥର ଓଡିଶା ଗସ୍ତରେ ଆସୁଥିବା କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ ପାଇଁ ବିମାନବନ୍ଦରରୁ ଆରମ୍ଭ କରି ଭୁବନେଶ୍ୱର, ପୁରୀ, କଟକ, ଭଦ୍ରକ, ବାଲେଶ୍ୱର, ବାରିପଦା, ରାଇରଂଗପୁର ସାଂଗଠନିକ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜେପି କାର୍ଯ୍ୟକର୍ତା ଏବଂ ସାମାଜିକ ଅନୁଷ୍ଠାନ ତରଫରୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ।

ଭୂବନେଶ୍ୱର ପହଂଚିବା ପରେ ସେ ପ୍ରଥମେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବେ। ଏହାପରେ ସେ ପୁରୀ ଯାଇ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବେ । ପୁରୀ କାର୍ଯ୍ୟକ୍ରମ ସରିବା ପରେ ସେ ଭୂବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ ।

ଏହାପରେ ସେ ୭ ତାରିଖ ଦିନ ଭୂବନେଶ୍ୱରରୁ ବାହାରି ବାରିପଦା ଗସ୍ତ କରି ରାତ୍ରଯାପନ କରିବେ । ଆସନ୍ତା ୮, ୯, ୧୦ ଓ ୧୧ ତରିଖ ଦିନ ମୟୁରଭଂଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ।

କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ବିଶେଶ୍ବର ଟୁଡୁ
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.