Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ ପ୍ରସଂଗ ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବିଜେପି ସଭାପତି ସମୀର ମହାନ୍ତି
ଆଜିର ଖବର

ବିଭିନ୍ନ ପ୍ରସଂଗ ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବିଜେପି ସଭାପତି ସମୀର ମହାନ୍ତି

February 17, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଭିନ୍ନ ପ୍ରସଂଗ ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ଭେଟିଲେ ବିଜେପି ସଭାପତି ସମୀର ମହାନ୍ତି

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନର ବିଭିନ୍ନ ପ୍ରସଂଗକୁ ନେଇ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ଏକ ପ୍ରତିନିଧି ମଣ୍ଡଳ ନିର୍ବାଚନ ଆୟୋଗଙ୍କୁ ଭେଟିଛନ୍ତି। ଏଥିରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଯେପରି ବ୍ୟାପକ ଅନିୟମିତତା ଓ ହିଂସାକାଣ୍ଡ ଘଟିଛି ତାହା ରୋକା ଯାଉ ବୋଲି ଦାବୀ କରାଯାଇଛି।

ଭୋଟ କେନ୍ଦ୍ରରେ ସରକାରୀ କଳ ଓ ପ୍ରିଜାଇଡିଂ ଅଫିସରମାନଙ୍କୁ ବ୍ୟବହାର କରାଯାଇ ଶାସକ ବିଜେଡି ସପକ୍ଷରେ ବ୍ୟାପକ ମାତ୍ରାରେ ଭୋଟଦାନକୁ ପ୍ରଭାବିତ କରାଯାଇଛି ବୋଲି ସେମାନେ ଅଭିଯୋଗ କରିଛନ୍ତି। ପ୍ରିଜାଇଡିଂ ଅଫିସରମାନେ ଶାସକ ବିଜେଡିର କର୍ମୀ ଭଳି କାର୍ଯ୍ୟ କରୁଛନ୍ତି ବୋଲି ବିଜେପି କହିଛି। ଭୋଟଦାନ ଶେଷ ହେବା ପରେ ନିୟମ ମୁତାବକ ଭୋଟଦାନ ସଂପର୍କରେ ବିସ୍ତୃତ ସୁଚନାକୁ ଫର୍ମ-୧୧ ଜରିଆରେ ପ୍ରଦାନ କରିବା କଥା, କିନ୍ତୁ ତାହା ନ କରି ସାଧା କାଗଜରେ ଲିଖିତ ଦେଇଛନ୍ତି । ଯାହାର କୈାଣସି ମୂଲ୍ୟ ନାହିଁ ।

ଅଧିକାଂଶ ସ୍ଥାନରେ ନିର୍ବାଚନ କମିଶନଙ୍କ କୈାଣସି ନିର୍ଦ୍ଦେଶ ନାହିଁ ବୋଲି କହି ପ୍ରିଜାଇଡିଂ ଅଫିସରମାନେ ଖସି ଯାଇଛନ୍ତି ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।
ଗତ କାଲି ଘଟିଯାଇଥିବା ନିର୍ବାଚନୀ ହିଂସାକାଣ୍ଡ କାରଣରୁ ଭୋଟରମାନେ ଭୟଭୀତ ଅଛନ୍ତି। ଗତ କାଲି ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପୁରୀ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗୀର, ନୟାଗଡ, ସୁନ୍ଦରଗଡ, ନୁଆପଡା, କନ୍ଧମାଳ, ଝାରସୁଗୁଡା, କୋରାପୁଟ ଜିଲ୍ଲା ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ହୋଇଥିବା ହିଂସାକାଣ୍ଡରେ ଶାସକ ଦଳର କର୍ମୀମାନେ ସିଧାସଳଖ ସମ୍ପୃକ୍ତି ରହିଛି ।

ନିର୍ବାଚନ ସମୟରେ ହୋଇଥିବା ବ୍ୟାପକ ହିଂସାକାଣ୍ଡର ସମସ୍ତ ତଥ୍ୟ ଓ ପ୍ରମାଣ ମଧ୍ୟ ନିର୍ବାଚନ କମିଶନଙ୍କୁ ପ୍ରଦାନ କରାଯାଇଛି । ଅବାଧ, ମୁକ୍ତ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ସମେତ ହିଂସାକାଣ୍ଡକୁ ରୋକିବାର ଦାୟୀତ୍ୱ ହେଉଛି ରାଜ୍ୟ ନିର୍ବାଚନ କମିଶନଙ୍କର ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ପ୍ରଥମ ଥର ପାଇଁ ପଂଚାୟତ ନିର୍ବାଚନରେ ସମସ୍ତ ପର୍ଯ୍ୟାୟ ଭୋଟଦାନ ସମାପ୍ତ ହେବା ପରେ ଭୋଟ ଗଣତି କରାଯିବ । ତେଣୁ ଭୋଟବାକ୍ସ ରହିବାକୁ ଥିବା ଷ୍ଟ୍ରଙ୍ଗ ରୁମର ସୁରକ୍ଷା ନିହାତି ଆବଶ୍ୟକ । ଏ ସଂପର୍କରେ ନିର୍ବାଚନ କମିଶନଙ୍କ ତରଫରୁ କୈାଣସି ନିର୍ଦ୍ଧିଷ୍ଟ ଗାଇଡଲାଇନ ଜାରୀ କରାଯାଇନାହିଁ । ବ୍ଲକ କାର୍ଯ୍ୟାଳୟ ବ୍ୟତୀତ ଆଉ କେଉଁ ସ୍ଥାନରେ ଭୋଟ ବାକ୍ସ ରହିବ? ଷ୍ଟ୍ରଙ୍ଗ ରୁମର ଚାବି କାହା ପାଖରେ ରହିବ ଏବଂ ଏହାର ସୁରକ୍ଷା ଦାୟୀତ୍ୱରେ କିଏ ରହିବେ, ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ରାଜ୍ୟ ସଭାପତି ଶୀ ସମୀର ମହାନ୍ତିଙ୍କ ନେତୃତ୍ୱରେ ଆଜି ଭାରତୀୟ ଜନତା ପାର୍ଟିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ କମିଶନଙ୍କୁ ସାକ୍ଷାତ କରି ଏହି ପ୍ରସଙ୍ଗରେ ଯଥାଶୀଘ୍ର ବିହୀତ ପଦକ୍ଷେପ ଗ୍ରହଣ କରିବାକୁ କମିଶନଙ୍କ ନିକଟରେ ଦାବୀ କରାଯାଇଛି ।

ଏହି ପ୍ରତିନିଧି ଦଳରେ ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍‌ତସିଂହାର, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ଓ ସହମୁଖ୍ୟ ସୁଜିତ୍ କୁମାର୍ ଦାସ, ଲିଗାଲ ସେଲର ଜୟନ୍ତ ଜେନା ଓ ରବିଶଂକର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

PanchayatElection ପଞ୍ଚାୟତ ନିର୍ବାଚନ ବିଜେପି ସଭାପତି ସମୀର ମହାନ୍ତି ରାଜ୍ୟ ନିର୍ବାଚନ ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନ

August 27, 2026

ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ

August 27, 2026

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026
Latest News

ନେପାଳରେ ଆକସ୍ମିକ ବନ୍ୟା ପରିସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 27, 2026

ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନ

August 27, 2026

ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ

August 27, 2026

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.