Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହିଂସାକାରୀଙ୍କୁ ସୁରକ୍ଷା ଦେବା ବିଜେପିର ପୁରୁଣା ଅଭ୍ୟାସ: ବିଜେଡି
ଆଜିର ଖବର

ହିଂସାକାରୀଙ୍କୁ ସୁରକ୍ଷା ଦେବା ବିଜେପିର ପୁରୁଣା ଅଭ୍ୟାସ: ବିଜେଡି

May 1, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରୁଥିବା ନିଜ ଦଳର ଜନପ୍ରତିନିଧିଙ୍କୁ ସୁରକ୍ଷା ଦେବା ଓଡିଶା ବିଜେପିର ଅଭ୍ୟାସରେ ପରିଣତ ହେଲାଣି। କିଛି ଦିନ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ତଥା ମୟୂରଭଞ୍ଜ ଲୋକସଭା ସାଂସଦ ବିଶେଶ୍ୱର ଟୁଡୁ ମୟୂରଭଞ୍ଜ ଜିଲ୍ଲା ଅଧିକାରୀଙ୍କୁ ଆକ୍ରମଣ କରିଥିଲେ। ଗତକାଲି ଦେବଗଡ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଦେବଗଡ ଜିଲ୍ଲା ତିଲେଇବଣି ବିଡିଓଙ୍କୁ ଆକ୍ରମଣ କରିଥିବା ଘଟଣାରୁ ଏହା ସ୍ପଷ୍ଟ ହୋଇଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି।

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ସରକାରୀ କର୍ମଚାରୀଙ୍କୁ ଗାଳିଗୁଲଜ ଓ ଭୟଭୀତ କରିବା ଓଡିଶାର ବିଜେପି ଜନପ୍ରତିନିଧୀଙ୍କ ଅଭ୍ୟାସରେ ପରିଣତ ହୋଇଛି ଏବଂ ସେମାନଙ୍କ ଏଭଳି ହିଂସାକୁ ନିନ୍ଦା କରିବା ପରିବର୍ତ୍ତେ ସେମାନଙ୍କୁ ସୁରକ୍ଷା ଦେବା ଓଡିଶା ବିଜେପିର ଏକ ଅଭ୍ୟାସରେ ପରିଣତ ହୋଇଛି।

ଯେତେବେଳେ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ଲୋକସଭା ସାଂସଦ ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ, ଆମେ ଆଶା କରିଥିଲୁ ଯେ ଓଡିଶା ବିଜେପି ଏହାକୁ ନିନ୍ଦା କରିବ କିନ୍ତୁ ଦୁର୍ଭାଗ୍ୟବଶତଃ ସେମାନେ ଲୋକସଭା ସାଂସଦଙ୍କୁ ସୁରକ୍ଷା ପ୍ରଦାନ କରିବା ସହିତ ଜନସାଧାରଣଙ୍କ ଦୃଷ୍ଟି ଅନ୍ୟଆଡେ ନେବାକୁ ଚେଷ୍ଟା କରିଥିଲେ।

ଆଜି ମଧ୍ୟ ଯେତେବେଳେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ଓଡିଶା ବିଜେପି ଶ୍ରୀ ପାଣିଗ୍ରାହୀଙ୍କ ହିଂସାତ୍ମକ ଆଚରଣକୁ ନିନ୍ଦା କରିବା ପରିବର୍ତ୍ତେ ଦୁର୍ଭାଗ୍ୟବଶତଃ ତାଙ୍କୁ ଏବଂ ତାଙ୍କ ହିଂସାତ୍ମକ କାର୍ଯ୍ୟକୁ ସୁରକ୍ଷା ଦେଉଛନ୍ତି। ବିଜୁ ଜନତା ଦଳ ସର୍ବଦା ଆଇନ୍‌ର ଶାସନ ସହିତ ଅଛି ଏବଂ ଆଇନ୍‌କୁ ତା ବାଟରେ ଯିବାକୁ ଦେଇଥାଏ। ଅତୀତରେ ଦଳମତ ନିର୍ବିଶେଷରେ ଆଇନ୍ ଅନୁଯାୟୀ ଜନସାଧାରଣଙ୍କ ଦ୍ୱାରା ନିର୍ବାଚିତ ପ୍ରତିନିଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଏବଂ ଆଜି ମଧ୍ୟ ତାହା ହେଉଛି।

କିନ୍ତୁ ଦୁର୍ଭାଗ୍ୟବଶତଃ ଓଡିଶା ବିଜେପି ଦୋଷୀଙ୍କୁ ରକ୍ଷା କରିବାକୁ ଚାହୁଁଛି ଏବଂ ଜନସାଧାରଣଙ୍କ ଦୃଷ୍ଟି ଅନ୍ୟ ଆଡେ ନେବାକୁ ଚେଷ୍ଟା କରୁଛି। ଏହି କାରଣରୁ ଓଡ଼ିଶାର ଲୋକ ବିଜେପିକୁ ଗୋଟିଏ ପରେ ଗୋଟିଏ ନିର୍ବାଚନରେ ପ୍ରତ୍ୟାଖ୍ୟାନ କରୁଛନ୍ତି। ଆମେ ଆଶା କରୁଛୁ ଯେ ଓଡିଶା ବିଜେପି ମିଥ୍ୟା ପ୍ରଚାରରୁ ଦୂରେଇ ରହିବ ଏବଂ ସେମାନଙ୍କ ଦଳର ଜନପ୍ରତିନିଧୀଙ୍କ ଦ୍ୱାରା ଏପରି ହିଂସାତ୍ମକ କାର୍ଯ୍ୟକୁ ନେଇ ରାଜନୀତି କରିବ ନାହିଁ ଏବଂ ସେମାନଙ୍କୁ ସୁରକ୍ଷା ଦେବା ପରିବର୍ତ୍ତେ ଆଇନ୍‌କୁ ସ୍ୱାଗତ କରିବ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ଓଡିଶା ବିଜେପି ବିଜେଡି ସରକାରୀ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026
Latest News

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.