Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ସ୍କୁଲ: ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ସ୍କୁଲ: ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

December 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ପୁଣି ଥରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ପଷ୍ଟ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ପାଇଁ ଗଣଶିକ୍ଷା ମନ୍ତି ସ୍ପଷ୍ଟ କରିଛନ୍ତି। ଆସନ୍ତା ୩ ତାରିଖରେ ହିଁ ଏହି ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବ। କିନ୍ତୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ସ୍କୁଲରେ ପାଠ ପଢା ବାଧ୍ୟତାମୂଳକ ନୁହେଁ। ଯେଉଁ ଅଭିଭାବକମାନେ ଚାହିଁବେ, ସେମାନେ ତାଙ୍କ ପିଲାଙ୍କୁ ସ୍କୁଲ ଛାଡ଼ିପାରିବେ। ଯେଉଁ ଛାତ୍ରଛାତ୍ରୀ ସ୍କୁଲକୁ ଯିବା ପାଇଁ ଇଚ୍ଛାପ୍ରକାଶ କରିବେ ନାହିଁ, ସେମାନେ ପୂର୍ବପରି ଅନଲାଇନରେ ପାଠ ପଢିପାରିବେ।

ଏହାପୂର୍ବରୁ ଗତକାଲି ଗଣଶିକ୍ଷା ବିଭାଗ ସଚିବ ସତ୍ୟବ୍ରତ ସାହୁ ମଧ୍ୟ ଏନେଇ ସ୍ପଷ୍ଟ କରିଥିଲେ। ଗତ ୨୯ ତାରିଖରେ ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିପାରେ ବୋଲି ଡିଏମଇଟି ରମାରମଣ ମହାନ୍ତି କହିଥିଲେ। ଯାହାକୁ ନେଇ ଗଣଶିକ୍ଷା ବିଭାଗ ସଚିବ ପ୍ରତିକ୍ରିୟା ରଖିବା ସହ ସ୍କୁଲ ଖୋଲିବା ନେଇ ସ୍ପଷ୍ଟ କରିଥିଲେ।

ତେବେ ସ୍କୁଲ ଖୋଲିବା ପୂର୍ବରୁ ସ୍କୁଲର ପରିସରକୁ ବିଶୋଧନ କରାଯିବ। ମାସ୍କ ଏବଂ ସାମାଜିକ ଦୁରତ୍ଵ ଉପରେ ଅଧିକ ଗୁରତ୍ଵ ଦିଆଯିବ ବୋଲି ଶ୍ରୀ ସାହୁ କହିଛନ୍ତି। ଡିଇଓ, ବିଇଓ ଓ ସିଆରସିସି ମାନେ ନିୟମିତ ବ୍ୟବଧାନରେ ସ୍କୁଲ ଗସ୍ତ କରି ଯାଞ୍ଚ କରିବାକୁ କୁହାଯାଇଛି।

ଖୋଲିବ ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ପ୍ରଥମରୁ ପଞ୍ଚମ ଶ୍ରେଣୀ ସମୀର ରଞ୍ଜନ ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.