Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁବାବୁଙ୍କ ଶ୍ରାଦ୍ଧୋତ୍ସବରେ ତାଙ୍କ ସୁପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଏପରି କଥା
ବିଶେଷ ଖବର

ବିଜୁବାବୁଙ୍କ ଶ୍ରାଦ୍ଧୋତ୍ସବରେ ତାଙ୍କ ସୁପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଏପରି କଥା

April 17, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବିଜୁବାବୁଙ୍କ ଶ୍ରାଦ୍ଧୋତ୍ସବରେ ତାଙ୍କ ସୁପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଏପରି କଥା

ଭୁବନେଶ୍ବର: ମହିଳା ସଶକ୍ତିକରଣ ବିଜୁବାବୁଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ଥିଲା। ଏ ଦିଗରେ ସେ ଅନେକ ମାଇଲ ଷ୍ଟୋନ ସୃଷ୍ଟି କରିଯାଇଛନ୍ତି । ଆଜି ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ବିଜୁ ପଟ୍ଟନାୟକ ଶ୍ରାଦ୍ଧୋତ୍ସବରେ ଭର୍ଚ୍ୟìଆଲ ପ୍ଲାଟଫର୍ମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କରିଛନ୍ତି।

ବିଜୁ ବାବୁଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନିକଟରେ ଅନୁଷ୍ଠିତ ହୋଇଥିବା ପଞ୍ଚାୟତ ଓ ନଗରପାଳିକା ନିର୍ବାଚନରେ ମହିଳାମାନେ ବହୁସଂଖ୍ୟାରେ ଭାଗନେଇ ସଫଳତା ହାସଲ କରିବା ତାଙ୍କ ପାଇଁ ବହୁତ ଖୁସିର କଥା। ମା’ମାନେ ହିଁ ହେଉଛନ୍ତି ଆମ ନୂଆ ଓଡିଶାର ସାରଥି ବୋଲି ମତପ୍ରକାଶ କରି ସେ କହିଥିଲେ ଯେ ସେମାନଙ୍କ ଦକ୍ଷତା ଓ ସଫଳତା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି।

ସେ କହିଥିଲେ ଯେ ବିଜୁ ବାବୁ ଥିଲେ ସବୁବେଳେ ଅନନ୍ୟ। ତାଙ୍କର କାମ କରିବାର ତରିକା ମଧ୍ୟ ଥିଲା ଅନନ୍ୟ। ତାଙ୍କର ଏକମାତ୍ର ଲକ୍ଷ୍ୟ ଥିଲା ଓଡିଶା ଓ ଓଡିଆ ଜାତିର ଉନ୍ନତି। ବିକାଶ, ସଶକ୍ତିକରଣ ଓ ଓଡିଆ ସ୍ୱାଭିମାନ ହିଁ ସବୁବେଳେ ତାଙ୍କର ସବୁ କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା। ଏସବୁ ସହିତ ସେ କେବେ ବି ସାଲିସ କରୁ ନ ଥିଲେ। ଜଣେ ରାଜନେତା ନୁହେଁ, ବରଂ ଜଣେ ଜନନାୟକ ଭାବରେ ସେ ସାରା ଭାରତରେ ପ୍ରସିଦ୍ଧ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ମହାନ ଜନନାୟକ ବିଜୁବାବୁଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ଓଡ଼ିଶାର ଅନନ୍ୟ ପରିଚୟ ଥିଲେ ବିଜୁବାବୁ। ଜୀବିତାବସ୍ଥାରେ ସେ ଥିଲେ ଯେତିକି ଚର୍ଚ୍ଚିତ, ଅବର୍ତ୍ତମାନରେ ମଧ୍ୟ ତାଙ୍କ କୃତି ଓ କୃତିତ୍ୱ ପାଇଁ ଏବର ପିଢ଼ି ପାଖରେ ସେ ସେତିକି ଆଦୃତ। ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଭୂମିକା ଯେତିକି ଉଲ୍ଲେଖନୀୟ ଥିଲା, ସ୍ୱାଧୀନୋତ୍ତର ଭାରତରେ ସେତିକି ପ୍ରେରଣାଦାୟୀ ଥିଲା। ଓଡ଼ିଶାର ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ସେ ନିରବଚ୍ଛିନ୍ନ ଉଦ୍ୟମ କରିଥିଲେ। ବିଜୁବାବୁଙ୍କ ଅବଦାନ ଚିରକାଳ ପାଇଁ ଅବିସ୍ମରଣୀୟ।

ଭୁବନେଶ୍ୱର ମହାନଗର ନିଗମର ମେୟର ବିଜୁ ପଟ୍ଟନାୟକଙ୍କୁ ଜଣେ କିମ୍ବଦନ୍ତୀ ପୁରୁଷ ବୋଲି ଅଭିହିତ କରି କହିଲେ ଯେ ଦୀର୍ଘ ଅର୍ଦ୍ଧଶତାବ୍ଦୀ ଧରି ତାଙ୍କ ଦେଶପ୍ରୀତି, ଦୁଃସାହସର କାହାଣୀ ଓ ରାଜ୍ୟର ବିକାଶ ପାଇଁ ନେଇଥିବା ପଦକ୍ଷେପ ତାଙ୍କୁ ଚିରସ୍ମରଣୀୟ କରି ରଖିବ। ମହିଳା ସଶକ୍ତିକରଣ ନିମନ୍ତେ ବିଜୁବାବୁଙ୍କ ଉଦ୍ୟମ ଚିରଦିନ ପାଇଁ ସ୍ମରଣୀୟ ହୋଇ ରହିବ ବୋଲି ସେ ଉଲ୍ଲେଖ କରିଥିଲେ। ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ବିଜୁ ପଟ୍ଟନାୟକଙ୍କ ଅମ୍ଳାନ ସ୍ମୃତି ଓ ମହାନ ଜୀବନାଦର୍ଶ ଓଡ଼ିଆ ଜାତିର ଇତିହାସକୁ ଗୌରବମଣ୍ଡିତ କରିବ ବୋଲି ମତବ୍ୟକ୍ତ କରିଥିଲେ।

ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ମୁକ୍ତିସଂଗ୍ରାମର ଦୁର୍ଦ୍ଦର୍ଷ ଯୋଦ୍ଧା ବିଜୁବାବୁଙ୍କୁ ଓଡ଼ିଆ ଜାତିର ସର୍ବାଧିକ ଲୋକପି୍ରୟ ରାଜନୀତିଜ୍ଞ ବୋଲି ଉଲ୍ଲେଖ କରିଥିଲେ। ଭଣ୍ଡାରିପୋଖରୀ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ତାଙ୍କ ବକ୍ତବ୍ୟରେ ବିଜୁବାବୁଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିବା ସହ ଶ୍ରମିକଙ୍କ ସ୍ୱାର୍ଥରକ୍ଷାଠାରୁ ଆରମ୍ଭ କରି ନାରୀ ସଶକ୍ତିିକରଣ, ପଞ୍ଚାୟତିରାଜ ବ୍ୟବସ୍ଥା, ଓଡ଼ିଶାରେ ଶିଳ୍ପାୟନ ଆଦି ପ୍ରତ୍ୟେକ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ ବୋଲି ପ୍ରକାଶ କରିଥିଲେ।

ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭିୟୁର ସଂପାଦକ ଡ. ଲେନିନ୍‌ ମହାନ୍ତି ବିଜୁବାବୁଙ୍କୁ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନ ପରାମର୍ଶଦାତା ଅସୀତ ତ୍ରିପାଠୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇ କହିଥିଲେ ଯେ ପ୍ରବାଦପୁରୁଷ ବିଜୁବାବୁ ଥିଲେ ସ୍ୱଦେଶପ୍ରୀତି, ଅନନ୍ୟ ନାୟକତ୍ୱ ଓ ଅସାଧାରଣ ନେତୃତ୍ୱର ପ୍ରତୀକ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀ ତଥା ବହୁ ବୁଦ୍ଧିଜୀବୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବାବେଳେ ସୂଚନା ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ

ବିଜୁବାବୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.