Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବିପ୍ଳବୀ ଚାଖି ଖୁଣ୍ଟିଆଙ୍କ ୨୦୦ତମ ଜୟନ୍ତୀ ପାଳିତ
ଆଜିର ଖବର

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବିପ୍ଳବୀ ଚାଖି ଖୁଣ୍ଟିଆଙ୍କ ୨୦୦ତମ ଜୟନ୍ତୀ ପାଳିତ

January 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବିପ୍ଳବୀ ଚାଖି ଖୁଣ୍ଟିଆଙ୍କ ୨୦୦ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବହୁ ସ୍ୱାଧୀନତା ସଂଗ୍ରାମୀଙ୍କର ଉତ୍ସର୍ଗୀକୃତ ସେବା ଓ ତ୍ୟାଗପୂର୍ଣ୍ଣ ବଳିଦାନ ଯୋଗୁଁ ଭାରତବର୍ଷ ପରାଧୀନତାର ଶୃଙ୍ଖଳରୁ ମୁକ୍ତିଲାଭ କରିଥିଲା । ସେହିପରି ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ ଥିଲେ ମହାନ ବିପ୍ଳବୀ ଚନ୍ଦନ ହଜୁରୀ (ଚାଖି ଖୁଣ୍ଟିଆ) । ୧୮୫୭ର ଐତିହାସିକ ସିପାହୀ ବିଦ୍ରୋହରେ ସାମିଲ ହୋଇ ବିପ୍ଳବୀ ଚନ୍ଦନ ହଜୁରୀ ଓଡ଼ିଶାର ଗର୍ବ ଓ ଗୌରବକୁ ଜାତୀୟ ସ୍ତରରେ ଉଚ୍ଚତମ ସୋପାନରେ ପହଞ୍ଚାଇ ପାରିଥିଲେ ।

ଝାନ୍ସୀରାଣୀ ଲକ୍ଷ୍ମୀବାଈଙ୍କ ଆହ୍ୱାନରେ ସୁଦୂର ଉତ୍ତରଭାରତରେ ଇଂରେଜମାନଙ୍କ ବିରୋଧରେ ତାଙ୍କର ଅସାଧାରଣ ବୀରତ୍ୱପୂର୍ଣ୍ଣ ରଣକୌଶଳ ପ୍ରଦର୍ଶନ ଇତିହାସର ଏକ ଚର୍ଚ୍ଚିତ ଅଧ୍ୟାୟ । ଚାଖି ଖୁଣ୍ଟିଆ ଏକାଧାରରେ ଜଣେ କବି, ମହାନବିପ୍ଳବୀ, ସମାଜ ସଂସ୍କାରକ ଏବଂ ଶ୍ରୀଜଗନ୍ନାଥଙ୍କର ପରମ ସେବକ ଥିଲେ । ତାଙ୍କର ବଳିଷ୍ଠ ନେତୃତ୍ୱ ଏବଂ ଅବଦମିତ ଦେଶପ୍ରେମ ପାଇଁ ସେ ସର୍ବଦା ଏ ଜାତିର ପ୍ରାତଃସ୍ମରଣୀୟ ।

ଆଜି ଓଡ଼ିଶାର ମହାନ ବିପ୍ଳବୀ ଚନ୍ଦନ ହଜୁରୀ (ଚାଖି ଖୁଣ୍ଟିଆ)ଙ୍କ ୨୦୦ତମ ଜୟନ୍ତୀ ଅବସରରେ ରାଜ୍ୟ ସୂଚାନ ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ କଳ୍ପନାଛକଠାରେ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ତଥା ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା ।

ବିଭାଗ ତରଫରୁ ପ୍ରତିମୂର୍ତ୍ତି ସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରାଯାଇ କୋଭିଡ୍‌ ମାର୍ଗଦର୍ଶିକାର ଅନୁପାଳନ ସହିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ ଓ ମାନସ ରଞ୍ଜନ ଖୁଣ୍ଟିଆ, ଉପନିର୍ଦ୍ଦେଶକ ବିଶ୍ୱଜିତ୍‌ ଦାଶ ଓ ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଓ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026

ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

January 15, 2026

ରନ୍ଧା ମଦ କାରଖାନା ଉପରେ ଚଢ଼ାଉ, ବହୁ ସାମଗ୍ରୀ ସହ ୫ ଗିରଫ

January 15, 2026

ଇରାନର ଖରାପ ପରିସ୍ଥିତି ମଧ୍ୟରେ ଏୟାର ଇଣ୍ଡିଆର ମାର୍ଗଦର୍ଶିକା ଜାରି 

January 15, 2026
Latest News

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026

ମମତା ସରକାରଙ୍କୁ ବଡ଼ ଝଟକା: ED ଅଧିକାରୀଙ୍କ ବିରୁଦ୍ଧରେ FIR ଉପରେ ରୋକ ​​ଲଗାଇଲେ ସୁପ୍ରିମକୋର୍ଟ

January 15, 2026

ଯୁବକଙ୍କୁ ଆତର୍କିତ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

January 15, 2026

National Startup Day 2026: ଶୁକ୍ରବାରରେ ଆରମ୍ଭ ହେବ ଷ୍ଟାର୍ଟଅପ ଦିବସ, ଦିଆଯିବ 20 ଟି ପୁରସ୍କାର 

January 15, 2026

ରନ୍ଧା ମଦ କାରଖାନା ଉପରେ ଚଢ଼ାଉ, ବହୁ ସାମଗ୍ରୀ ସହ ୫ ଗିରଫ

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.