Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଳାହାଣ୍ଡି ଜିଲ୍ଲାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡ: ୮୬୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

କଳାହାଣ୍ଡି ଜିଲ୍ଲାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡ: ୮୬୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

November 8, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ। କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, କଳାହାଣ୍ଡି ଆଜି ସବୁ କ୍ଷେତ୍ରରେ ବେଶ୍ ସଫଳତାର ସହିତ ଆଗେଇ ଚାଲିଛି। ଗତ ଜୁନ୍ ମାସରେ କଳାହାଣ୍ଡି ଆସି ସେ ଇନ୍ଦ୍ରାବତୀ ଲିଫ୍ଟ କେନାଲ ପ୍ରକଳ୍ପ ଉଦ୍ଘାଟନ କରିଥିଲେ ବୋଲି ମନେ ପକାଇ କହିଲେ ଯେ ଆଜି ଜିଲ୍ଲାର ୬୮ ପ୍ରତିଶତ ଜମିରେ ଜଳସେଚନର ସୁବିଧା ମିଳୁଛି। କଳାହାଣ୍ଡିର ଚାଷୀ ଆଜି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିପାରିଛି। ଜିଲ୍ଲାର ଧାନ ଉତ୍ପାଦନ ୭୪ ଲକ୍ଷ ଟନ୍ରେ ପହଞ୍ଚିବା ବେଳେ, ମାଛ ଉତ୍ପାଦନରେ ଜାତୀୟ ପୁରସ୍କାର ମଧ୍ୟ ପାଇପାରିଛି। କପା ଉତ୍ପାଦନରେ କଳାହାଣ୍ଡି ସାରା ରାଜ୍ୟରେ ପ୍ରଥମ ବୋଲି ପ୍ରକାଶ କରି କହିଥିଲେ ଯେ ଏବର୍ଷ କପା ପାଇଁ ବଜାରରେ ଭଲ ଦାମ ମିଳୁଥିବାରୁ ଚାଷୀର ରୋଜଗାର ବଢିଛି। ଏଥିପାଇଁ ସେ ଖୁସି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାରେ ଭିତ୍ତିଭୂମି କାମ ଖୁବ୍ ଦ୍ରୁତ ଗତିରେ ଜାରି ରହିଛି। ଜିଲ୍ଲାର ପ୍ରତି ଗାଁକୁ ପାଇପ ପାଣି ଯୋଗାଇ ଦେବାପାଇଁ ୨୫୦୦ କୋଟି ଟଙ୍କାର ପ୍ରକଳ୍ପ ଜାରି ରହିଛି ବୋଲି ସେ କହିଥିଲେ। ବିଜୁ ଏକ୍‌ସପ୍ରେସ ୱେ ହେଉ, ଭବାନୀପାଟଣା ବାଇପାସ୍‌, ଭବାନୀପାଟଣା-ରାୟଗଡା ରାସ୍ତା କାମ, ବିଭିନ୍ନ ଗ୍ରୀଡ ସବ୍‌ଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମ–ଏମିତି ସବୁ କ୍ଷେତ୍ରରେ କଳାହାଣ୍ଡି ବେଶ୍ ସଫଳତାର ସହ ଆଗେଇ ଚାଲିଛି ବୋଲି ସେ କହିଥିଲେ। କଳାହାଣ୍ଡିରେ ମିଶନ ଶକ୍ତିର ମା ମାନେ ମଧ୍ୟ ଧାନ ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସ୍ବାସ୍ଥ୍ୟ ଓ କୃଷି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ନୀତି ଆୟୋଗର ମାନ୍ୟତା ମଧ୍ୟ ପାଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କଳାହାଣ୍ଡି ଆଜି ଏକ ବିଶିଷ୍ଟ ଶିକ୍ଷାକେନ୍ଦ୍ର ହୋଇପାରିଛି। କଳାହାଣ୍ଡି ୟୁନିଭରସିଟି, କଳାହାଣ୍ଡି ସରକାରୀ ଇଞ୍ଜିନିୟରିଂ କଲେଜ, ସରକାରୀ କୃଷି ମହାବିଦ୍ୟାଳୟ ଆଜି କଳାହାଣ୍ଡିର ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇ ସେ କହିଥିଲେ ଯେ କଳାହାଣ୍ଡିରେ ୧୦୦ ଆସନ ବିଶିଷ୍ଟ ସରକାରୀ ମେଡିକାଲ କଲେଜର ନିର୍ମାଣ କାମ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି।

କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଂକର ମିଶ୍ର ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ରୂପାନ୍ତର ଉପରେ ଆଲୋକପାତ କରିଥିଲେ। କୃଷି ଓ ଶିକ୍ଷା କ୍ଷେତ୍ରରେ କଳାହାଣ୍ଡି ଆଜି ରାଜ୍ୟର ଏକ ଆଗୁଆ ଜିଲ୍ଲା ହୋଇପାରିଛି ବୋଲି ସେମାନେ ମତ ଦେଇଥିଲେ। କଳାହାଣ୍ଡିର ଏହି ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତା ଓ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ।

କଳାହାଣ୍ଡି ଜିଲ୍ଲା ନବୀନ ପଟ୍ଟନାୟକ ପ୍ରକଳ୍ପର ଶୁଭାରମ୍ଭ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.