Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାଜପୁର ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ଗୁଡ଼ିକର ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, କହିଲେ ଏପରି କଥା
ଆଜିର ଖବର

ଯାଜପୁର ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ଗୁଡ଼ିକର ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, କହିଲେ ଏପରି କଥା

December 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଯାଜପୁର ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ଗୁଡ଼ିକର ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, କହିଲେ ଏପରି କଥା

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଯାଜପୁର ଜିଲ୍ଲାଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ନିରୀକ୍ଷଣକରିବା ସହ ପ୍ରକଳ୍ପଗୁଡ଼ିକର ବିଭିନ୍ନ ପର‌୍ୟ୍ୟାୟ କାମ ଏବଂ ପୂର୍ଣ୍ଣାଙ୍ଗ ନିମନ୍ତେ ସମୟ ସୀମା ନିର୍ଦ୍ଧାରଣ କରିଛନ୍ତି ।

ଜିଲ୍ଲାରେ ପହଞ୍ଚିବା ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧିନ ସଂପ୍ରସାରଣ ବ୍ଲକର ଅଗ୍ରଗତି କାର‌୍ୟ୍ୟ ପରିଦର୍ଶନ କରିଥିଲେ । କାର‌୍ୟ୍ୟାନ୍ୱୟନ ତ୍ୱରାନ୍ୱିତ କରି ୨୦୨୨ ଅଗଷ୍ଟମାସ ଶେଷସୁଦ୍ଧା କାର‌୍ୟ୍ୟପୂର୍ଣ୍ଣାଙ୍ଗ ପୂର୍ବକ ରୋଗୀ ସେବାରେ ନିୟୋଜିତ କରିବା ପାଇଁ ନିର୍ମାଣକାରୀ ସଂସ୍ଥା ଏବଂ ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ପରେପରେ ଶ୍ରୀ ମହାପାତ୍ର ନିର୍ମାଣାଧାନ ଯାଜପୁର ମେଡିକାଲ କଲେଜ, ଇନ୍ଡୋର ସ୍ପୋର୍ଟସ୍ କଂପ୍ଲେକ୍ସ୍, ମା’ ବିରଜା ମନ୍ଦିର ଚତୁପାର୍ଶ୍ୱ ଉନ୍ନୟନ ପ୍ରକଳ୍ପ ଏବଂ ବିରଜା ହାଇସ୍କୁଲ ରୂପାନ୍ତରଣ ପ୍ରକଳ୍ପ ଆଦି ପରିଦର୍ଶନ କରି ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଥିଲେ ।
ପ୍ରାୟ ୪୨୬ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଥିବା ଏହି ମେଡିକାଲ କଲେଜର କାଯ୍ୟ ୨୦୨୩ ମସିହା ଜୁନ୍ ମଧ୍ୟରେ ସାରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ପ୍ରାୟ ୧୪.୪୦ କୋଟି ଟଙ୍କା ଖର୍ଚ୍ଚ ଅଟକଳରେ ନିର୍ମାଣ ହେଉଥିବା ଇନ୍ଡୋର ସ୍ପୋର୍ଟସ୍ କଂପ୍ଲେକ୍ସ, ଏବଂ ୬.୫ କୋଟି ଟଙ୍କା ଖର୍ଚ୍ଚ ଅଟକଳରେ କରାଯାଉଥିବା ମା ବିରଜା ମନ୍ଦିର ଚର୍ତୁପାର୍ଶ୍ୱ ଉନ୍ନୟନ କାଯ୍ୟ ୨୦୨୨ ମାର୍ଚ୍ଚ ସୁଦ୍ଧା ସାରିବା ପାଇଁ ସମୟ ସୀମା ନିର୍ଦ୍ଧାରଣ କରିଥିଲେ ।

ଏହି ଗସ୍ତକାଳରେ ମହାପାତ୍ର ବିରଜା ଉଚ୍ଚ ଇଂରାଜୀ ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାଳୟ ରୂପାନ୍ତରଣ ପ୍ରକଳ୍ପର ଅଗ୍ରଗତି ନିରୀକ୍ଷଣ କରିଥିଲେ । ବିଦ୍ୟାଳୟର ସ୍ମାର୍ଟ କ୍ଲାସ୍ ରୁମ୍, ଇ-ଲାଇବ୍ରେରୀ, ବିଜ୍ଞାନ ପରୀକ୍ଷାଗାର ଆଦି ପରିଦର୍ଶନ କରି ଶିକ୍ଷକମାନଙ୍କ ସହ ଆଲୋଚନା କରିଥିଲେ । ଏହିସବୁ ସୁବିଧାର ସର୍ବୋକୃଷ୍ଟ ବ୍ୟବହାର ପୂର୍ବକ ଛାତ୍ରଛାତ୍ରୀମାନଙ୍କୁ ଦେଶର ଯେକୌଣସି ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ସମକକ୍ଷକରି ଗଢ଼ିବା ପାଇଁ ମହାପାତ୍ର ଶିକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ ।

ଗସ୍ତ ସମୟରେ ଜିଲ୍ଲାପାଳ ରାଠୋର ଏବଂ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ଆବଶ୍ୟକୀୟ ସଦ୍ୟତନ ତଥ୍ୟ ଉପସ୍ଥାପନ କରିଥିଲେ ।

ମୁଖ୍ୟ ଶାସନ ସଚିବ ଯାଜପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026
Latest News

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.