Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୁର୍ନୀତିଗ୍ରସ୍ତ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ,୩ ଜଣଙ୍କୁ ବାଧ୍ୟତାମୂଳକ ଅବସର, ଜଣେ ବହିଷ୍କୃତ
ବିଶେଷ ଖବର

ଦୁର୍ନୀତିଗ୍ରସ୍ତ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ,୩ ଜଣଙ୍କୁ ବାଧ୍ୟତାମୂଳକ ଅବସର, ଜଣେ ବହିଷ୍କୃତ

December 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦୁର୍ନୀତିଗ୍ରସ୍ତ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ,୩ ଜଣଙ୍କୁ ବାଧ୍ୟତାମୂଳକ ଅବସର, ଜଣେ ବହିଷ୍କୃତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍‌ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।

ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର (ଜଟଣୀ ମ୍ୟୁନିସିପାଲ୍‌ଟି ଓ ଛତ୍ରପୁର ଏନ୍‌.ଏ.ସି.ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ) ଶ୍ରୀମତୀ ଲଳିତା କପୁରଙ୍କ ନାମରେ ଦୁଇଟି ଦୁର୍ନୀତି ଅଭିଯୋଗ ରହିଛି। ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି ।

ବେଲପାହାଡ ମ୍ୟୁନିସିପାଲ୍‌ଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଝାରସୁଗୁଡା ମ୍ୟୁନିସ୍‌ପାଲିଟ୍‌ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରାମଚନ୍ଦ୍ର ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ବ ନିରୀକ୍ଷକ ଶ୍ରୀ ମନୋଜ କୁମାର ପରିଡାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଅଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁ ଚାକିରୀରୁ ବହିଷ୍କୃତ କରାଯାଇଛି । ଉପରୋକ୍ତ ଚାରିଜଣଙ୍କ ସମ୍ପର୍କରେ ମଧ୍ୟ ମୋ ସରକାର feedbackରେ ଜନସାଧାରଣ ପ୍ରତିକୂଳ ମତାମତ ଦେଇଥିଲେ ।

ଏହାସହିତ ଓଡିଶା ପୋଲିସ ସେବା ଅଧିକାରୀ ବଲାଙ୍ଗୀରର ପୂର୍ବତନ ଅତିରିକ୍ତ ଏସ୍‌.ପି ତଥା ହୋମଗାର୍ଡର ପୂର୍ବତନ ଡି.ଏସ୍‌.ପି ଶ୍ରୀ ଶ୍ରୀକାନ୍ତ ମିଶ୍ର ଏବଂ ଗଞ୍ଜାମ ବେଲଗୁଣ୍ଠା ବ୍ଲକ୍‌ର ପୂର୍ବତନ ଏ.ଏଫ.ଓ ଶ୍ରୀ ଏପିଲି ଉଦୟନାଥଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି। ସେମାନଙ୍କ ନାମରେ ଥିବା ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁ ଏହି ପଦକ୍ଷେପ ନିଆଯାଇଛି।

ଦୁର୍ନୀତିଗ୍ରସ୍ତ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.