Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର ପଞ୍ଚାୟତ ନିର୍ବାଚନ ଭୋଟ ଗଣନା ହେବ ଭିନ୍ନ ପ୍ରକାରର, ଜାଣନ୍ତୁ କଣ ରହିଛି ନିୟମ
ବିଶେଷ ଖବର

ଏଥର ପଞ୍ଚାୟତ ନିର୍ବାଚନ ଭୋଟ ଗଣନା ହେବ ଭିନ୍ନ ପ୍ରକାରର, ଜାଣନ୍ତୁ କଣ ରହିଛି ନିୟମ

February 14, 2022No Comments4 Mins Read
Share Facebook Twitter LinkedIn Email WhatsApp Copy Link
ଏଥର ପଞ୍ଚାୟତ ନିର୍ବାଚନ ଭୋଟ ଗଣନା ହେବ ଭିନ୍ନ ପ୍ରକାରର, ଜାଣନ୍ତୁ କଣ ରହିଛି ନିୟମ

ଭୁବନେଶ୍ୱର: ନିର୍ବାଚନ ପ୍ରକି୍ରୟାରେ ଭୋଟଗଣନା ଏକ ମୁଖ୍ୟ କାର୍ଯ୍ୟ ଅଟେ। ଅସାବଧାନ ଭୋଟଗଣତି ଯୋଗୁଁ ସଂପୂର୍ଣ୍ଣ ନିର୍ବାଚନ ଫଳାଫଳ ଭୁଲ ହୋଇପାରେ। ଏ ପରିପ୍ରେକ୍ଷୀରେ ନିର୍ବାଚନ ଅଧିକାରୀମାନଙ୍କର ଗୁରୁଦାୟିତ୍ୱ ରହିଛି। ଭୋଟଗଣତି କେନ୍ଦ୍ର ଉପରେ ନିର୍ବାଚନ ଅଧିକାରୀମାନେ ତୀକ୍ଷ୍‌ଣ ଦୃଷ୍ଟି ଦେବା ସହ ଭୋଟଗଣତି କେନ୍ଦ୍ର ମଧ୍ୟରେ ଶାନ୍ତିଶୃଙ୍ଖଳା ରକ୍ଷା ଦିଗରେ ନିଶ୍ଚିତ ରୂପେ ଯନିବାନ ହେବା ଉଚିତ।

ପ୍ରଥମ ଥର ପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ-୨୦୨୨ର ମତଗଣନା ପ୍ରତ୍ୟେକ ବ୍ଲକ୍‌ ମୁଖ୍ୟାଳୟରେ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ନିର୍ବାଚନ ଅଧିକାରୀମାନଙ୍କୁ ଅତ୍ୟନ୍ତ ସତର୍କତାର ସହ କାର୍ଯ୍ୟ ସଂପାଦନ କରିବାକୁ ପଡ଼ିବ। ଜିଲ୍ଲା ନିର୍ବାଚନ ଅଧିକାରୀ ହିସାବରେ ଜିଲ୍ଲାପାଳମାନେ ବ୍ୟକ୍ତିଗତ ଭାବେ ଭୋଟଗଣତି କେନ୍ଦ୍ର ନିର୍ଣ୍ଣୟଠାରୁ ସଂପୂର୍ଣ୍ଣ ମତଗଣନା ପ୍ରକ୍ରିୟା ଓ ନିର୍ବାଚନ ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ସମସ୍ତ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଥମତଃ ନିର୍ବାଚନ ଘୋଷଣା ହେବା ପୂର୍ବରୁ ନିର୍ବାଚନ ଅଧିକାରୀମାନେ ଭୋଟଗଣତି କେନ୍ଦ୍ର ନିରୁପଣ କରିବା ଉଚିତ, ଯେଉଁଠାରେ ପର୍ଯ୍ୟାପ୍ତ ସ୍ଥାନ ଥିବ ଓ ନିର୍ବାଚନ ଅଧିକାରୀଙ୍କ ସହ ଗଣତି କାର୍ଯ୍ୟରେ ନିୟୋଜିତ ଥିବା କର୍ମଚାରୀମାନେ ଆରାମରେ ଭୋଟଗଣତି କାର୍ଯ୍ୟ ସଂପାଦନ କରିପାରିବେ। ଜିଲ୍ଲା ପରିଷଦ ନିର୍ବାଚନ ମଣ୍ଡଳୀୱାରି ଭୋଟଗଣତି କାର୍ଯ୍ୟ ଗୋଟିଏ ବଡ଼ ହଲ୍‌ରେ କରାଯିବ। ବ୍ଲକ ମୁଖ୍ୟାଳୟରେ ମତଗଣନା କାର୍ଯ୍ୟ ତିନିଦିନ ଧରି ଚାଲିବ, ଯେମିତିକି ଗୋଟିଏ ବ୍ଲକ୍‌ ସମସ୍ତ ଜିଲ୍ଲା ପରିଷଦ ମଣ୍ଡଳୀର ଭୋଟଗୁଡ଼ିକର ଗଣତି କାର୍ଯ୍ୟ ତିନିଦିନ ମଧ୍ୟରେ ଶେଷ ହେବ।

ପ୍ରତ୍ୟେକ ବ୍ଲକ୍‌ର ଜିଲ୍ଲା ପରିଷଦ ନିର୍ବାଚନ ମଣ୍ଡଳୀ ଅନୁସାରେ ନିର୍ବାଚନ ଅଧିକାରୀମାନେ କେତେଗୋଟି ଭୋଟ ଗଣତି କେନ୍ଦ୍ର ସ୍ଥାପନ କରାଯିବ, ତାହା ନିରୁପଣ କରିବେ। ମନେ କରାଯାଉ କୌଣସି ଏକ ବ୍ଲକ୍‌ର ଜିଲ୍ଲା ପରିଷଦ ନିର୍ବାଚନ ମଣ୍ଡଳୀ ତିନିରୁ ଅଧିକ ଅଛି, ସେଠାରେ ନିଶ୍ଚିତ ଭାବେ ଏକରୁ ଅଧିକ ମତଗଣନା କେନ୍ଦ୍ର ହେବ। ଗୋଟିଏ ବ୍ଲକ୍‌ର ମତଗଣନା କାର୍ଯ୍ୟ ନିଶ୍ଚିତ ଭାବେ ତିନି ଦିନ ମଧ୍ୟରେ ଶେଷ କରିବା ଲାଗି ନିର୍ବାଚନ ଅଧିକାରୀମାନେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ମତଗଣନା କେନ୍ଦ୍ର ବ୍ଲକ୍‌ ମୁଖ୍ୟାଳୟ ନିକଟରେ ହେବା ଉଚିତ। ଯଦି ସେଠାରେ ମତଗଣନା କେନ୍ଦ୍ର ନିମନ୍ତେ ପର୍ଯ୍ୟାପ୍ତ ସ୍ଥାନ ନଥିବ, ତାହେଲେ ବ୍ଲକ୍‌ ମୁଖ୍ୟାଳୟରେ ଥିବା ସରକାରୀ କୋଠାଘର, ବିଶେଷ କରି ମହାବିଦ୍ୟାଳୟ କିମ୍ବା ଉଚ୍ଚ ବିଦ୍ୟାଳୟ କୋଠାଘରେ ମତଗଣନା କେନ୍ଦ୍ର ସ୍ଥାପନ କରାଯିବା ଉଚିତ ବୋଲି ନିର୍ଦ୍ଦେଶନାମାରେ ନିର୍ବାଚନ କମିଶନ ଉଲ୍ଲେଖ କରିଛନ୍ତି। ପ୍ରତ୍ୟେକ ମତଗଣନା କେନ୍ଦ୍ରରେ ପର୍ଯ୍ୟାପ୍ତ ସ୍ଥାନ ସହ ଅଲଗା ଅଲଗା ପ୍ରବେଶ ଓ ପ୍ରସ୍ଥାନ ଦ୍ୱାର ରହିବା ଉଚିତ। ଏତଦ୍‌ବ୍ୟତୀତ ମତଗଣନା କେନ୍ଦ୍ର ନିକଟରେ ଷ୍ଟ୍ରଙ୍ଗରୁମ୍‌ ନିମନ୍ତେ ଏକ ବଡ଼ କୋଠରୀ ରହିବା ନିତାନ୍ତ ଜରୁରୀ। ଏଠାରେ ଭୋଟ ଗ୍ରହଣ ପରେ ଭୋଟବାକ୍ସ ସହ ଭୋଟ ଗ୍ରହଣ ସଂପର୍କିତ ଅନ୍ୟାନ୍ୟ ସାମଗ୍ରୀଗୁଡ଼ିକୁ ରଖାଯିବ।

ମତଗଣନା କେନ୍ଦ୍ର ଚିହ୍ନଟ କରିବା ସମୟରେ ସେଠାରେ ଆବଶ୍ୟକ ଚେୟାର, ଟେବୁଲ, ର୍ୟାମ୍ପ, ପରିସ୍ରାଗାର ଓ ପାନୀୟଜଳର ସୁବିଧା ଦିଗରେ ଦୃଷ୍ଟି ଦେବା ଉଚିତ। ମତଗଣନା କାର୍ଯ୍ୟ ଅସ୍ଥାୟୀ ମତଗଣନା କେନ୍ଦ୍ରରେ କରାଯିବାକୁ ନିର୍ବାଚନ କମିଶନ ସଂପୂର୍ଣ୍ଣ ବାରଣ କରିଛନ୍ତି । ରାଜନୈତିକ ଦଳମାନେ ଯଦି ଚାହାନ୍ତି ଷ୍ଟ୍ରଙ୍ଗରୁମ୍‌ର ବାହାରେ ନିର୍ଦ୍ଧାରିତ ସ୍ଥାନରେ ରହି ଭୋଟବାକ୍ସ ଥିବା ଷ୍ଟ୍ରଙ୍ଗରୁମ୍‌କୁ ଜଗି ପାରିବେ ବୋଲି ନିର୍ବାଚନ କମିଶନ ତାଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି।

ମତଗଣନା କେନ୍ଦ୍ରରେ ଆଲୋକ ବ୍ୟବସ୍ଥା ସହ ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ନିମନ୍ତେ ବିହିତ ବ୍ୟବସ୍ଥା କରିବା ଉଚିତ। ପ୍ରତ୍ୟେକ ମତଗଣନା କେନ୍ଦ୍ରରେ ଅଗ୍ନି ନିର୍ବାପକ ଯନ୍ତ୍ର ରହିବା ଜରୁରୀ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ପ୍ରଦାନ ନିମନ୍ତେ ପ୍ରତ୍ୟେକ ମତଗଣନା କେନ୍ଦ୍ରରେ ଆବଶ୍ୟକ ଡାକବାଜି ଯନ୍ତ୍ର (ମାଇକ)ର ବ୍ୟବସ୍ଥା କରିବା ଦରକାର। ଏକ ଆଦର୍ଶ ମତଗଣନା କେନ୍ଦ୍ରର ଆକାର ୩୫’X୨୦’ ଫୁଟ ହେବା ଉଚିତ, ଯେଉଁଠାରେ ୮ଟି ଗ୍ରାମପଞ୍ଚାୟତର ଭୋଟଗଣତି ଗୋଟିଏ ହଲ୍‌ରେ କରାଯାଇପାରିବ।

ମତଗଣନା ଟେବୁଲ ସମ୍ମୁଖରେ ଏକ ବେଞ୍ଚରେ କାଉଣ୍ଟିଂ ଏଜେଣ୍ଟମାନଙ୍କ ବସିବା ପାଇଁ ବ୍ୟବସ୍ଥା କରାଯିବ। ମତଗଣନା କେନ୍ଦ୍ର ନିକନ୍ତେରେ ହୋଇଥିବା ଷ୍ଟ୍ରଙ୍ଗରୁମ୍‌ଟି ୨୪ ଘଣ୍ଟିଆ ସିସିଟିଭି ନଜରରେ ରହିବ। ଷ୍ଟ୍ରଙ୍ଗରୁମ୍‌କୁ ବାଲାଟ୍‌ ବକ୍ସ ଆସିବାର ଗୋଟିଏ ଦିନ ପୂର୍ବରୁ ସିସିଟିଭି ଲାଗିବ ଓ ଭୋଟଗଣତି, ନିର୍ବାଚନ ଫଳ ଘୋଷଣା ଶେଷ ହେବା ପର୍ଯ୍ୟନ୍ତ ଏହା କାର୍ଯ୍ୟ କରିବ। ଷ୍ଟ୍ରଙ୍ଗରୁମ୍‌ ବାହାରେ ଦ୍ୱିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ୨୪ ଘଣ୍ଟିଆ କାର୍ଯ୍ୟ କରିବ ବୋଲି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କୁ ଷ୍ଟ୍ରଙ୍ଗରୁମ୍‌ର ସୁରକ୍ଷା ପର୍ଯ୍ୟବେକ୍ଷଣ ନିମନ୍ତେ ପତ୍ର ମାଧ୍ୟମରେ ଜଣାଇ ଦିଆଯିବ। ଏତଦ୍‌ବ୍ୟତୀତ ମତଗଣନାର ୭୨ ଘଣ୍ଟା ପୂର୍ବରୁ ମତଗଣନା ସଂପର୍କରେ ସମସ୍ତ ପ୍ରାର୍ଥୀଙ୍କୁ ଲିଖିତ ଆକାରରେ ଜଣାଇ ଦିଆଯିବ । ଗୋଟିଏ ମତଗଣନା ଟେବୁଲ୍‌ ପାଇଁ ନିର୍ବାଚନ ଅଧିକାରୀ ଜଣେ କାଉଣ୍ଟିଂ ସୁପରଭାଇଜର, ଦୁଇଜଣ କାଉଣ୍ଟିଂ ଆସିଷ୍ଟାଣ୍ଟ ଓ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏହିପରି ୪ ଜଣଙ୍କୁ ନିୟୋଜିତ କରିବେ।

କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତି କ୍ଷେତ୍ରରେ ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ପଦ ନିମନ୍ତେ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀମାନେ କେବଳ ଜଣେ ଲେଖାଏଁ କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତ କରିପାରିବେ ଏବଂ ଜିଲ୍ଲା ପରିଷଦ ସଭ୍ୟ ପଦବୀ ନିମନ୍ତେ ଲଢ଼ୁଥିବା ପ୍ରାର୍ଥୀମାନେ ଜିଲ୍ଲା ପରିଷଦ ନିର୍ବାଚନ ମଣ୍ଡଳୀରେ ଥିବା ଗ୍ରାମ ପଞ୍ଚାୟତ ସଂଖ୍ୟା ଅନୁସାରେ କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତ କରିପାରିବେ। ନିର୍ବାଚନ କମିଶନରଙ୍କ ଦ୍ୱାରା ଧାର୍ଯ୍ୟ ତାରିଖ ଓ ସମୟରେ ମତଗଣନା କାର୍ଯ୍ୟ ଆରମ୍ଭ ହେବ।

ମତଗଣନାରେ ନିୟୋଜିତ ଥିବା କର୍ମଚାରୀମାନେ ମତଗଣନା ନିମନ୍ତେ ଧାର୍ଯ୍ୟ ସମୟର ୧୫ ମିନିଟ୍‌ ପୂର୍ବରୁ ମତଗଣନା କେନ୍ଦ୍ରରେ ଉପସ୍ଥିତ ରହିବେ ଓ ମତଗଣନା ସଂପର୍କିତ ସମସ୍ତ କାର୍ଯ୍ୟର ଭିଡ଼ିଓଗ୍ରାଫି କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Panchayat Election ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.