Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା

December 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି। ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି।

ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ। ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ। ତେଣୁ ସାଇବର ଅପରାଧ ତଥା ତଦ୍ ଜନିତ ଆର୍ଥିକ ଅପରାଧକୁ ରୋକିବା ତଥା ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ବର୍ତ୍ତମାନ ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁର ରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ର ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ। ଏହା ଦ୍ଵାରା ଏହି ଥାନର ସଖ୍ୟା ୧୪ରେ ପହଞ୍ଚିଲା।

ଏହି ୧୪ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ନିମ୍ନଲିଖିତ ୧୪ଟି ସ୍ଥାନରେ ପ୍ରତିଷ୍ଠା କରାଯିବ। ସେଗୁଡିକ ହେଲା – କଟକ, ଭୁବବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଭଂଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ।

ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି। ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ଏ.ଏସ୍.ଆଇ (ଯୋଗାଯୋଗ), ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ। ଏମାନଙ୍କ ବ୍ୟତୀତ ଫାଇନାନ୍ସ ଓ ଆକାଉଣ୍ଟ ଆନାଲିଷ୍ଟ  ଆଇଟି ଏକ୍ସପର୍ଟ, ଓ ସାଇବର ଫୋରେଂସିକ ଏକ୍ସପର୍ଟ ପରି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି। ରାଜ୍ୟ ସଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।

ଓଡିଶା ନବୀନ ପଟ୍ଟନାୟକ ସାଇବର ଅପରାଧ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.