Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ପୋଲିସ ଓ ଆରଟିଓ ର ମିଳିତ ଚଢ଼ାଉ, ୯ ଡ଼ିଏଲ ବାତିଲ
ଆଞ୍ଚଳିକ

ବାଣପୁରରେ ପୋଲିସ ଓ ଆରଟିଓ ର ମିଳିତ ଚଢ଼ାଉ, ୯ ଡ଼ିଏଲ ବାତିଲ

May 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ଅଞ୍ଚଳରେ ବେପରୁଆ ଗାଡ଼ିଚାଳନା ବୃଦ୍ଧି ହେଉଥିବାର ବାରମ୍ବାର ଅଭିଯୋଗ ହୋଇଆସୁଛି। ଯାହାଫଳରେ ଏକାଧିକ ସଡ଼କ ଦୁର୍ଘଟଣା ମଧ୍ୟ ଘଟୁଛି। ଯେଉଁଥିରେ ନିରୀହ ଲୋକଙ୍କ ଜୀବନ ଯାଉଛି। ମଦ୍ୟପାନ କରି ଗାଡ଼ି ଚଳାଇବା ହେଉ କିମ୍ବା ଲାଇସେନ୍ସ ନଥିବା ଅନଭିଜ୍ଞ ଗାଡ଼ିଚାଳକଙ୍କ ଲାଗି ଦୁର୍ଘଟଣା ଘଟୁଥିବା ବେଳେ ପୋଲିସ ତଥା ଆରଟିଓ ପକ୍ଷରୁ କୌଣସି ଚଢ଼ାଉ ହେଉନଥିବାର ଅଭିଯୋଗ ହୋଇଆସୁଥିଲା। ଏପରିକି ପୁର୍ବରୁ ବିଭିନ୍ନ ଗଣମାଧ୍ୟମରେ ମଧ୍ୟ ଏ ନେଇ ଖବର ପ୍ରସାରଣ ହେବା ସହ ବିଭାଗୀୟ ଅଧିକାରୀଙ୍କ ଏ ବାବଦରେ ଦୃଷ୍ଟି ଆକର୍ଷଣ କରାଯାଇଥିଲା।

ତେବେ ଏହାକୁ ଆରଟିଓ ଗୁରୁତର ସହ ନେଇଛି। ଆଜି ବାଣପୁରର ଏକାଧିକ ସ୍ଥାନରେ ଆରଟିଓ ଏବଂ ପୋଲିସର ମିଳିତ ଚେକିଂ ଅନୁଷ୍ଠିତ ହୋଇଥିଲା। ବାଣପୁର ଆଇଆଇସି ରଶ୍ମିରଞ୍ଜନ ସାହୁ ଏବଂ ଖୋର୍ଦ୍ଧା ମୋଟରଯାନ ନିରୀକ୍ଷକ ଅମିତ ରଣାଙ୍କ ନେତୃତ୍ୱରେ ଉକ୍ତ ଯାଞ୍ଚ ଅଭିଯାନ ଅନୁଷ୍ଠିତ ହୋଇଥିଲା। ବହୁ ଗାଡ଼ି ଚାଳକଙ୍କ କାଗଜପତ୍ର, ଲାଇସେନ୍ସ, ହେଲମେଟ, ପିୟୁସି ଆଦି ଯାଞ୍ଚ କରାଯାଇଥିଲା।

ଉକ୍ତ ଅଭିଯାନ ଅନ୍ତର୍ଗତ ୯ ଜଣ ବାଇକ ଚାଳକଙ୍କ ଡ୍ରାଇଭିଙ୍ଗ ଲାଇସେନ୍ସ ବାତିଲ କରାଯାଇଥିବା ବେଳେ ୩୫ ଜଣଙ୍କ ଚାଲାଣ କରାଯାଇଥିବାର ସୂଚନା ଦେଇଛନ୍ତି ମୋଟରଯାନ ନିରୀକ୍ଷକ ଶ୍ରୀ ରଣା। ତେବେ ଆଗକୁ ମଧ୍ୟ ଏପରି ଚଢ଼ାଉ ଜାରି ରହିବ ବୋଲି ଉଭୟ ପୋଲିସ ଓ ଆରଟିଓ କହିଛନ୍ତି।

ଆରଟିଓ ଡ଼ିଏଲ ବାତିଲ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.