Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗଞ୍ଜାମରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରାୟ ୨୮ ଲକ୍ଷ ଲୋକେ ହେବେ ଉପକୃତ
ବିଶେଷ ଖବର

ଗଞ୍ଜାମରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରାୟ ୨୮ ଲକ୍ଷ ଲୋକେ ହେବେ ଉପକୃତ

December 12, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା’ ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍‌ଥ କାର୍ଡ ସଂପର୍କରେ ଘୋଷଣା କରିଥିଲେ। ଏହାପରେ ଅଗଷ୍ଟ ୨୦ ତାରିଖରେ ସେ ମାଲକାନଗିରିରେ ପ୍ରଥମ କରି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ହେଉଛି ସରକାରଙ୍କ ପ୍ରତିବଦ୍ଧତା। ଏବଂ ଏ ଦିଗରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ରାଜ୍ୟ ବାସୀଙ୍କ ପାଇଁ ସରକାରଙ୍କର ଶ୍ରେଷ୍ଠ ଉପହାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଚିକିତ୍ସା ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ଜଙ୍ଗଲ ମନ୍ତ୍ରୀ  ବିକ୍ରମ କେଶରୀ ଆରୁଖ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବର ଉଚ୍ଚପ୍ରଶଂସା କରି ଓଡ଼ିଶାର ଯୋଜନା କିପରି ଅନ୍ୟ ରାଜ୍ୟ ତଥା କେନ୍ଦ୍ର ସରକାର ଅନୁକରଣ କରୁଛନ୍ତି ତାର ଉଦାହରଣ ଦେଇଥିଲେ।

ଏମ୍ ପି ଚନ୍ଦ୍ରଶେଖର ସାହୁ ,ଏମ୍ ପି ପ୍ରମିଳା ବିଶୋଇ , ବିଧାୟକ ବିକ୍ରମ ପଣ୍ଡା ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବର ପ୍ରଶଂସା କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ।

ଗଞ୍ଜାମ ନବୀନ ପଟ୍ଟନାୟକ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲ୍‌ଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026
Latest News

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026

ପ୍ରଧାନଶିକ୍ଷୟିତ୍ରୀଙ୍କ ମାଡ଼ରେ କୋମଳମତି ଦିବ୍ୟାଙ୍ଗ ଛାତ୍ରୀଙ୍କ ଆଖି ନଷ୍ଟ

September 12, 2026

ମାଲକାନଗିରିରେ ଲଘୁଚାପ ଜନିତ ପ୍ରବଳ ବର୍ଷା: ୮୦୪.୧ ମିମି ରେକର୍ଡ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.