Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ୧୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

କଟକରେ ୧୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

December 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକରେ ୧୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ କଟକ ଓ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡର ଶୁଭାରମ୍ଭ କରିବା ଅବସରରେ ସେ ଏହି ପ୍ରକଳ୍ପଗୁଡିକର ଶୁଭାରମ୍ଭ ତଥା ଭିତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିରେ କଟକ ପାଇଁ ୧୫୦୦ କୋଟି ଟଙ୍କା ଓ ଖୋର୍ଦ୍ଧା ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

କଟକ ଜିଲ୍ଲା ପାଇଁ କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ । ସ୍ୱାସ୍ଥ୍ୟ ହିଁ ସମ୍ପଦ । ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ ବୋଲି ସେ କହିଥିଲେ ।

କଟକର SCB Medical College କୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ। କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅନେକ ଦେଶରେ ଚାଲିବ ଇଭି ଯାନ, ଯେଉଁଥିରେ ଲେଖାଯିବ ମେଡ୍ ଇନ୍ ଇଣ୍ଡିଆ’, ପ୍ରଧାନମନ୍ତ୍ରୀ ମୋଦି

August 26, 2025

ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହେଲେ ମାଲକାନଗିରିର ବସନ୍ତ କୁମାର ରଣା

August 26, 2025

ୟୁନିଫାଏଡ୍ ପେନସନ୍ ସ୍କିମ୍ ରୁ ନ୍ୟାସନାଲ୍ ପେନସନ୍ ସିଷ୍ଟମ୍ କୁ କରନ୍ତୁ ପରିବର୍ତ୍ତନ, ଜାଣନ୍ତୁ କେମିତି

August 26, 2025

ରାଜ୍ୟଗୋଷ୍ଠୀ ଭାରୋତ୍ତଳନ ପ୍ରତିଯୋଗୀତା: ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଲେ ଓଡିଶା ଝିଅ

August 26, 2025
Latest News

ଉଚ୍ଚ ଶୁଳ୍କ ଲାଗୁ କରିଥିବା ଟ୍ରମ୍ପଙ୍କୁ କିପରି ଜବାବ ଦେବ ଭାରତ?: ଜାଣନ୍ତୁ ଏହି ତିନୋଟି ବିକଳ୍ପ

August 26, 2025

‘ଅନେକ ଦେଶରେ ଚାଲିବ ଇଭି ଯାନ, ଯେଉଁଥିରେ ଲେଖାଯିବ ମେଡ୍ ଇନ୍ ଇଣ୍ଡିଆ’, ପ୍ରଧାନମନ୍ତ୍ରୀ ମୋଦି

August 26, 2025

‘ଯଦି ତୁମେ ଶାନ୍ତି ଚାହୁଁଛ, ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ…’ ସିଡିଏସ୍ ଅନିଲ ଚୌହାନଙ୍କ ବାର୍ତ୍ତା

August 26, 2025

ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହେଲେ ମାଲକାନଗିରିର ବସନ୍ତ କୁମାର ରଣା

August 26, 2025

ୟୁନିଫାଏଡ୍ ପେନସନ୍ ସ୍କିମ୍ ରୁ ନ୍ୟାସନାଲ୍ ପେନସନ୍ ସିଷ୍ଟମ୍ କୁ କରନ୍ତୁ ପରିବର୍ତ୍ତନ, ଜାଣନ୍ତୁ କେମିତି

August 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.