Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରୋଟାରୀ ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ
ଆଞ୍ଚଳିକ

ରୋଟାରୀ ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ

March 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ଏକ ଆଲୋଚନାଚକ୍ର ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସତ୍ୟନଗରସ୍ଥିତ ହୋଟେଲ ପାର୍କ ପ୍ରିମିୟମଠାରେ ରୋଟାରୀ କ୍ଲବ ଭୁବନେଶ୍ୱର ସେଣ୍ଟ୍ରାଲ ପକ୍ଷରୁ ଶିକ୍ଷାବିତ୍ ଡଃ ନିବେଦିତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ଆଲୋଚନାଚକ୍ରରେ ଅଂଶଗ୍ରହଣ କରି ସେଣ୍ଟ ଜାଭିୟର ସତ୍ୟନଗର ସ୍କୁଲ୍‌ର ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ପଣ୍ଡା କହିଲେ ଯେ, ଆଜି ମଧ୍ୟ ସମାଜରେ ସ୍ତ୍ରୀ ପୁରୁଷର ଭେଦଭାବ ଯେଉଁ ମା’ ଜନ୍ମଦାତ୍ରୀ ତା’ଉପରେ ଅତ୍ୟାଚାର ଏବେବି ସର୍ବସମ୍ମୁଖରେ ହେଉଛି। ମା’ମାନେ ସର୍ବଂସହା ନହୋଇ ନିଜ ଅଧିକାରକୁ ସାବ୍ୟସ୍ତ କରିବାର ଆବଶ୍ୟକତା ରହିଛି।

ବିଶିଷ୍ଟ ବକ୍ତା ଆଡ଼ଭୋକେଟ ଶାନ୍ତନୁ କୁମାର ସାହୁ ମାତୃଜାତିର ବୈଶିଷ୍ଟ୍ୟ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଡଃ ନିବେଦିତା ପଟ୍ଟନାୟକଙ୍କୁ କ୍ଲବର ସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଉତ୍ତରୀୟ ଓ ସ୍ମୃତିଫଳକ ଦେଇ ସମ୍ବର୍ଦ୍ଧିତ କରିଥିଲେ। ରୋଟାରିୟାନ ଏଲୋରା ରାୟ ସ୍ୱାଗତ ଭାଷଣ ଓ ଲିଲିମା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷାବିତ୍ ତଥା ସମାଜସେବୀ ଡଃ ବଦ୍ରୀନାଥ ପଟ୍ଟନାୟକ, ମିତ୍ରା ରାୟ, କ୍ଲବର ସମ୍ପାଦକ ଜ୍ୟୋତିଶଙ୍କର ମହାନ୍ତି, ନୂତନ ଭାବେ ଗଠିତ ରୋଟାରୀ କ୍ଲବ ପୁରୀଧାମର ସଭାପତି ତୋଫାନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଆନ୍ତର୍ଜାତିକ ମହିଳା ଦିବସ ରୋଟାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026
Latest News

କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି ଉଦ୍ୟମ: ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ଅନୁଭୂତି ଦେଲା ରିଲାଏନ୍ସ ଫାଉଣ୍ଡେସନ

September 19, 2026

ସିନେମା ପ୍ରମାଣପତ୍ର ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି

September 19, 2026

 ଆଜି ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

September 19, 2026

ୟୁଏଇ ରାଷ୍ଟ୍ରପତିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

September 19, 2026

ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ୩ ବର୍ଷ ପୂର୍ତ୍ତି: ୩୦ ଲକ୍ଷ କାରିଗର ସାମିଲ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.