Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୟାଗଡ ଓ ଜଗତସିଂହପୁରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ
ବିଶେଷ ଖବର

ନୟାଗଡ ଓ ଜଗତସିଂହପୁରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ

December 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ନୟାଗଡର ୭.୭୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଜଗତସିଂହପୁରର ପ୍ରାୟ ୯ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାସହିତ ରାଜ୍ୟର ୨୮ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୟାଗଡ ଜିଲ୍ଲାରେ ୧୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ନୟାଗଡ ମାଟିର ଗୌରବ ପ୍ରସିଦ୍ଧ ଜ୍ୟୋତିର୍ବିଜ୍ଞାନୀ ପଠାଣୀ ସାମନ୍ତ ତଥା ସଂଗ୍ରାମୀ, ଶହୀଦ ରଘୁ ଦିବାକରଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସାରା ରାଜ୍ୟରେ ପିଇବା ପାଣି ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନୟାଗଡରେ ୧୦୦୦ କୋଟି ଟଙ୍କା ବିନିଯୋଗରେ ଏକ ମେଗା ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ଏବଂ ଏହାଦ୍ବାରା ଜିଲ୍ଲାର ୮ ଲକ୍ଷ ଲୋକ ଭଲ ପିଇବା ପାଣି ପାଇପାରିବେ। ନୟାଗଡର ମିଶନ ଶକ୍ତିର ମା ମାନଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କ ବିଜିନେସ୍‌ରେ ସୁବିଧା ପାଇଁ ୧୬୪ କୋଟି ଟଙ୍କାର ଋଣ ଯୋଗାଇ ଦିଆଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମଧ୍ୟ ଜିଲ୍ଲାରେ ଭଲ କାମ ହେଉଛି ବୋଲି କହିଥିଲେ।

ସେହିପରି ଜଗତସିଂହପୁରରେ ଅଧିଷ୍ଠାତ୍ରୀ ଦେବୀ ମା’ ସାରଳାଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ସର୍ବାଧିକ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗତସିଂହପୁର ଓ ପାରାଦୀପ ସହରର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯାଇଛି। ଜିଲ୍ଲାର ଗ୍ରାମାଂଚଳରେ ପାଇପ ପାଣିର ସୁବିଧା ପାଇଁ ଏକ ବୃହତ ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଗତସିଂହପୁର ଜିଲ୍ଲା ରାଜ୍ୟର ଏକ ଆଗୁଆ ଜିଲ୍ଲା ଏବଂ ଏହା କୃଷି, ଶିଳ୍ପ ସବୁ କ୍ଷେତ୍ରରେ ଉନ୍ନତ। ଅନେକ ସରକାରୀ ଯୋଜନା ଏଠାରେ ସଫଳ ଭାବରେ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଜିଲ୍ଲାରେ ବହୁତ ଭଲ କାମ ହେଉଛି।

ଜଗତସିଂହପୁର ନୟାଗଡ ଭିଡିଓ କନ୍‌ଫରେନ୍‌ସିଂ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026
Latest News

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.