Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର-ବାଲୁଗାଁ ବାଇପାସରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ମୃତ, ୧୫ ଆହତ
ଆଜିର ଖବର

ବାଣପୁର-ବାଲୁଗାଁ ବାଇପାସରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ମୃତ, ୧୫ ଆହତ

November 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବେଲପଡା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି।

ସୂଚନା ମୁତାବକ ଗଞ୍ଜାମ ଜିଲ୍ଲା ଗୋପାଳପୁର ଏନଏସି ଏବଂ ରଙ୍ଗେଇଲୁଣ୍ଡା ବ୍ଲକ ଅଞ୍ଚଳର ୧୮ ଜଣ ପୁରୁଷ ଯାତ୍ରୀ ଓଆର-୦୨-କ୍ସ-୬୫୯୯ ନମ୍ବର ବିଶିଷ୍ଟ ଏକ ମହେନ୍ଦ୍ରା ମିନିବସ ଯୋଗେ ଗୁରୁବାର ଦିନ ସଂନ୍ଧ୍ୟାରେ ଘଟଗାଁ ମା’ ତାରିଣୀ ମନ୍ଦିର ଦର୍ଶନ ପାଇଁ ବାହାରିଥିଲେ। ତେବେ ଦର୍ଶନ ସାରି ଗତକାଲି ଫେରୁଥିବା ବେଳେ ରାତି ଦୁଇ ଘଟିକା ସମୟରେ ଯାତ୍ରୀମାନେ ପରିସ୍ରା କରିବା ନିମନ୍ତେ ବସଟି ୧୬ ନମ୍ବର ଜାତୀୟ ରାଜପଥ ବେଲପଡା ଛକରେ ଅଟକିଥିଲା। ଉକ୍ତ ସମୟରେ ହଠାତ ପଛପଟୁ କ୍ଷିପ୍ର ଗତିରେ ଏକ ଅଜଣା ଟ୍ରକ ବସକୁ ଶକ୍ତ ଧକା ଦେଇ ଫେରାର ହୋଇଯାଇଥିଲା। ଯାହା ଫଳରେ ବସଟି ରାଜପଥ କଡ଼ରେ ଓଲଟିପଡିଥିଲା। ଏବଂ ତିନି ଜଣ ବ୍ୟକ୍ତି ବସ ତଳେ ଚାପି ହୋଇ ରହିଥିଲେ।

ସୂଚନା ପାଇ ସଙ୍ଗେସଙ୍ଗେ ବାଣପୁର, ବାଲୁଗାଁ ଅଗ୍ନିଶମ ବାହିନୀ, ବାଣପୁର ପୋଲିସ ଏବଂ ସ୍ଥାନୀୟ ଅଞ୍ଚଳବାସୀ ଦୁର୍ଘଟଣା ଗ୍ରସ୍ତ ବସରୁ ଆହତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ବାଲୁଗାଁ ମେଡିକାଲରେ ଭର୍ତ୍ତି କରିଥିଲେ। ତେବେ ଆହତ ୧୮ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ ଜଣ ବାଲୁଗାଁ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ୫ ଜଣ ଗୁରୁତର ଆହତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ ସ୍ଥାନାନ୍ତରିତ କରାଯାଇଛି।

ତେବେ ବସ ତଳେ ଚାପି ହୋଇଥିବା ତିନି ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଦୁଇ ଜଣକ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ବ୍ୟକ୍ତିଙ୍କ ବାଲୁଗାଁ ମେଡିକାଲରେ ମୃତ୍ୟୁ ଘଟିଛି। ମୃତକ ତିନି ଜଣ ବ୍ୟକ୍ତି ହେଲେ ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ବକ୍ସିପଲି ପଞ୍ଚାୟତ ଭେଙ୍କଟରାୟପୁର ଗ୍ରାମର ଇ. ଲୋହି ଦାସ (୫୭), ଗଙ୍ଗାଧର ମହାରଣା (୩୯) ଏବଂ ନାରାୟଣପୁର ପଞ୍ଚାୟତ ଆଲିପୁର ଗ୍ରାମର ଅସିତ କୁମାର ବେହେରା (୨୯) ବୋଲି ଜଣାପଡିଛି। ମୃତକଙ୍କ ସମ୍ପର୍କୀୟ ଏ ନେଇ ବାଣପୁର ଥାନାରେ ଏକ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।

ବାଣପୁର ଥାନା ବାଣପୁର-ବାଲୁଗାଁ ବାଇପାସ ବେଲପଡା ଛକ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.