Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Cyclone ପ୍ରସ୍ତୁତି : ଚାରୋଟି ଜିଲ୍ଲାରେ ମୁତୟନ ହେଲେ ୬ ଟି ଓଡ୍ରାଫ ଟିମ
ବିଶେଷ ଖବର

Cyclone ପ୍ରସ୍ତୁତି : ଚାରୋଟି ଜିଲ୍ଲାରେ ମୁତୟନ ହେଲେ ୬ ଟି ଓଡ୍ରାଫ ଟିମ

May 9, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Cyclone ପ୍ରସ୍ତୁତି : ଚାରୋଟି ଜିଲ୍ଲାରେ ମୁତୟନ ହେଲେ ୬ ଟି ଓଡ୍ରାଫ ଟିମ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା ଗଞ୍ଜାମ, ପୁରୀ, ଜଗତସିଂହପୁର କେନ୍ଦ୍ରାପଡ଼ା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା, ଚିକିଟି, ଗଞ୍ଜାମ ଓ ଛତ୍ରପୁର ବ୍ଲକ, ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ ସଦର, ଗୋପ, କାକଟପୁର ଓ ଅସ୍ତରଙ୍ଗ, ଜଗତସିଂହପୁର ଅଞ୍ଚଳର ବାଲିକୁଦା, ଏରସମା, କୁଞ୍ଜଙ୍ଗ, କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡା ଓ ରାଜନଗର ବ୍ଲକର ତଳିଆ ଅଞ୍ଚଳରେ ମାଟିଘର ଓ କୁଡିଆଘରେ ବାସକରୁଥିବା ଜନସାଧାରଣଙ୍କୁ ୧୦ ତାରିଖ ଦିନ ଅପରହ୍ନ ସୁଦ୍ଧା ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରାଯିବ।

ସେହିପରି ଆଗାମି ୧୫ ଦିନ ମଧ୍ୟରେ ପ୍ରସବ କରିବାକୁ ଥିବା ଗର୍ଭବତୀ ମହିଳାଙ୍କୁ ନିକଟସ୍ଥ ସରକାରୀ ହସ୍ପିଟାଲ ସ୍ଥାନାନ୍ତରିତ କରିବା ସହ ସେମାନଙ୍କର ସମସ୍ତ ପ୍ରକାର ଯତ୍ନ ନିଆଯିବ।ଆସନ୍ତା ୯ ତାରିଖ ଦିନ ସକାଳ ସୁଦ୍ଧା ୬ ଟି ଓଡ୍ରାଫ ଟିମ ପୁରୀ ଜିଲ୍ଲା ଓ ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକ ଗଞ୍ଜାମ, ଭଦ୍ରକ, ଜଗତସିଂହପୁର, ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ମୁତୟନ କରାଯିବ। ୧୮ ଟି ଜିଲ୍ଲାର ଜିଲ୍ଲାପାଳ, ଭୁବେନେଶ୍‌ର, କଟକ ଓ ବ୍ରହ୍ମପୁର ମୁନିସପାଲ କମିଶନରମାନେ ବାତ୍ୟା ସମୟରେ ହେବାକୁ ଥିବା ବର୍ଷା ଦ୍ୱାରା ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ଥିବାବେଳେ ଯଦି ଏଭଳି ପରିସ୍ଥିତି ଉପୁଯେ, ତେବେ ଏହି ସବୁ ସ୍ଥାନରୁ ଜଳ ନିଷ୍କାସନର ବ୍ୟବସ୍ଥା କରିବେ।

ଗ୍ରାମ ଉନ୍ନୟନ, ଜଳସମ୍ପଦ, ନଗର ଉନ୍ନୟନ, ଶକ୍ତି, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସେମାନଙ୍କର ସମସ୍ତ ମାନବସମ୍ବଳ ଓ ମେସିନ ସଜାଗ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ସ୍ଥଳେ ଏସ୍‌ଆରସିଙ୍କ ନିର୍ଦ୍ଦେଶମତେ ସେମାନଙ୍କୁ ନିୟୋଜନ କରାଯିବ। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ତରଫରୁ ସମସ୍ତ ଜିଲ୍ଲା ଓ ତତ୍‌ସଲଗ୍ନ ଅଫିସଗୁଡିକୁ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ମାର୍ଗଦର୍ଶିକା ବିଷୟରେ ଅବଗତ କରିବା ସହ ବାତ୍ୟାଜନିତ ପୂର୍ବ ଓ ପରବର୍ତ୍ତୀ ଅବସ୍ଥାର ମୁକାବିଲା ପାଇଁ ସଜାଗ ରହିବେ।

ବିଭାଗ ପକ୍ଷରୁ ଜଣେ ବରିଷ୍ଠ ଅଧିକାରୀ ନୋଡାଲ ଅଫିସର ଏସ୍‌ଆରସିଙ୍କ ଅଫିସ ସହ ନିରନ୍ତର ସଂଯୋଗରେ ରହିବେ। ବିଭାଗ ପକ୍ଷରୁ ଆବଶ୍ୟକୀୟ ପଶୁ ଔଷଧ ବିଭିନ୍ନ ପଶୁ ଚିକିତ୍ସାଳୟରେ ମହଜୁଦ ରଖିବେ। ବିଭାଗ ପକ୍ଷରୁ ପଶୁ ଆହାର ଯୋଗାଇ ଦେଉଥିବା ଯୋଗାଣକାରୀମାନଙ୍କର ଏକ ତାଲିକା ପ୍ରସ୍ତୁତ କରିବେ, ଯାହାକି ଆବଶ୍ୟକ ସମୟରେ କାର୍ଯ୍ୟରେ ଆସିବ ।

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଥିବାବେଳେ ପୂର୍ବରୁ ସମୁଦ୍ରକୁ ଯାଇଥିବା ସମସ୍ତ ଡଙ୍ଗା ସୁରକ୍ଷିତ ଭାବେ ଫେରିଆସିଛି ।

ଓଡ୍ରାଫ ଟିମ ପ୍ରଦୀପ ଜେନା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.