Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ଚିଲିକା ନିର୍ବାଚନମଣ୍ଡଳିର ସମସ୍ତ ଶିବାଳୟରେ ଲାଗିଲା ୧୪୪ ଧାରା
ଆଜିର ଖବର

ଆଜିଠାରୁ ଚିଲିକା ନିର୍ବାଚନମଣ୍ଡଳିର ସମସ୍ତ ଶିବାଳୟରେ ଲାଗିଲା ୧୪୪ ଧାରା

November 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳିର ସମସ୍ତ ଶିବ ମନ୍ଦିରଗୁଡ଼ିକରେ ଆଜି ଠାରୁ ଜିଲ୍ଲା ପ୍ରଶାସନ ଦ୍ୱାରା ଧାରା ୧୪୪ ଜାରି କରାଯାଇଛି। ଆଗକୁ ବଡ଼ଓଷା ଓ କାର୍ତ୍ତିକ ପୂର୍ଣ୍ଣିମା ଆସୁଥିବାରୁ କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଉପଜିଲ୍ଲାପାଳ ଉକ୍ତ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ଆଜି ନଭେମ୍ବର ୧୭ ତାରିଖରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବାଣପୁର ଓ ଚିଲିକା ତହସିଲର ସମସ୍ତ ଶିବାଳୟ ଗୁଡିକରେ ଭକ୍ତଙ୍କ ପ୍ରବେଶକୁ ବାରଣ କରାଯାଇଛି। ସେହିପରି ଭାବେ ମନ୍ଦିରର ପୋଖରୀ ଗୁଡିକରେ ଡ଼ଙ୍ଗା ଭସାଇବା ଉପରେ ମଧ୍ୟ କଟକଣା ଲଗାଯାଇଛି।

ଏହି ପରିପ୍ରେକ୍ଷୀରେ ବାଣପୁର ତହସିଲଦାର, ଚିଲିକା ତହସିଲଦାର, ବାଣପୁର ଆଇଆଇସି ଏବଂ ବାଲୁଗାଁ ଆଇଆଇସିଙ୍କ ଦ୍ୱାରା ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯିବା ସହ ସମସ୍ତ ଶିବ ମନ୍ଦିର ସମ୍ମୁଖରେ ସର୍ବସାଧାରଣଙ୍କ ନିମନ୍ତେ ନୋଟିସ ଜାରି କରାଯାଇଛି।

ଅନୁରୂପ ଭାବେ ପ୍ରମୁଖ ଶିବ ମନ୍ଦିରଗୁଡିକ ସମ୍ମୁଖରେ ପୋଲିସ ପ୍ରଶାସନ ଦ୍ୱାରା ପୋଲିସ କର୍ମଚାରୀ ମୁତୟନ କରାଯାଇଛି। ତେବେ ଯଦି କୌଣସି ବ୍ୟକ୍ତି ଜିଲ୍ଲା ପ୍ରଶାସନର ଉକ୍ତ ନିର୍ଦ୍ଦେଶକୁ ଅବମାନନା କରନ୍ତି ତେବେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବାଲୁଗାଁ ଏସଡ଼ିପିଓ ସୂଚନା ଦେଇଛନ୍ତି।

କାର୍ତ୍ତିକ ପୂର୍ଣ୍ଣିମା ଚିଲିକା ବଡଓଷା ଶିବ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.