Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜଧାନୀ ପ୍ରତିଷ୍ଠା ଦିବସକୁ ଡକା ନ ଯିବାରୁ ରାଗିଲେ ସାଂସଦ ଅପରାଜିତା ଷଡଙ୍ଗୀ
ବିଶେଷ ଖବର

ରାଜଧାନୀ ପ୍ରତିଷ୍ଠା ଦିବସକୁ ଡକା ନ ଯିବାରୁ ରାଗିଲେ ସାଂସଦ ଅପରାଜିତା ଷଡଙ୍ଗୀ

April 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜଧାନୀ ପ୍ରତିଷ୍ଠା ଦିବସକୁ ଡକା ନ ଯିବାରୁ ରାଗିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବର: ଆଜି ହେଉଛି ରାଜଧାନୀ ପ୍ରତିଷ୍ଠା ଦିବସ। ଏ ନେଇ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ମୁଖ୍ୟତଃ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ସହିତ ସଂସ୍କୃତି ବିଭାଗ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟ ଏହାର ଆୟୋଜକ। ହେଲେ ଖୋଦ ଭୁବନେଶ୍ବର ପ୍ରତିଷ୍ଠା ଦିବସରେ ଭୁବନେଶ୍ବର ସାଂସଦଙ୍କୁ ଡକାଯାଇ ନାହିଁ। ଏ ନେଇ ରାଗରେ ଗରମ ହୋଇଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ।

ସେ ଏକ ଟୁଇଟ କରି କହିଛନ୍ତି ଯେ, ଆଜି ଭୁବନେଶ୍ବର ପାଇଁ ଏହା ଏକ ବଡ ଦିନ। ଏହି ଉତ୍ସବକୁ ବହୁ ମନ୍ତ୍ରୀ ବିଧାୟକ ଏବଂ ଅଫିସରଙ୍କୁ ଡକାଯାଇଛି। ହେଲେ ମୋତେ ଡକାଯାଇ ନାହିଁ। ଏପରି ଏକ ବଡ ଦିନରେ ମୋତେ ଡକାଯାଉ, ମୁଁ ଯୋଗ ଦେବି ବୋଲି ଅପରାଜିତା କହିଛନ୍ତି।

ଏହି ଉତ୍ସବକୁ ଭୁବନେଶ୍ବରର ତିନି ବିଧାୟକ, ନୂଆ ମେୟର ଏବଂ ଅନ୍ୟ ମନ୍ତ୍ରୀଙ୍କ ସମେତ ପ୍ରାୟ ୨୮ ଜଣ ଅତିଥୀଙ୍କୁ ଡକାଯାଇଛି। ସେହିପରି ଏହି ଉତ୍ସବରେ ୭ ଜଣ ଆଇଏସ ଅଧିକାରୀ ମଧ୍ୟ ଯୋଗ ଦେଉଛନ୍ତି। ଏପରି କ୍ଷେତ୍ରରେ ଭୁବନେଶ୍ବର ସାଂସଦଙ୍କୁ ଡକା ନ ଯିବାକୁ ନେଇ ଅପରାଜିତା କ୍ଷୋଭ ପ୍ରକାଶ କରିଛନ୍ତି।

ଏହି ରାଜଧାନୀ ପ୍ରତିଷ୍ଠା ଉତ୍ସବ ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହେଉଛି। ସକାଳେ ବିଧାନସଭା ସମ୍ମୁଖରେ ଏକ ସଭାର ଆୟୋଜନ କରାଯାଇଛି। ସେଥିରେ ୧୬ ଜଣ ଅତିଥି ଯୋଗ ଦେଉଛନ୍ତି। ସେହିପରି ସଂଧ୍ୟାରେ ଉତ୍କଳ ମଣ୍ଡପରେ ଏକ ସଭାର ଆୟୋଜନ କରାଯାଉଛି। ସେଥିରେ ମଧ୍ୟ ୧୨ ଜଣ ଅତିଥି ଯୋଗ ଦେଉଛନ୍ତି। ହେଲେ ସେଥିରେ ଅପରାଜିତାଙ୍କ ନାମ ନାହିଁ।

ତେବେ ଅପରାଜିତା ଏହି ଟୁଇଟ କରି କ୍ଷୋଭ ପ୍ରକାଶ କରିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ଟ୍ୟାଗ କରିଛନ୍ତି। ହେଲେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିମ୍ବା ମୁଖ୍ୟ ଶାସନ ସଚିବଙ୍କୁ ଟ୍ୟାଗ କରି ନାହାଁନ୍ତି। ଏହାକୁ ନେଇ ରାଜଧାନୀରେ ଚର୍ଚ୍ଚା ଆରମ୍ଭ ହୋଇଛି।

ଅପରାଜିତା ଷଡଙ୍ଗୀ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ରାଜଧାନୀ ପ୍ରତିଷ୍ଠା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.