ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ୍ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

Published: Nov 26, 2021, 6:29 pm IST

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବୀରେନ୍ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଭୁବନେଶ୍ୱର ଜୟଦେବ ବିହାର ଛକସ୍ଥିତ ତାଙ୍କ ପ୍ରତିମୂର୍ତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି।

ଏଥିରେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବଡମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ ତଥା ବୀରେନ୍ ମିତ୍ର ଫାଉଣ୍ଡେସନ,କଟକର ସଭାପତି ଶ୍ରୀ ପ୍ରିୟଦର୍ଶୀ ମିଶ୍ର ଓ ଅନୁଷ୍ଠାନର ଅନ୍ୟ କର୍ମକର୍ତା, ସୂଚନା ଓ ଲୋକ ସଂପର୍କ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ବୀରେନ ମିତ୍ରଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

Related posts