Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବୈଠକ, ଖୋଲିଲା ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ, ଛୁଟି ବାତିଲ
ଜାତୀୟ ଖବର

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବୈଠକ, ଖୋଲିଲା ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ, ଛୁଟି ବାତିଲ

May 6, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବୈଠକ, ଖୋଲିଲା ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ, ଛୁଟି ବାତିଲ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଂଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ‘ଆସାନି’ ଫଳରେ ରାଜ୍ୟର ଉପକୂଳ ଅଂଚଳରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ଜଳସଂପଦ ବିଭାଗ ତରଫରୁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

ବୈଠକରେ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର‌୍ୟ୍ୟାଳୟରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦାୟିତ୍ୱ ସଂପନ୍ନନିର୍ବାହୀ ଯନ୍ତ୍ରୀଙ୍କ ଦ୍ୱାରା ଏହା ପରିଚାଳିତ ହେବ । ସମ୍ଭାବ୍ୟ ବାତ୍ୟା ପାଇଁ ସବୁ ପ୍ରକାର ପ୍ରସ୍ତୁତିରେ ରହିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ସମସ୍ତ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ବଳ ଥିବାନଦୀ ଓ କେନାଲ ବନ୍ଧଗୁଡିକ ପ୍ରତି ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି ।

ସମ୍ଭାବ୍ୟ ବାତ୍ୟା ପରିସ୍ଥିତିରେ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀମାନେ ଜିଲ୍ଲାପ୍ରଶାସନ ସହିତ ସମନ୍ୱୟ ରଖି ଆବଶ୍ୟକ ଆନୁଷଙ୍ଗିକ ସହାୟତା ଯୋଗାଇଦେବେ । ବାତ୍ୟା ଯୋଗୁଁ ବନ୍ୟା ବା ଅତ୍ୟଧିକ ବର୍ଷାଫଳରେ ଡ୍ରେନେଜ ସମସ୍ୟା ଉପୁଜିଲେ ତାହାକୁ ତୁରନ୍ତ ପରିସ୍କାର ପାଇଁ ଆବଶ୍ୟକ ଯନ୍ତ୍ରପାତି ସହ ପଦକ୍ଷେପ ନେବାକୁ କୁହାଯାଇଛି ।

ଜଳଭଣ୍ଡାରଗୁଡିକର ସ୍ଥିତି ଅନୁଧ୍ୟାନ କରି ନିୟନ୍ତ୍ରଣ କକ୍ଷକୁ ନିୟମିତ ସୂଚନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ଷେତ୍ରସ୍ତରରେ କାର୍ଯ୍ୟ କରୁଥିବା ଯନ୍ତ୍ରୀମାନଙ୍କର ଛୁଟି ବାତିଲ କରାଯାଇଛି । ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବିନା ଅନୁମତିରେ ଛୁଟି ମଂଜୁର ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବୈଠକରେ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ୱତନ୍ତ୍ର ସଚିବ (ତଦାରଖ) ଚନ୍ଦ୍ରଶେଖର ପାଢୀ, ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର, ସର୍ବୋଚ୍ଚ ଯନ୍ତ୍ରୀ( ଯୋଜନା ଓ ନକ୍ସାଙ୍କନ) ଅସୀମ ମହାପାତ୍ର, ଅତିରିକ୍ତ ଶାସନ ସଚିବ ସୁବ୍ରତ କୁମାର ପଣ୍ଡା, ମୁଖ୍ୟ ଯନ୍ତ୍ରୀ , ବେସିନ୍ ମ୍ୟାନେଜର-ମହାନଦୀ କାଠଯୋଡି ସିଷ୍ଟମ ଭକ୍ତରଂଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ଡ୍ରେନେଜ୍ ବାଲେଶ୍ୱର ନାଥ ସାହୁ, ମୁଖ୍ୟଯନ୍ତ୍ରୀ ଏଚ୍.ଏଚ୍ .ଜି.ଆଇ.ସ୍ ଓ ଅନ୍ୟ ବରିଷ୍ଠ ଯନ୍ତ୍ରୀ ଓ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଅନୁ ଗର୍ଗ ଆସାନି ଘୂର୍ଣ୍ଣିବଳୟ ଜଳ ସଂପଦ ଦକ୍ଷିଣ ଆଣ୍ଡାମାନ ସାଗର ସମ୍ଭାବ୍ୟ ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.