ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୩ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 28, 2022, 11:21 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୩ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୪

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୯

କଟକ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ- ୨

ଝାରସୁଗୁଡା ଜିଲ୍ଲାରୁ- ୩

କେନ୍ଦ୍ରାପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୬

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୪୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୮୭୯ ଏବଂ ବର୍ତ୍ତମାନ ୪୧୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts