Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚତୁର୍ଥ ଦିବସରେ ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଚତୁର୍ଥ ଦିବସରେ ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

November 16, 2021No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ। ୫-ଟି ସ୍କୁଲ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି। ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ, ସମ୍ଵଲପୁର, ରାୟଗଡ଼ା ଓ ନୟାଗଡ଼ ଆଦି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

ଆଜି ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି।

ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡା ର ୭ଟି, ଗଞ୍ଜାମ ର .୮୩ଟି, ସମ୍ବଲପୁର ର୨୫ .ଟି, ନୟାଗଡ଼୮ଟି ଓ ରାୟଗଡ଼ା ର୭ଟି ସ୍କୁଲ ରହିଛି।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଉତ୍କର୍ଷତା ପାଇଁ ପ୍ରତିଯୋଗୀ ମନୋଭାବ ର ବିକାଶ ଜରୁରୀ । ରୂପାନ୍ତର ପରେ ସ୍କୁଲ ର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବ କୁ ଅଧିକ ସୁଦୃଢ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏ ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ ଜଣାଇଥିଲେ। ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ। ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଭାରତୀ ସାହୁ , ସୌମ୍ୟ ଶ୍ରୀ ବଡପଣ୍ଡା ଭାଗ୍ୟ ଲକ୍ଷ୍ମୀ ପ୍ରଧାନ, ସ୍ମରଣିକା ପଟନାୟକ ଓ ସରସ୍ବତୀ ସାହୁ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରୂପାନ୍ତର ଆମ ପାଇଁ ସୁଯୋଗ ଆଣିଛି। ତାର ସଦ୍ ବ୍ୟବହାର କରିବୁ ଓ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ପୂରଣ କରିବୁ। ଏହାସହିତ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମନ୍ତ୍ରୀ ଜଗନ୍ନାଥ ସାରକା, ସରକାରୀ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ସତ୍ୟନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ନିର୍ଧାରିତ ସମୟ ସୀମା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷ କରିଥିବାରୁ ସେ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଥିଲେ।

ସରକାରୀ ସ୍କୁଲରୁ ପାଠପଢି ସର୍ବଭାରତୀୟ ସେବାରେ ଯୋଗ ଦେଇ ଥିବା
ଉତ୍ତରାଞଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଓ special director PR &DW department ଅରବିନ୍ଦ ଡାକୁଆ ନିଷ୍ଠା ଓ ପରିଶ୍ରମ ଦ୍ବାରା ସବୁ କିଛି ହାସଲକ ରିପାରିବା ବୋଲି ମତ ଦେଇଥିଲେ।

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026
Latest News

ଆଜି ଫେବୃୟାରୀ ୧ ଶନିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026

ଇଶାନଙ୍କ ଶତକ ଏବଂ ଅର୍ଶଦୀପଙ୍କ ପଞ୍ଝା: ପଞ୍ଚମ ଟି-୨୦କୁ ୪୬ ରନରେ ଜିତିଲା ଭାରତ

January 31, 2026

Odisha Cabinet Meeting: ରାଜ୍ୟ କ୍ୟାବିନେଟର ବୈଠକ, ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଂଜୁରୀ

January 31, 2026

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.