Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନଏସିରେ ନିର୍ବାଚନୀ ପ୍ରସ୍ତୁତି ବୈଠକ, ବିଜେଡି ମଙ୍ଗ ଧରିଲେ ପୂର୍ବତନ ବିଧାୟକ ରଘୁନାଥ ସାହୁ
ଆଞ୍ଚଳିକ

ବାଲୁଗାଁ ଏନଏସିରେ ନିର୍ବାଚନୀ ପ୍ରସ୍ତୁତି ବୈଠକ, ବିଜେଡି ମଙ୍ଗ ଧରିଲେ ପୂର୍ବତନ ବିଧାୟକ ରଘୁନାଥ ସାହୁ

March 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବଲୁଗାଁ: ଆସନ୍ତା ୨୪ ତାରିଖରେ ପୌର ନିର୍ବାଚନ ନେଇ ସାରା ରାଜ୍ୟରେ ରାଜନୀତି ପ୍ରଚାର ଉଷ୍ମତା ଦେଖାଦେଉଛି। ସେହିଭଳି ବାଲୁଗାଁ ଏନଏସିରେ ମଧ୍ୟ ପ୍ରଚାର ପ୍ରସାରକୁ ଜୋର କରିବାରେ ରାଜନୈତିକ ଦଳର ପ୍ରାର୍ଥୀମାନେ ଲାଗିପଡିଛନ୍ତି। କିନ୍ତୁ ପ୍ରଚାର ମୈଦାନରେ ବିରୋଧୀ ଦଳ ବିଜେପି ଆଗୁଆ ଥିବା ଭଳି ମନେ ହେଉଥିବା ବେଳେ ଶାସକ ଦଳର ଗୋଷ୍ଠୀ କନ୍ଦଳ ଯୋଗୁଁ କର୍ମୀମାନେ ହତୋତ୍ସାହିତ ହେଉଥିବା ଦେଖିବାକୁ ମିଳୁଛି। ସାରା ରାଜ୍ୟରେ ଶାସକ ବିଜେଡି ତ୍ରିସ୍ତରୀୟ ପଞ୍ଚୟତରେ ବାଜିମାତ କରିଥିବା ବେଳେ ପୌର ନିର୍ବାଚନରେ ବିଜୟ ଧାରା ବଜାୟ ରଖିବାକୁ ପ୍ରୟାସ ଜାରି ରଖିଛି। ସେଥିପାଇଁ ବାଲୁଗାଁ ଏନଏସିରେ ବିଜେଡ଼ି ବାଜିମାତ କରିବା ପାଇଁ ଦଳ ଅଣ୍ଟା ଭିଡିଛି। ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ ଆଜି ଅପରାହ୍ନରେ ବାଲୁଗାଁ ହନୁମାନ ପରିବା ଆସୋସିଏସନ ପ୍ରାଙ୍ଗଣରେ ବିଜେଡି ପକ୍ଷରୁ ଏନଏସି ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ବିଜେଡି ପର୍ଯ୍ୟବେକ୍ଷିକା ପ୍ରମିଳା ମଲ୍ଲିକ, ସମ୍ମାନୀୟ ଅତିଥି ଭାବେ ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ବିଧାୟକ ରଘୁନାଥ ସାହୁ, ପୂର୍ବତନ ବିଧାୟକ ଦେବେନ୍ଦ୍ର ନାଥ ମାନସିଂହ, ବିସିଜେଡ଼ି ଜିଲ୍ଲା ସଭାପତି ବିଶ୍ୱଦୀପ ପ୍ରଧାନ, ଏମପି ପ୍ରତିନିଧି ଭଗବାନ ପ୍ରଧାନ, ବିଧାୟକ ପ୍ରତିନିଧି ପ୍ରକାଶ ପ୍ରଧାନ, ସମାଜସେବୀ ଶଙ୍କର ପାଇକରାୟ ଏବଂ ଏନଏସି ପ୍ରାର୍ଥୀନୀ ସୁକାନ୍ତି ପାଇକରାୟଙ୍କ ସମେତ ସମସ୍ତ ୧୧ ୱାର୍ଡର କାଉନସିଲର ଉପସ୍ଥିତ ଥିଲେ।

ଅନୁଷ୍ଠିତ ସଭାରେ ଚିଲିକା ନିର୍ବାଚନମଣ୍ଡଳିରେ ପୌର ନିର୍ବାଚନ ପାଇଁ ବିଜେଡି ମଙ୍ଗ ଧରିଲେ ପୂର୍ବତନ ବିଧାୟକ ରଘୁନାଥ ସାହୁ। ଏ ନେଇ ଶ୍ରୀ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ଦାଇତ୍ୱ ଦେଇଥିବା ସେ କହିଛନ୍ତି। ଆସନ୍ତା ପୌର ନିର୍ବାଚନରେ ଉଭୟ ବାଣପୁର ଓ ବାଲୁଗାଁ ଏନଏସିରେ ବିଜେଡିର ବିଜୟ ହେବ ବୋଲି କହିଛନ୍ତି ଶ୍ରୀ ସାହୁ।

ପୂର୍ବତନ ବିଧାୟକ ପୌର ନିର୍ବାଚନ ବାଲୁଗାଁ ଏନଏସି ବିଜେଡି ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

BJD Media Cell Announcement: ଘୋଷଣା ହେଲା ବିଜେଡି ମିଡିଆ ସେଲର ନୂଆ କର୍ମକର୍ତ୍ତା, ଦେଖନ୍ତୁ ପୁରା ଲିଷ୍ଟ

October 2, 2026
Latest News

ଚିଲିକା ମଝିରେ ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି, ୫୦ରୁ ଅଧିକ ଯାତ୍ରୀ ଫସିଥିବା ସୂଚନା

October 7, 2026

ୟୁରିକ୍ ଏସିଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଜାଣନ୍ତୁ କେଉଁ ଖାଦ୍ୟ ଖାଇବେ ଓ କାହାଠାରୁ ଦୂରେଇ ରହିବେ

October 7, 2026

FD ଉପରେ ବ୍ୟାଙ୍କର ମନମାନି ଚଳିବନି! ସୁଧ ହାର ହ୍ରାସକୁ ନେଇ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ରାୟ

October 7, 2026

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.