Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତିର ଦ୍ୱିତୀୟ ପର୍ଯ୍ୟାୟର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ଆଜିର ଖବର

ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତିର ଦ୍ୱିତୀୟ ପର୍ଯ୍ୟାୟର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

October 25, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତି(ଏମ୍‌ଜିଏନଏଫ୍‌) ଦ୍ୱିତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ ଛାତ୍ରବୃତ୍ତିଧାରୀ ତଥା ଯୁବପିଢିଙ୍କୁ ଦକ୍ଷତା ବିକାଶର ପ୍ରୟାସରେ ତୃଣମୂଳ ସ୍ତରରେ ସାମାଜିକ ପରିବର୍ତ୍ତନର ଅଗ୍ରଦୂତ ହେବାକୁ ପରାମର୍ଶ ଦେଇଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତି ହେଉଛି ଏକ ୨ ବର୍ଷୀୟା ଛାତ୍ରବୃତ୍ତି। ଏହି ବୃତ୍ତିର ଉଦ୍ଦେଶ୍ୟ ହେଉଛି ଜିଲ୍ଲା ସ୍ତରରେ ଦକ୍ଷତା ବିକାଶରେ ସହଯୋଗୀ ହେବା। ଏଥିପାଇଁ ପୂର୍ବରୁ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଓ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ମ୍ୟାନେଜମେଣ୍ଟ୍‌ (ଆଇଆଇଏମ) ସହ ପାଇଲଟ ଭିତିରେ ଆରମ୍ଭ ହୋଇଥିଲା।

ତୃଣମୂଳ ସ୍ତରରେ ଦକ୍ଷତା ବିକାଶକୁ ସହଯୋଗ କରିବା ପାଇଁ ବ୍ୟକ୍ତିବିଶେଷ ଓ ଯୁବବର୍ଗଙ୍କୁ ୨ ବର୍ଷ ପାଇଁ ଏହି ବୃତି ସୁଯୋଗ ପ୍ରଦାନ କରିବ। ପ୍ରଥମ ପର୍ଯ୍ୟାୟରେ ୬ଟି ରାଜ୍ୟର ୬୯ଟି ଜିଲ୍ଲାରେ ୬୯ଟି ବୃତ୍ତିଧାରୀଙ୍କୁ ନିୟୋଜିତ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଦେଶର ସମସ୍ତ ଜିଲ୍ଲାରେ ଅଧିକ ୬୬୧ ବୃତିଧାରୀ ଅର୍ଥାତ୍ ମୋଟ ୭୩୦ ମହାତ୍ମା ଗାନ୍ଧୀ ଜାତୀୟ ବୃତ୍ତିଧାରୀଙ୍କୁ ନିୟୋଜିତ କରାଯାଇଛି।

ସେହିପରି ପ୍ରଥମ ପର୍ଯ୍ୟାୟରେ ଗୋଟିଏ ଆଇଆଇଏମ, ବାଙ୍ଗାଲୋର ସହଯୋଗରେ କାର୍ଯ୍ୟକ୍ରମରେ ଯୋଡାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଅଧିକ ୮ଟି ଆଇଆଇଏମକୁ ଯୋଡ଼ାଯାଇଛି। ଜୀବନଜୀବିକା ପ୍ରୋତ୍ସାହନଭିତିକ କାର୍ଯାକ୍ରମ ସଙ୍କଳ୍ପ ଅଧୀନରେ ମହାତ୍ମା ଗାନ୍ଧୀ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରରେ ଶାସନ ବ୍ୟବସ୍ଥା ଏବଂ ନୀତି ସହ ଧନ୍ଦାମୂଳକ ଶିକ୍ଷା ବିଷୟରେ ଅବଗତ ଥିବା ବୃତିଧାରୀ ବ୍ୟକ୍ତିବିଶେଷଙ୍କୁ ଏକ ପ୍ଲାଟଫର୍ମ ପ୍ରଦାନ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆତ୍ମନିର୍ଭର ଭାରତ ଦିଗରେ ଆମେ ଅଗ୍ରସର ହେଉଛୁ। ବିଭିନ୍ନ କ୍ଷେତ୍ରରେ ହେଉଥିବା ଅଦ୍ଭୂତପୂର୍ବ ପରିବର୍ତ୍ତନ ଅଧିକ କୁଶଳୀ ବୃତ୍ତିଗତଙ୍କ ପାଇଁ ଅଧିକ ସୁଯୋଗ ସୃଷ୍ଟି କରିବ ଏବଂ ଜିଲ୍ଲା ସ୍ତରରେ ଦକ୍ଷତା ମ୍ୟାପିଂ ଏବଂ ସେହି ଅନୁସାରେ ଦକ୍ଷତା ବିକାଶ ପ୍ରୟାସକୁ ଦିଶାନିର୍ଦ୍ଦେଶ ଦେବ। ଏକବିଂଶ ଶତାବ୍ଦୀର ଆବଶ୍ୟକତା ଏବଂ ସ୍ଥାନୀୟ ବିଷୟକୁ ଦୃଷ୍ଟିରେ ରଖି ଶ୍ରୀ ପ୍ରଧାନ ଛାତ୍ରବୃତ୍ତି ପାଉଥିବା ବ୍ୟକ୍ତିବିଶେଷଙ୍କୁ ବୈଶ୍ୱିକ ଚିନ୍ତାଧାରା ଏବଂ ସ୍ଥାନୀୟ ଆଭିମୁଖ୍ୟ ସହିତ ଦକ୍ଷତା ବିକାଶର ପ୍ରୟାସରେ ଆଂଚଳିକ ଭାଷାକୁ ଏକତ୍ରିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେହିପରି

ଏହି ବୃତ୍ତି ମାଧ୍ୟମରେ ଜିଲ୍ଲା ସ୍ତରରେ ଏବଂ ଆଇଆଇଏମ ସମାଜରେ ପରିବର୍ତନ ଏବଂ ସଫଳତାର କାହାଣୀ ତିଆରି କରିବାରେ ସହଯୋଗ କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି। ଜାତୀୟ ଶିକ୍ଷା ନୀତି-୨୦୨୦ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରିବାକୁ ଆଇଆଇଏମକୁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଦକ୍ଷତା ବିକାଶ ଏବଂ ଉଦ୍ୟମିତାମନ୍ତ୍ରୀ ଧର୍ମେନ୍ଦ୍ର ଦ୍ୱିତୀୟ ପର୍ଯ୍ୟାୟ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ କନଫରେନ୍ସିଂ ଶୁଭାରମ୍ଭ କଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.