Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଞ୍ଚା ଝୋଟ ଉପରେ ଥିବା ମୂଲ୍ୟ କଟକଣା ଉଠାଇବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି
ଆଜିର ଖବର

କଞ୍ଚା ଝୋଟ ଉପରେ ଥିବା ମୂଲ୍ୟ କଟକଣା ଉଠାଇବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

May 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ ମଞ୍ଜୁରି
କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

ନୂଆଦିଲ୍ଲୀ: ଝୋଟଜାତ ସାମଗ୍ରୀ ଉତ୍ପାଦନକାରୀ ଉଦ୍ୟୋଗର ମୋଟ କାରବାରର ରପ୍ତାନୀ ଭାଗ ୩୦% କଞ୍ଚା ଝୋଟର ବଜାର ଚାହିଦା ଓ ସ୍ଥିତିକୁ ଭଲଭାବେ ଅନୁଧ୍ୟାନ କରିବା ପରେ କେନ୍ଦ୍ର ସରକାର ଏହା ଉପରେ ଥିବା ମୂଲ୍ୟ କଟକଣାକୁ ଚଳିତମାସ ୨୦ତାରିଖରୁ ଉଠାଇ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଅତଏବ ଏହି ବ୍ୟବସ୍ଥା ଆସନ୍ତାକାଲିଠାରୁ କାର୍ଯ୍ୟକାରୀ ହେବ।

କଞ୍ଚା ଝୋଟ ବ୍ୟବହାରକାରୀ ବିଭିନ୍ନ ମିଲ୍ ଓ ସଂସ୍ଥାଙ୍କ ପାଇଁ ସରକାରର ୨୦୨୧ ସେପ୍ଟେମ୍ବର ୩୦ତାରିଖରୁ ସର୍ବୋଚ୍ଚ ମୂଲ୍ୟ ନିର୍ଦ୍ଧାରଣ କରିଥିଲେ। ଏଥିରେ ଟିଡିଏସ୍ ୫ଗ୍ରେଡର କଞ୍ଚା ଝୋଟର କୁଇଣ୍ଟାଲ ପିଛା ମୂଲ୍ୟ ୬୫୦୦ ଟଙ୍କା ଧାର୍ଯ୍ୟ କରାଯାଇଥିଲା।
ଝୋଟ କମିଶନର ଦପ୍ତର ପକ୍ଷରୁ ଦେଶରେ ଝୋଟର ମୂଲ୍ୟ ସମ୍ପର୍କରେ ଉଭୟ ଆନୁଷ୍ଠାନିକ ଓ ଅଣଆନୁଷ୍ଠାନିକ ବ୍ୟବସ୍ଥାରେ ତଥ୍ୟ ସଂଗ୍ରହ କରାଯାଇଥିଲା। ଏହି ତଥ୍ୟରୁ ଜଣାପଡିଲା ଯେ ବର୍ତ୍ତମାନ ଯେଉଁ ମୂଲ୍ୟରେ ଝୋଟ ବିକ୍ରି ହେଉଛି ତାହା ସରକାରୀ ଧାର୍ଯ୍ୟ କରିଥିବା ମୂଲ୍ୟର ପ୍ରାୟ ପାଖାପାଖି। ତେଣୁ ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ଝୋଟର ସର୍ବୋଚ୍ଚ ମୂଲ୍ୟ ନିର୍ଦ୍ଧାରଣ ବ୍ୟବସ୍ଥାକୁ ଉଠାଇ ନେଇଛନ୍ତି।

ଆଶା କରାଯାଉଛି ଯେ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଚାଷୀ, ମିଲ୍ ଓ ଝୋଟ ଏମ୍ଏସ୍ଏମ୍ଇ ଉଦ୍ୟୋଗ ଉପକୃତ ହେବେ। ଝୋଟ ଉଦ୍ୟୋଗରେ ସାତଲକ୍ଷରୁ ଅଧିକ ଲୋକ କାମ କରୁଥିବାବେଳେ ପ୍ରାୟ ୪୦ଲକ୍ଷ ଚାଷୀ ଝୋଟ ଚାଷ କରୁଛନ୍ତି। ଝୋଟର ମୂଲ୍ୟ ହ୍ରାସ ଫଳରେ ଝୋଟରୁ ପ୍ରସ୍ତୁତ ସାମଗ୍ରୀ ରପ୍ତାନୀ ବାଣିଜ୍ୟ ବଢିବ ବୋଲି ଆଶା କରାଯାଉଛି। ଝୋଟରୁ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରୁଥିବା ଉଦ୍ୟୋଗର ମୋଟ କାରବାରର ପ୍ରାୟ ୩୦ ଶତାଂଶ ରପ୍ତାନୀ କରାଯାଇଥାଏ।

କଞ୍ଚା ଝୋଟ କେନ୍ଦ୍ର ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026
Latest News

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026

କ୍ଷତିକାରକ ନୁହେଁ ଉପବାସ, ଜାଣନ୍ତୁ କ’ଣ ମିଳିଥାଏ ଲାଭ

September 12, 2026

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.