Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସରିଲା ରାଜ୍ୟସ୍ତରୀୟ ଆଦିମ ଜନଜାତି ନୃତ୍ୟ ମହୋତ୍ସବ
ବିଶେଷ ଖବର

ସରିଲା ରାଜ୍ୟସ୍ତରୀୟ ଆଦିମ ଜନଜାତି ନୃତ୍ୟ ମହୋତ୍ସବ

May 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସରିଲା ରାଜ୍ୟସ୍ତରୀୟ ଆଦିମ ଜନଜାତି ନୃତ୍ୟ ମହୋତ୍ସବ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଚଳିତ ବର୍ଷ ରାଜ୍ୟସ୍ତରୀୟ ଆଦିମ ଜନଜାତି ନୃତ୍ୟ ମହୋତ୍ସବ ଆୟୋଜିତ ହୋଇଛି। ଏହି ଦ୍ୱିଦିବସୀୟ ରାଜ୍ୟସ୍ତରୀୟ ଆଦିମ ଜନଜାତି ନୃତ୍ୟ ମହୋତ୍ସବ ମଇ ୨୩ ଓ ୨୪ ତାରିଖ ଦିନ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜନ କରାଯାଇଥିଲା।

ରାଜ୍ୟସ୍ତରୀୟ ଆଦିମ ଜନଜାତି ନୃତ୍ୟ ମହୋତ୍ସବରେ ଓଡ଼ିଶାର ୧୩ ପ୍ରକାରର ଆଦିମ ଜନଜାତିଙ୍କର ନୃତ୍ୟ ପରିବେଷଣ କରାଯାଇଥିଲା। ଆଜି ଦ୍ୱିତୀୟ ଦିବସରେ ଲାଞ୍ଜିଆ ସଉରାଙ୍କ ବେଣ୍ଟନୃତ୍ୟ ପରିବେଷିତ ହୋଇଥିଲା। ଏହି ନୃତ୍ୟରେ ପୁରୁଷ ଓ ମହିଳାମାନେ ଏକତ୍ର ବାଦ୍ୟ ଓ ସଂଗୀତର ତାଳେ ତାଳେ ନୃତ୍ୟ କରିଥିଲେ।

ଲୋଧା ଜନଜାତିଙ୍କ ଏକ ସ୍ୱତନ୍ତ୍ର ସାଂସ୍କୃତିକ ପରିଚୟ ରହିଛି। ଆଜି ଏହି ଝୁମର ନୃତ୍ୟରେ କଳାକାରମାନେ ଝୁମ୍‌-ଝୁମ୍‌ ଶବ୍ଦ କରି ଅତି ସୁନ୍ଦର ନୃତ୍ୟ ପରିବେଷଣ କରିଥିଲେ। ସେହିପରି ଡଙ୍ଗରିଆ କନ୍ଧମାନଙ୍କର ଧାଙ୍ଗଡ଼ା-ଧାଙ୍ଗଡ଼ୀ ନୃତ୍ୟ, ଜୁଆଙ୍ଗ ଜନଜାତିଙ୍କ ଚାଙ୍ଗୁ ନୃତ୍ୟ, ପାଉଡ଼ି ଭୂୟାଁଙ୍କର ବିସ୍‌ରୀ ନୃତ୍ୟ, କୁଟିଆ କନ୍ଧଙ୍କ ଧାଙ୍ଗଡ଼ା-ଧାଙ୍ଗଡ଼ୀ ନୃତ୍ୟ, ଚନ୍ଦ୍ରଗିରିର ସଉରା ଜନଜାତିଙ୍କର ଚଇତି ନୃତ୍ୟ ପରିବେଷିତ ହୋଇଥିଲା।

ପ୍ରତ୍ୟେକ ଜନଜାତି ନିଜସ୍ୱ ନୃତ୍ୟ, ସଂଗୀତ, ବାଦ୍ୟ, ପାରମ୍ପରିକ ସାଜସଜ୍ଜାରେ ନୃତ୍ୟ ପରିବେଷଣ କରିଥିଲେ। ନୃତ୍ୟ ଶେଷରେ ଆଜି କଳାକାରମାନଙ୍କୁ ସ୍ମୃତିଫଳକ ଓ ପ୍ରମାଣପତ୍ର ପ୍ରଦାନପୂର୍ବକ ସମ୍ମାନିତ କରାଯାଇଥିଲା।

Tribal Dance ଆଦିବାସୀ ନୃତ୍ୟ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026
Latest News

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.