Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ଵକପ ସେମିଫାଇନାଲ ପାଇଁ ଲଢେଇ: ଦକ୍ଷିଣ ଆଫ୍ରିକାକୁ ୨୭୫ ରନ୍ ଟାର୍ଗେଟ ଦେଲା ଭାରତୀୟ ମହିଳା ଦଳ
ଆଜିର ଖବର

ବିଶ୍ଵକପ ସେମିଫାଇନାଲ ପାଇଁ ଲଢେଇ: ଦକ୍ଷିଣ ଆଫ୍ରିକାକୁ ୨୭୫ ରନ୍ ଟାର୍ଗେଟ ଦେଲା ଭାରତୀୟ ମହିଳା ଦଳ

March 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ମହିଳା ବିଶ୍ୱକପରେ ଲିଗ୍ ପର୍ଯ୍ୟାୟର ଶେଷ ମ୍ୟାଚ୍। ଏହି ମ୍ୟାଚରେ ଭାରତ ଏବଂ ଦକ୍ଷିଣ ଆଫ୍ରିକାର ଦଳ ମୁହାଁମୁହିଁ ହୋଇଛନ୍ତି। ସେମିଫାଇନାଲରେ ପ୍ରବେଶ କରିବାକୁ ଭାରତୀୟ ଦଳକୁ ଯେକୌଣସି ମୂଲ୍ୟରେ ଏହି ମ୍ୟାଚ୍ ଜିତିବାକୁ ପଡିବ। ତେଣୁ ପ୍ରଥମେ ବ୍ୟାଟିଂ କରି ଭାରତ ୭ ୱିକେଟ୍ ହରାଇ ୨୭୪ ରନ୍ ସଂଗ୍ରହ କରିଥିଲା। ଖ୍ରୀଷ୍ଟଚର୍ଚରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତର ତିନି ଖେଳାଳି ଆକର୍ଷଣୀୟ ଅର୍ଦ୍ଧଶତକ ହାସଲ କରିଥିଲେ।

ଏହି ମ୍ୟାଚରେ ଭାରତୀୟ ଅଧିନାୟକ ମିତାଲି ରାଜ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକଙ୍କ ଏହି ନିଷ୍ପତ୍ତିକୁ ପ୍ରମାଣ କରି ଭାରତୀୟ ଦଳର ଓପନର୍ ସ୍ମୃତି ମଣ୍ଡନା (୭୧) ଏବଂ ଶେଫାଲୀ ବର୍ମା (୫୩) ପ୍ରଥମ ୱିକେଟ୍ ପାଇଁ ୯୧ ରନ୍ ଭାଗିଦାରୀ କରିଥିଲେ। ଏହି ଦୁଇ ଖେଳାଳିଙ୍କ ପରେ ଅଧିନାୟକ ମିତାଲି ରାଜ (୬୮) ଏବଂ ହରମାନପ୍ରୀତ କୌର (୪୮) ମଧ୍ୟ ଚମତ୍କାର ଇନିଂସ ଖେଳିଥିଲେ। ଆଜିର ମ୍ୟାଚ୍‌ରେ ୟସ୍ତିକା ଭାଟିଆ (୨), ପୂଜା ବସ୍ତ୍ରକାର (୩) ଏବଂ ରିଚା ଘୋଷ (୩) ଭଲପ୍ରଦର୍ଶନ କରିପାରି ନଥିଲେ। ନିର୍ଦ୍ଧାରିତ ଓଭରରେ ଭାରତ ୭ ୱିକେଟ୍ ହରାଇ ୨୭୪ ରନ୍ ସଂଗ୍ରହ କରିଥିଲା। ଦକ୍ଷିଣ ଆଫ୍ରିକା ପାଇଁ ମସାବାତା କଲଆସ୍ ଏବଂ ଶବ୍ନିମ ଇସମାଇଲ ୨ ଟି ଲେଖାଏଁ ଏବଂ ଅୟୋବୋଙ୍ଗା ଖାକା ଏବଂ ଚୋଲେ ଟ୍ରଓନ୍ ୧ ଟି ଲେଖାଏଁ ୱିକେଟ୍ ଅକ୍ତିଆର କରିଥିଲେ।

ମହିଳା ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିବାକୁ ଭାରତକୁ ଯେକୌଣସି ମୂଲ୍ୟରେ ଏହି ମ୍ୟାଚ୍ ଜିତିବାକୁ ପଡିବ। ବର୍ତ୍ତମାନ ଟିମ୍ ଇଣ୍ଡିଆ ୬ ଟି ମ୍ୟାଚରେ ୩ ଟି ବିଜୟ ଏବଂ ୩ ଟି ପରାଜୟ ପରେ ୬ ପଏଣ୍ଟ ପାଇ ପଏଣ୍ଟ ଟେବୁଲରେ ୫ ନମ୍ବର ସ୍ଥାନରେ ରହିଛି। କେବଳ ଟପ୍ -୪ ଦଳ ସେମିଫାଇନାଲରେ ପ୍ରବେଶ କରିବେ। ସମସ୍ତ ଦଳର ଲିଗ୍ ମ୍ୟାଚ୍ ସମାପ୍ତ ହୋଇଛି। ଏହା ହେଉଛି ଶେଷ ଲିଗ୍ ମ୍ୟାଚ୍। ବର୍ତ୍ତମାନ ୱେଷ୍ଟଇଣ୍ଡିଜ୍ ଦଳ ଚତୁର୍ଥ ସ୍ଥାନରେ ଅଛି, ଯେଉଁଥିରେ ୭ ପଏଣ୍ଟ ରହିଛି। ଯଦି ଭାରତୀୟ ଦଳ ଏହି ମ୍ୟାଚରେ ଜିତେ, ତେବେ ଏହା ୮ ପଏଣ୍ଟ ପାଇବ ଏବଂ ଏହା ସିଧାସଳଖ ସେମିଫାଇନାଲରେ ପହଞ୍ଚିବ।

ଦକ୍ଷିଣ ଆଫ୍ରିକା ଭାରତୀୟ ମହିଳା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.