Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁଙ୍କୁ ବିପୁଳ ସ୍ବାଗତ, ଓଡିଶା ଜଳବିବାଦର ସମାଧାନ ପାଇଁ ଦେଲେ ପ୍ରତିଶୃତି
ଜାତୀୟ ଖବର

କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁଙ୍କୁ ବିପୁଳ ସ୍ବାଗତ, ଓଡିଶା ଜଳବିବାଦର ସମାଧାନ ପାଇଁ ଦେଲେ ପ୍ରତିଶୃତି

September 6, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁଙ୍କୁ ବିପୁଳ ସ୍ବାଗତ, ଓଡିଶାର ଜଳବିବାଦର ସମାଧାନ ପାଇଁ ଦେଲେ ପ୍ରତିଶୃତି

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଦ୍ୟ ସଂପ୍ରସାରିତ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ନୂତନ ଭାବେ ସ୍ଥାନ ପାଇଥିବା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଆଜି ଛଅ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ବରରେ ପହଂଚିବା ପରେ ବିମାନ ବନ୍ଦରରେ ବିଜେପି ତରଫରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।

ଅସୁସ୍ଥତା କାରଣରୁ ଜନ ଆଶୀର୍ବାଦ ଯାତ୍ରାରେ ଯୋଗ ଦେଇପାରିନଥିବା କେନ୍ଦ୍ରମନ୍ତ୍ରୀ  ଟୁଡୁ ମନ୍ତ୍ରୀପଦ ଦାୟୀତ୍ୱ ଗ୍ରହଣ ପରେ ପ୍ରଥମ ଥର ପାଇଁ ଓଡିଶା ଆସିଛନ୍ତି । ବିମାନ ବନ୍ଦରରୁ ସେ ପ୍ରଥମେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରି ସିଧାସଳଖ ପୁରୀ ଗସ୍ତ କରିଥିଲେ । ପୁରୀ ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ପିପିଲି, ସାକ୍ଷୀ ଗୋପାଳ ଆଦି ସ୍ଥାନରେ ବିପୁଳ ସ୍ୱାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପୁରୀରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ପରେ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରି ଆଶୀର୍ବାଦ ଗ୍ରହଣ କରିଥିଲେ ।

ପୁରୀରୁ ଭୁବନେଶ୍ୱର ପ୍ରତ୍ୟାବର୍ତନ କରି ସେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ରାଜ୍ୟ ସଭାପତି ସମୀର ମହାନ୍ତି କେନ୍ଦ୍ରମନ୍ତ୍ରୀ ଟୁଡୁଙ୍କୁ ଉପଢୌକନ ପିନ୍ଧାଇ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ମାନସ କୁମାର ମହାନ୍ତି, ବରିଷ୍ଠ ନେତା ମନମୋହନ ସାମଲ ଓ ଐର ଖାରବେଳ ସ୍ୱାଇଁ , ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ରାଜ୍ୟ ଉପସଭାନେତ୍ରୀ ଅନୀତା ଶୁଭଦର୍ଶନୀ, ରାଜ୍ୟ ସଂପାଦିକା ପିଙ୍କି ପ୍ରଧାନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ । ସର୍ବପ୍ରଥମେ ବିଜେପି ବିଧାୟକମାନେ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ । ଏହା ପରେ ପାର୍ଟୀର ବିଭିନ୍ନ ମୋର୍ଚ୍ଚା ଓ ସେଲ୍‌, ବିଭିନ୍ନ ଜିଲ୍ଲା ସଭାପତି, ବିଭିନ୍ନ ସାମାଜିକ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସଦସ୍ୟମାନେ କେନ୍ଦ୍ରମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୈାକନ ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ ।

‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ଏବଂ ସବ୍‌କା ପ୍ରୟାସ’କୁ ପାଥେୟ କରି ପ୍ରଧାନ ସେବକ ଭାବେ କାର୍ଯ୍ୟରତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଟିମ୍‌ରେ ସାମିଲ ହୋଇଥିବାରୁ ଆନ୍ତରିକ ଧନ୍ୟବାଦ ଜ୍ଞାପନ କରୁଛି । ଆଗାମୀ ଦିନରେ ଦେଶ ତଥା ରାଜ୍ୟର ବିକାମୂଳକ କାର୍ଯ୍ୟ ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବି ବୋଲି ଶ୍ରୀ ଟୁଡୁ କହିଛନ୍ତି । ଏଥିସହିତ ଓଡିଶାର ଯେତେସବୁ ଜଳବିବାଦ ରହିଛି, ସେଗୁଡିକର ଖୁବ ଶିଘ୍ର ସମାଧାନ କରାଯିବ ବୋଲି ସେ କହିଥିଲେ।

କେନ୍ଦ୍ରମନ୍ତ୍ରୀ ଆସନ୍ତା କାଲି ଭୁବନେଶ୍ୱରରୁ ବାହାରି ବାଲେଶ୍ୱର ଦେଇ ବାରିପଦା ଗସ୍ତ କରି ରାତ୍ରଯାପନ କରିବେ । ଆସନ୍ତା ୮, ୯, ୧୦ ଓ ୧୧ ତାରିଖ ଦିନ ମୟୁରଭଂଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ସାଧାରଣ ଲୋକଙ୍କୁ ଅବଗତ କରିବେ ।

କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ
Share. Facebook Twitter LinkedIn Email WhatsApp Copy Link

Related Posts

Assembly Election 2026: କେରଳରେ ସତ୍ତା ପରିବର୍ତ୍ତନର ସଂକେତ

April 8, 2026

ଡିଜିଟାଲ ଶାସନକୁ ନୂତନ ଗତି: ‘ବିକଶିତ ପଞ୍ଚାୟତ’ ହ୍ୱାଟସ୍ଆପ୍ ବଟ୍ ଓ ଇ-ମଡ୍ୟୁଲ୍ ଉନ୍ମୋଚନ

April 8, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ ପାଇଁ ୭୫ ଦିନିଆ କାଉଣ୍ଟଡାଉନ୍ ଆରମ୍ଭ

April 8, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 8, 2026
Latest News

Assembly Election 2026: କେରଳରେ ସତ୍ତା ପରିବର୍ତ୍ତନର ସଂକେତ

April 8, 2026

Iran US War Update: ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି

April 8, 2026

ଡିଜିଟାଲ ଶାସନକୁ ନୂତନ ଗତି: ‘ବିକଶିତ ପଞ୍ଚାୟତ’ ହ୍ୱାଟସ୍ଆପ୍ ବଟ୍ ଓ ଇ-ମଡ୍ୟୁଲ୍ ଉନ୍ମୋଚନ

April 8, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ ପାଇଁ ୭୫ ଦିନିଆ କାଉଣ୍ଟଡାଉନ୍ ଆରମ୍ଭ

April 8, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.