କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୨୬ ହଜାର ୧୧୫ ଆକ୍ରାନ୍ତ ଚିହ୍ନଟ

Published: Sep 21, 2021, 10:42 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୧୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୫ ଲକ୍ଷ ୪ ହଜାର ୫୩୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୫ ହଜାର ୩୮୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୭ ଲକ୍ଷ ୪୯ ହଜାର ୫୭୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧୮ ହଜାର ୧୮୧ ଆକ୍ଟିଭ୍‌ କେସ୍ ରହିଛି।

Related posts