Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୨୦୦୦ ହୀରାକୁଦ ନଦୀ ବନ୍ଧ ବିସ୍ଥାପିତଙ୍କୁ ଯୋଗାଇ ଦିଆଯିବ ଘରଡିହ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୨୦୦୦ ହୀରାକୁଦ ନଦୀ ବନ୍ଧ ବିସ୍ଥାପିତଙ୍କୁ ଯୋଗାଇ ଦିଆଯିବ ଘରଡିହ

November 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୨୦୦୦ ହୀରାକୁଦ ନଦୀ ବନ୍ଧ ବିସ୍ଥାପିତଙ୍କୁ ଯୋଗାଇ ଦିଆଯିବ ଘରଡିହ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡା ଜିଲ୍ଲାବାସୀଙ୍କ ପାଇଁ ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ବାରା ଝାରସୁଗୁଡାର ୨୦୦୦ ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ବାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।

ଏଥିସହିତ  ମୁଖ୍ୟମନ୍ତ୍ରୀ ଝାରସୁଗୁଡାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି water treatment plant ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ।

ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।

ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ବରଗଡ ସାଂସଦ ଶ୍ରୀ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।

ଝାରସୁଗୁଡା ବ୍ରଜରାଜନଗର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.