Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କନ୍ଧମାଳରେ ୫୦୦ କୋଟିର ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କାମ ଠିକ୍‌ ସମୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

କନ୍ଧମାଳରେ ୫୦୦ କୋଟିର ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କାମ ଠିକ୍‌ ସମୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

November 22, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୬ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ କନ୍ଧମାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ଓ ଜୈବିକ ଫସଲ ପାଇଁ କନ୍ଧମାଳ ଜିଲ୍ଲାର ଖୁବ୍‌ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କନ୍ଧମାଳ ହେଉଛି ସୁନାର ଭୂମି। ଜୈବିକ ଫସଲ ବିଶେଷ କରି କନ୍ଧମାଳ ହଳଦୀ ଆଜି ସାରା ଦେଶରେ ଏକ ଲୋକପ୍ରିୟ ବ୍ରାଣ୍ଡ ଭାବରେ ପ୍ରତିଷ୍ଠା ଲାଭ କରିଛି। ଜୈବିକ ଫସଲ ପାଇଁ ଏବେ ଆଗ୍ରହ ବଢୁ ଥିବାରି ଏ କ୍ଷେତ୍ରରେ କନ୍ଧମାଳର ବହୁତ ସୁଯୋଗ ରହିଛି ବୋଲି ସେ କହିଥିଲେ। ସେହିପରି ଇକୋ-ଟୁରିଜିମ୍ ପାଇଁ ମଧ୍ୟ କନ୍ଧମାଳ ସାରା ଦେଶର ପର୍ଯ୍ୟଟକ ମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏ ଦୁଇ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଇ କାମ କରୁଛନ୍ତି ବୋଲି କହିଥିଲେ।

ଆଜି କନ୍ଧମାଳ ପାଇଁ ମୁଖ୍ୟମନ୍ତ୍ରୀ ୨୭୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ଏଥିରେ ଭିତ୍ତିଭୂମି ଉପରେ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଇଛି ବୋଲି କହିଥିଲେ। ଏହି ଅବସରରେ ୫୦୪ କୋଟି ଟଙ୍କା ବିନିଯୋଗରେ କନ୍ଧମାଳରେ ୫୦୦ ଶଯ୍ୟା ବିଶିଷ୍ଟ ଏକ ମେଡିକାଲ ଏବଂ ହସ୍ପିଟାଲ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରି କହିଥିଲେ ଯେ, ଏଥିରେ ବର୍ଷକୁ ୧୦୦ ଜଣ ପିଲା ଡାକ୍ତରୀ ପାଠ ପଢିପାରିବେ। ମେଡିକାଲ କଲେଜ ନିର୍ମାଣ କାମ ଠିକ୍‌ ସମୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କନ୍ଧମାଳ ଜିଲ୍ଲାରେ ବିଜୁ ସେତୁ ଯୋଜନାରେ ୧୨୦ କୋଟି ଟଙ୍କା ବିନିଯୋଗରେ ୬୯ ଗ୍ରାମ ପଞ୍ଚାୟତରେ ଯୋଗାଯୋଗର ଉନ୍ନତି କରାଯାଇଛି। ଏଥିପାଇଁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଜିଲ୍ଲାର ୨ ଲକ୍ଷ ଲୋକ ଉପକୃତ ହେଉଛନ୍ତି।

ବାଲିଗୁଡାରେ ନିର୍ମାଣାଧୀନ ୨୨୦/୩୩ KV ଗ୍ରୀଡ ଷ୍ଟେସନ ଖୁବ୍‌ ଶିଘ୍ର ଶେଷ ହେବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା କେ. ନୂଆଗାଁ, ତୁମୁଡିବନ୍ଧ, କୋଟଗଡ, ଦାରିଙ୍ଗିବାଡି ଓ ବାଲିଗୁଡା ବ୍ଲକର ୭୦ ହଜାର ପରିବାର ଉପକାର ପାଇବେ।  ଏହାଦାରା ପାଇପ ପାଣି ଯୋଗାଣରେ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

କନ୍ଧମାଳ ମେଡିକାଲ କଲେଜ ଓ ହସ୍ପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ କଲେ ନିୟମିତ

March 20, 2026

ପେଟ୍ରୋଲ ପରେ ମହଙ୍ଗା ହେଲା ଶିଳ୍ପ ଡିଜେଲ: ପ୍ରତି ଲିଟର ପ୍ରାୟ ୨୨ ଟଙ୍କାକୁ ବୃଦ୍ଧି

March 20, 2026

ପଖାଳ ପ୍ରେମରେ ସାରା ପୃଥିବୀ, ଆମ ସଂସ୍କୃତି ବିଶ୍ୱର ପ୍ରତ୍ୟେକ କୋଣରେ ପହଁଚୁଛି: ମୁଖ୍ୟମନ୍ତ୍ରୀ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.