Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅନ୍ଧାରୁଆରେ ଓଡିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଅନ୍ଧାରୁଆରେ ଓଡିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

September 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଉପକଣ୍ଠର ଅନ୍ଧାରୁଆ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ବିଦ୍ୟାଳୟ ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହା ଗ୍ରାମାଂଚଳର ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ବର୍ତ୍ତମାନ ସ୍କୁଲ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ଏହା ଏକ ନୂତନ ମାଇଲ ଖୁଣ୍ଟ ହେବ। ଏହି ସ୍କୁଲରେ ଏକାଦଶ ଓ ଦ୍ବାଦଶ ଶ୍ରେଣୀରେ ୫୦୦ ଲେଖାଏ, ସମୁଦାୟ ୧୦୦୦ ଜଣ ଛାତ୍ରଛାତ୍ରୀ ଶିକ୍ଷାଲାଭ କରିପାରିବେ।

୫-ଟି କାର୍ଯ୍ୟକ୍ରମ ଅଧୀନରେ ହିଞ୍ଜିଳିରୁ ଆରମ୍ଭ ହୋଇଥିବା ବିଦ୍ୟାଳୟ ରୂପାନ୍ତରଣ ଉପକ୍ରମ ସଂପର୍କରେ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହା ସାରା ରାଜ୍ୟରେ ପର୍ଯ୍ୟାୟକ୍ରମେ କରାଯିବ। ଏହି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, ଗଣିତ ଓ ଭାଷା ପ୍ରୟୋଗଶାଳା, ଉଚ୍ଚ ପ୍ରଯୁକ୍ତି ବିଦ୍ୟା ସଂପନ୍ନ କମ୍ପ୍ୟୁଟର ପ୍ରୟୋଗଶାଳା ପ୍ରତିଷ୍ଠା ହେବା ସହିତ ସମଗ୍ର ବିଶ୍ବର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତି ମାନଙ୍କ ସହିତ ଜ୍ଞାନ ଆଦାନପ୍ରଦାନ କରାଯିବ। ଗୁଣାତ୍ମକ ଶିକ୍ଷା ସହିତ ଜଣେ ଟିମ୍‌ ଲିଡରଙ୍କ ଅଧୀନରେ ମେଧାବୀ ଶିକ୍ଷକମାନେ ଛାତ୍ରଛାତ୍ରୀ ମାନଙ୍କୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରର ପ୍ରତିଯୋଗୀତାରେ ସଫଳତା ପାଇଁ ସହାୟତା କରିବେ।

ଏହି ସ୍କୁଲର ଛାତ୍ରଛାତ୍ରୀମାନେ ସେମାନଙ୍କର ସମସ୍ତ ଅନ୍ତର୍ନିହିତ ଗୁଣର ବିକାଶ କରି ବିଭିନ୍ନ କ୍ଷେତ୍ରରେ ସଫଳତାର ଶୀର୍ଷରେ ପହଞ୍ଚିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଦର୍ଶ ବିଦ୍ୟାଳୟ ସଗଠନର ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ।

ଅନ୍ଧାରୁଆ ଓଡିଶା ଆଦର୍ଶ ବିଦ୍ୟାଳୟ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Latest News

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026

ଗ୍ୟାସ୍ ଲିକ୍ ଘଟଣା, ମୃତ ଓଡିଆ ପରିବାରଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.