Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ନୂଆଖାଇ, ଏଭଳି ଏକ ପର୍ବ ଯେଉଁଠି ଯୋଡି ହୋଇ ରହିଛି କୃଷି, ଧର୍ମ ସହିତ ସାମାଜିକ ବନ୍ଧନ
ଧର୍ମ

ନୂଆଖାଇ, ଏଭଳି ଏକ ପର୍ବ ଯେଉଁଠି ଯୋଡି ହୋଇ ରହିଛି କୃଷି, ଧର୍ମ ସହିତ ସାମାଜିକ ବନ୍ଧନ

September 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂଆଖାଇ, ଏଭଳି ଏକ ପର୍ବ ଯେଉଁଠି ଯୋଡି ହୋଇ ରହିଛି କୃଷି, ଧର୍ମ ସହିତ ସାମାଜିକ ବନ୍ଧନ

ଭୁବନେଶ୍ବର: ଓଡିଶାର ଏକ ଗଣ ପର୍ବ ହେଉଛି ନୂଆଁଖାଇ, ଯାହା ପଶ୍ଚିମ ଓଡିଶାରେ ବିଶେଷ ଭାବେ ପାଳିତ ହେଉଛି। ଏହି ପର୍ବଟି ଧାନ ଅମଳର ଖୁସିରେ ଚାଷୀମାନେ ପାଳନ କରିଥାନ୍ତି। ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ। ପରେ ସହଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ ।

ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ କୁହାଯାଏ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା ‘ତିଥି’ ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।

ଆଗକାଳରେ ରାଜାମାନେ ନିଜ ରାଜ୍ୟର ଇଷ୍ଟଦେବୀଙ୍କ ନାମ ଅନୁସାରେ ନୂଆଖାଇବାର ଲଗ୍ନ ଧାର୍ଯ୍ୟ କରି ଭିନ୍ନ ଭିନ୍ନ ଦିନ ନୂଆ ଖାଉଥିଲେ । ରାଜାରାଜୁଡ଼ା ଶାସନ ପରେ ମଧ୍ୟ ରାଜାଙ୍କ ଇଷ୍ଟଦେବୀଙ୍କ ନାମ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ, ତେଣୁ ନୂଆଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିତ ନ ହୋଇ ଭାଦ୍ରବ ଶୁକ୍ଳପକ୍ଷର ଯେ କୌଣସି ଏକ ତିଥିରେ ପାଳିତ ହେଉଥିଲା

ତେବେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଖାଇ ପର୍ବ ପାଳନ ଏବଂ ସାରା ଓଡ଼ିଶା ସରକାରୀ ଛୁଟି କରିବା ପାଇଁ ଘୋଷଣା କରିଥିଲେ। ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁମହଲରେ ଚିନ୍ତା କରାଯାଇ ସର୍ବସମ୍ମତ କ୍ରମେ ଗଣେଷ ପୂଜାର ପରଦିନ ଅର୍ଥାତ ପଞ୍ଚମୀ ଦିନଟି ସ୍ଥିର କରାଗଲା । ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇ ଆସୁଛି ।

ଏହି ପର୍ବର କୃଷି ଏବଂ ଧାର୍ମିକ ଚେତନା ସହିତ ସମାଜିକ ଏକତା ମଧ୍ୟ ସୃଷ୍ଟି କରିଥାଏ। ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ୟଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି ।

ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାର ମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ। ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା । ସେଥିପାଇଁ ନୂଆଖାଇ ହେଉଛି ଏପରି ଏକ ପର୍ବ ଯେଉଁଠି ଯୋଡି ହୋଇ ରହିଛି ଧର୍ମ ସହିତ କୃଷି ଓ ସାମାଜିକ ବନ୍ଧନ।

Nuakhai ନବାନ୍ନ ନୂଆଖାଇ ପଶ୍ଚିମ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ବ୍ରହ୍ମପୁରରେ ଏନକାଉଣ୍ଟର

May 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

May 26, 2026

ମଙ୍ଗଳବାରରେ ଏହି ସାତୋଟି ରାଶି ହେବ ମାଲେମାଲ, ମିଳିବ ଅଦୃଶ୍ୟ ଶକ୍ତିର ସାହାଯ୍ୟ

May 26, 2026

ରାଜଧାନୀରେ ବୁଲିଲା ଖଣ୍ଡା

May 25, 2026
Latest News

ଋଣ ଛାଡ କଲେ ବିଜୟ ସରକାର

May 26, 2026

ଏକ ବର୍ଷ ମଧ୍ୟରେ ମୋଦୀ ଛାଡିବେ ଗାଦି : ରାହୁଲ ଗାନ୍ଧୀ

May 26, 2026

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଦୁର୍ଘଟଣା : ୬ ମୃତ୍ୟୁ

May 26, 2026

ପୁଣି ବ୍ରହ୍ମପୁରରେ ଏନକାଉଣ୍ଟର

May 26, 2026

ନେଲ୍ ପଲିସ୍ ମଧ୍ୟ କର୍କଟ ରୋଗର କାରଣ ହୋଇପାରେ!

May 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.