ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୨୮ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Sep 14, 2021, 10:36 am IST

ଭୁବନେଶ୍ବର: ଆଜି ରାଜ୍ୟରେ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୬ ଟି ଲୋକାଲ କେସ୍‌ ରହିଛ। ୪୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨ ହଜାର ୮୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୭୯ ଜଣ, କଟକ ଜିଲ୍ଲାରୁ ୪୬, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୧୮ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁର ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନୟାଗଡ ଜିଲ୍ଲାରୁ ୮ ଜଣ, ନୂଆପଡା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts