Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ: ଏକ ଟିମ୍‌ ଭାବରେ କାମ କରିବା ଲାଗି ସବୁ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ବିଶେଷ ଖବର

ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ: ଏକ ଟିମ୍‌ ଭାବରେ କାମ କରିବା ଲାଗି ସବୁ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

May 24, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିର ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରମୁଖ ସଚିବ ଜି. ମାଥିଭାତନନ୍ ବିଭାଗର Transformational Initiative ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ।

ଏହିସବୁ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳରେ ଉପଲବ୍‌ଧ ସାଧାରଣ ବୈଷୟିକ ଜ୍ଞାନର ପ୍ରୟୋଗ କରାଯାଇଥିବା ବେଳେ, ଗୋଷ୍ଠୀ ସହଭାଗୀତା ଜରିଆରେ କାର୍ଯ୍ୟକାରୀ କରାଯାଇଛି। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଗରିବ ଲୋକଙ୍କ ସହଭାଗୀତା ଲୋକଙ୍କୁ ବିକାଶ ପ୍ରକ୍ରିୟା ସହିତ ଯୋଡିବା ସହିତ ସେମାନଙ୍କର ଜୀବନଜୀବିକାରେ ଉନ୍ନତି ଆଣିପାରିଛି ଏବଂ ସମାଜରେ ସମ୍ମାନର ସହ ବଞ୍ଚିବା ପାଇଁ ପ୍ରେରଣା ଦେଇପାରିଛି। ଏ ରୂପାନ୍ତର ସମାଜର ତଳସ୍ତରରେ ବ୍ୟାପକ ପରିବର୍ତ୍ତନର ଅୟମାରମ୍ଭ କରିଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହିତ ସବୁ କାର୍ଯ୍ୟକ୍ରମରେ ସବୁ ବିଭାଗ ଏକ ଟିମ୍‌ ଭାବରେ କାମ ସଫଳତା ଆଣିବାକୁ ପରାମର୍ଶ ଦେଇଥିଲେ।

ଏହି ଉପସ୍ଥାପନା ଅନୁଯାୟୀ ରାଜ୍ୟର ୧୬ ପ୍ରତିଶତ ଜନସାଧାରଣ ସହରାଞ୍ଚଳରେ ବସବାସ କରନ୍ତି ଏବଂ ସେଥିମଧ୍ୟରୁ ୪୦ ପ୍ରତିଶତ ଅଞ୍ଚଳରେ ପିଇବା ପାଣିର ସୁବିଧା ନ ଥିଲା। ୪ ଲକ୍ଷ ଘରେ ଟଏଲେଟ୍‌ର ସୁବିଧା ମଧ୍ୟ ନଥିଲା।

କିନ୍ତୁ ଆମର ରୂପାନ୍ତର ଉପକ୍ରମ ଆରମ୍ଭ ହେବା ପରେ ଆଜି ରାଜ୍ୟର ୮୪ ପ୍ରତିଶତ ଘରେ ଶତପ୍ରତିଶତ ପାଇପ ପାଣିର ବ୍ୟବସ୍ଥା ହୋଇପାରିଛି। ପୂର୍ବରୁ ୩ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଥିବାବେଳେ, ବର୍ତ୍ତମାନ ୧୦ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ପୁରୀରେ Drink from Tap କାର୍ଯ୍ୟକ୍ରମ ସଂପୂର୍ଣ୍ଣ କାର୍ଯ୍ୟକ୍ଷମ ହେବା ପରେ, ଏହା ବର୍ତ୍ତମାନ ରାଜ୍ୟର ୨୪ଟି ସହରରେ ଆରମ୍ଭ ହୋଇଛି। ଏଥିରେ ବସ୍ତି ଅଞ୍ଚଳକୁ ପ୍ରାଥମିକତା ଦିଆଯାଉଛି । ପାନୀୟ ଜଳ ଯୋଗାଣ ନୀତିରେ Tap waterକୁ ନାଗରିକମାନଙ୍କର ଏକ ଅଧିକାର ଭାବରେ ଗ୍ରହଣ କରାଯାଇଛି।

ସେହିପରି ମଳମୁତ୍ର ଓ କଠିଜ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିପାରିଛି। ବର୍ତ୍ତମାନ ରାଜ୍ୟର ୧୦୦ଟି ସହରରେ ୧୦୩ଟି Seepage Treatment Plant ଦିନକୁ ୧୮୦୦ କିଲୋ ଲିଟର Faecal Sludge ବିଶୋଧନ କରାଯାଉଛି । ଏଥିରେ କମ୍ ଖର୍ଚ୍ଚରେ ସାଧାରଣ ଟେକ୍ନୋଲୋଜିର ପ୍ରୟୋଗରେ ଗୋଷ୍ଠୀ ସହଭାଗୀତାରେ ବ୍ୟାପକ ପରିବର୍ତ୍ତନ ଅଣାଯାଇ ପାରିଛି।

ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିଭଙ୍ଗୀ ଅନୁଯାୟୀ ଜାଗା ଠାରୁ ଲୋକ ଅଧିକ ମୂଲ୍ୟବାନ। ପୂର୍ବରୁ ସହରାଞ୍ଚଳର ୧୭ ଲକ୍ଷ ବସ୍ତିବାସିନ୍ଦା ଅନେକ ଅବ୍ୟବସ୍ଥା ମଧ୍ୟରେ ରହୁଥିଲେ। ଜାଗା ମିଶନରେ ୪ ବର୍ଷ ମଧ୍ୟରେ ଏବେ ୧ ଲକ୍ଷ ୭୫ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଥିବା ବେଳେ, ୫୮୫ଟି ବସ୍ତିକୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ସେହିପରି ୧୫୪୦ ବସ୍ତିକୁ ଶତ ପ୍ରତିଶତ ପାନୀୟ ଜଳ ବ୍ୟବସ୍ଥା ଦିଆଯାଇଥିବାବେଳେ, ୧୦୭୫ଟି ବସ୍ତିକୁ ବିଜୁଳି ସୁବିଧା ଦିଆଯାଇଛି। ୫୮୯ଟି ବସ୍ତିରେ ଶତ ପ୍ରତିସତ ଟଏଲେଟ୍‌ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କର ଲୋକାଭିମୁଖୀ ଦୃଷ୍ଟିକୋଣରୁ ଏହି ବ୍ୟାପକ ପରିବର୍ତ୍ତନ ଆସିପାରିଛି। ଏହା ବସ୍ତି ଲୋକଙ୍କର ସମ୍ମାନ ଓ ନାଗରିକ ଅଧିକାରର ସୁରକ୍ଷା କରିପାରିଛି।

ସେହିପରି ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ରାଜ୍ୟ ବାହାରେ କାମ କରୁଥିବା ୫ ଲକ୍ଷ ଶ୍ରମିକଙ୍କୁ ଜୀବିକା ଯୋଗାଇ ଦିଆଯାଇଛି। ଏଥିରେ ଦୁଇ ହଜାର କୋଟି ଟଙ୍କା ବିନିଯୋଗରେ ୨୨,୫୦୦ଟି ପ୍ରକଳ୍ପ କରାଯାଇଛି। ୧୫ ହଜାର ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ କାମ ତଦାରଖ କରିବାକୁ ଦାୟିତ୍ବ ଦିଆଯାଇଛି। ଗୋଷ୍ଠୀ ସହଭାଗୀତାର ଏହା ଏକ ଆଦର୍ଶ ଉଦାହରଣ।

ଏହି କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ସୂଚନା ରଖି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ଯେ ସହରାଞ୍ଚଳର ଏକ ନିର୍ଦ୍ଧିଷ୍ଟ ପ୍ରତିଶତ (critical mass) ଜନସାଧାରଣ ସହରର ମୌଳିକ ସୁବିଧା ପାଇପାରିଲେ ହିଁ ରୂପାନ୍ତରର ପ୍ରକୃତ ଲକ୍ଷ୍ୟ ସାଧିତ ହୋଇପାରିବ। ସହରାଞ୍ଚଳର ବିକାଶ ବୈଜ୍ଞାନିକ ଆଧାରରେ ହେବା ସହିତ ଅନ୍ତର୍ଭୁକ୍ତୀକରଣ ଓ ସାମଗ୍ରୀକ ବିକାଶକୁ ଗୁରୁତ୍ବ ଦେବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଓଡିଶାରେ ବଡ ବଡ କମ୍ପାନୀକୁ ସହରାଞ୍ଚଳ ବିକାଶରେ ନିୟୋଜିତ କରା ନ ଯାଇ ଗୋଷ୍ଠୀ ସହଭାଗୀତାରେ କରାଯାଇଛି। ଏହା ହିଁ ଓଡିଶାର ରୂପାନ୍ତରଣର ବୈଶିଷ୍ଟ୍ୟ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ପଦ୍ମନାଭ ବେହେରା, ସୁଦାମ ମାର୍ଣ୍ଡି, ଅଶୋକ ପଣ୍ଡା, ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ।

‘ମୁକ୍ତା’ ଯୋଜନା ଦ୍ବିତୀୟ ବୈଠକ ନବୀନ ପଟ୍ଟନାୟକ ରୂପାନ୍ତର ଶୃଙ୍ଖଳା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026

‘ବାଂଲାଦେଶ ଏବେ ଦ୍ଵିତୀୟ ପାକିସ୍ତାନ’: ଜାଣନ୍ତୁ ଭାରତ ବିଷୟରେ କ’ଣ କହିଲେ ଶେଖ ହସିନାଙ୍କ ପୁଅ?

August 6, 2026

ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ମହତ୍ୱ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ

August 6, 2026
Latest News

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.