Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରାପଡା ୧୫୦୦ କୋଟି ଓ ଯାଜପୁରରେ ୨୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
ବିଶେଷ ଖବର

କେନ୍ଦ୍ରାପଡା ୧୫୦୦ କୋଟି ଓ ଯାଜପୁରରେ ୨୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

December 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କେନ୍ଦ୍ରାପଡା ସହିତ ବିଜୁ ବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଥିଲେ ଯେ କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମ ଭୂମି। କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି।

କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବୀ ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି। ଏହାଦ୍ବାରା କେନ୍ଦ୍ରାପଡା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଥିଲେ। କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର।

ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଯାଜପୁରର ମିଶନ ଶକ୍ତିର ମା ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି। ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ମ୍ୟୁନିସ୍‌ପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ। ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ।

କେନ୍ଦ୍ରାପଡା ନବୀନ ପଟ୍ଟନାୟକ ପ୍ରକଳ୍ପର ଶୁଭାରମ୍ଭ ଭିଡିଓ କନ୍‌ଫରେନ୍‌ସିଂ ଯାଜପୁର
Share. Facebook Twitter LinkedIn Email WhatsApp Copy Link

Related Posts

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.