Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଘାତପ୍ରାପ୍ତ ଯୁବ ମହିଳା ଫୁଟବଲ ଖେଳାଳୀ ମନୀଷାଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ଆଘାତପ୍ରାପ୍ତ ଯୁବ ମହିଳା ଫୁଟବଲ ଖେଳାଳୀ ମନୀଷାଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

February 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଘାତପ୍ରାପ୍ତ ଯୁବ ମହିଳା ଫୁଟବଲ ଖେଳାଳୀ ମନୀଷାଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମନୀଷା ନାୟକ। ସ୍ପୋର୍ଟସ ଓଡିଶା ଟିମ୍‌ର ୧୮ ବର୍ଷ ବୟସ୍କା ଫୁଟବଲ ଖେଳାଳୀ। ଅନେକ ସ୍ବପ୍ନ ନେଇ ଓଡିଶା ମହିଳା ଲିଗ୍‌ ମ୍ୟାଚରେ ଖେଳିବାର ଆଶା ରଖି ଆସିଥିଲେ। କିନ୍ତୁ ରାଇଜିଂ ଷ୍ଟୁଡେଣ୍ଟସ ଟିମ୍‌ ସହିତ ଥିବା ମ୍ୟାଚ ପୂର୍ବରୁ ତାଙ୍କ ଆଣ୍ଠୁରେ ଆଘାତ ଲାଗିଲା। ଖେଳିବାର ସୁଯୋଗ ହରାଇଲେ। ଦୁଃଖରେ ଏକ ଚୌକିରେ ବସି ତାଙ୍କ ଟିମ୍‌ର ମ୍ୟାଚକୁ ଦେଖୁଥାନ୍ତି।

ସେ ଜାଣି ନ ଥିଲେ ଯେ ତାଙ୍କର ଏହି ସାମୟିକ ଆଘାତ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହିତ କଥାବାର୍ତ୍ତା ହେବାର ଏକ ଅପୂର୍ବ ସୁଯୋଗ ଆଣିଦେବ। ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧା, ଆଶ୍ବାସନା ସହିତ ତାଙ୍କ ଠାରୁ ପ୍ରେରଣାଦାୟୀ ଶଦ୍ଦ ଶୁଣିବାକୁ ମିଳିବ। ବାସ୍ତବରେ ମନୀଷାଙ୍କ ଏହି ସାମୟିକ ଦୁଃଖ ତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହିତ ଏକ ଭାବବିହ୍ବଳ ମୁହୂର୍ତ୍ତର ସୁଯୋଗ ଆଣି ଦେଇଥିଲା। ମନୀଷାଙ୍କ ସବୁ ଦୁଃଖ ମିଳେଇ ଯାଇଥିଲା ଏବଂ ଖୁସିରେ ସେ ଆଗାମୀ ମ୍ୟାଚ ଖେଳିବା ପାଇଁ ଦୃଢ ମନୋବଳ ରଖି ଆଗକୁ ବଢିବା ପାଇଁ ପ୍ରସ୍ତୁତ ହୋଇଥିଲେ।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ବିଭିନ୍ନ କ୍ରୀଡା ପ୍ରକଳ୍ପ ନିର୍ମାଣର ଅଗ୍ରଗତି ସମୀକ୍ଷା ପାଇଁ ଆସିଥିବା ବେଳେ, ସେଠାରେ ଚାଲିଥିବା ମହିଳା ଫୁଟବଲ ଲିଗ୍‌ ମ୍ୟାଚ ଦେଖିବା ପାଇଁ କିଛି ସମୟ ରହିଥିଲେ ଏବଂ ଖେଳାଳୀ ମାନଙ୍କ ସହିତ ମଧ୍ୟ କଥାବାର୍ତ୍ତା ହୋଇଥିଲେ।

ଯେତେବେଳେ ମୁଖ୍ୟମନ୍ତ୍ରୀ ଦୁଃଖରେ ଭାଙ୍ଗି ପଡିଥିବା ମନୀଷାକୁ ଦେଖିଲେ, ସେ ତାଙ୍କ ପାଖକୁ ଯାଇ ତାଙ୍କୁ ଆଶ୍ବାସନା ଦେଇଥିଲେ ଏବଂ ମନ ଦୁଃଖ ନ କରି ତାଙ୍କର ଚିକିତ୍ସା ଓ ପ୍ରସ୍ତୁତି ଜାରି ରଖି ଆଗାମୀ ମ୍ୟାଚ ଖେଳିବା ପାଇଁ ନିଜକୁ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ନେହ ଓ ଶ୍ରଦ୍ଧାରେ ମନୀଷା ଆତ୍ମହରା ହୋଇପଡିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରେରଣାରେ ସେ ଆଗକୁ ଦୃଢ ଉଦ୍ୟମ ଜାରି ରଖିବେ ବୋଲି କହିଥିଲେ।

ସୁନ୍ଦରଗଡ ସ୍ପୋର୍ଟସ ହଷ୍ଟେଲର ଛାତ୍ରୀ ବର୍ତ୍ତମାନ ୧୮ ବର୍ଷରୁ କମ୍‌ ଖେଲୋ ଇଣ୍ଡିଆ ଫୁଟବଲ କ୍ୟାମ୍ପରେ ରହି ଖେଳ ଅଭ୍ୟାସ ଜାରି ରଖିଛନ୍ତି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.