Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରାପଡ଼ାରେ ନବୀନ : ବୈଜୟନ୍ତ ଉପରେ ବର୍ଷିଲେ
ଆଜିର ଖବର

କେନ୍ଦ୍ରାପଡ଼ାରେ ନବୀନ : ବୈଜୟନ୍ତ ଉପରେ ବର୍ଷିଲେ

April 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen pattanaik slams baijanta panda in kendrapada rally
naveen pattanaik slams baijanta panda in kendrapada rally

ରାଜ୍ୟରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ସରିଯାଇଥିବାବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ତେବେ ଏଥରର ଚର୍ଚ୍ଚାର ରହିଥିବା କେନ୍ଦ୍ରାପଡ଼ା ଲୋକସଭା ଆସନକୁ ନେଇ ରାଜନୀତି ବେଶ୍‌ ସରଗରମ। କେନ୍ଦ୍ରାପଡ଼ାରୁ ବିଜେଡ଼ି ତରଫରୁ ଅନୁଭବ ମହାନ୍ତି ପ୍ରାର୍ଥୀ ହୋଇଥିବାବେଳେ ବିଜେପି ତରଫରୁ ପ୍ରାର୍ଥୀ ହୋଇଛନ୍ତି ବିଜେଡ଼ିର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା। ତେବେ ବୈଜୟନ୍ତଙ୍କ ଦୁର୍ଗ ଥିବା କେନ୍ଦ୍ରାପଡ଼ାରେ ଏଥରର ରାଜନୀତି ସମୀକରଣ କ’ଣ ହେବ, ତାକୁ ନେଇ ବେଶ୍‌ କଳ୍ପନାଜଳ୍ପନା ଲାଗି ରହିଛି। ଏପରି ସମୟରେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ମାରାଥନ୍‌ ପ୍ରଚାରରେ ଲାଗିପଡିଛନ୍ତି। ଆଜି କେନ୍ଦ୍ରାପଡ଼ାରେ ନିର୍ବାଚନୀ ଗସ୍ତ ଅବସରରେ ସେ କେନ୍ଦ୍ରକୁ ଟାର୍ଗେଟ୍‌ କରିବା ସହିତ ବୈଜୟନ୍ତ ପଣ୍ଡାଙ୍କୁ ଉପରେ ସିଧାସଳଖ ଟାର୍ଗେଟ କରିଛନ୍ତି। ସେ ଏହି ଅବସରରେ କହିଛନ୍ତି ଯେ, କେନ୍ଦ୍ରାପଡ଼ାର ସ୍ବାଭିମାନୀ ଲୋକେ ବିଜୁବାବୁଙ୍କୁ ନିଜ ପରିବାର ବୋଲି ଭାବୁଥିଲେ, ସେଥିପାଇଁ କେନ୍ଦ୍ରାପଡ଼ାରେ ସେ ମହିଳାଙ୍କ ୩୩ପ୍ରତିଶତ ସଂରକ୍ଷଣର ଘୋଷଣା କରିଥିଲେ। ତେବେ କେନ୍ଦ୍ରାପଡ଼ାରେ ଦୁଇ ଦୁଇ ଥର ସାଂସଦ ହୋଇ ଜିତିଥିବା ବୈଜୟନ୍ତ ପଣ୍ଡାଙ୍କୁ ଉପରେ ବର୍ଷିବା ସହିତ କେନ୍ଦ୍ରାପଡ଼ାବାସୀଙ୍କ ବିଶ୍ବାସ ଭାଙ୍ଗିଛନ୍ତି ବୋଲି କହିଛନ୍ତି ନବୀନ। କେନ୍ଦ୍ରାପଡ଼ା ଏକମାତ୍ର ଉପକୂଳବର୍ତ୍ତୀ ଜିଲ୍ଲା, ଯେଉଁଠିକୁ ରେଳସଂଯୋଗ ହୋଇପାରି ନାହିଁ। ବୈଜୟନ୍ତ କେନ୍ଦ୍ରାପଡ଼ାର ବିକାଶ ନୁହେଁ, ବରଂ ନିଜ ଶିଳ୍ପର ବିକାଶକୁ ନେଇ ଚିନ୍ତା କରୁଥିଲେ ବୋଲି କହିଛନ୍ତି ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ାର ଯୁବକଙ୍କ ନିଯୁକ୍ତି ପାଇଁ ନୁହେଁ ବରଂ ନିଜେ ଭଲ ନିଯୁକ୍ତି ପାଇବାରେ ବ୍ୟସ୍ତ ରହିଥିଲେ ବୋଲି କଟାକ୍ଷ କରିଛନ୍ତି ନବୀନ। ଦୁଇ ଦୁଇ ଥର ଭୋଟ୍‌ ପାଇଁ କେନ୍ଦ୍ରାପଡ଼ାବାସୀଙ୍କ ବିଶ୍ବାସ ଭାଙ୍ଗିଛନ୍ତି ବୈଜୟନ୍ତ, କେନ୍ଦ୍ରାପଡ଼ାର ବିକାଶ ଏବେ ତାଙ୍କ ଦାୟିତ୍ବ ବୋଲି କହିବା ସହିତ ଅବିଶ୍ବାସୀଙ୍କୁ ଉଚିତ୍‌ ଜବାବ୍‌ ଜନସାଧାରଣ ଦେବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ନବୀନ।

kendrapada naveen rally thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026
Latest News

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.