Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗୋପାଳପୁର ବନ୍ଦରର ବିକାଶ ତଥା ସଂପ୍ରସାରଣ ପାଇଁ ସ୍ୱାକ୍ଷରିତ ହେଲା ଚୁକ୍ତିନାମା
ବିଶେଷ ଖବର

ଗୋପାଳପୁର ବନ୍ଦରର ବିକାଶ ତଥା ସଂପ୍ରସାରଣ ପାଇଁ ସ୍ୱାକ୍ଷରିତ ହେଲା ଚୁକ୍ତିନାମା

May 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗୋପାଳପୁର ବନ୍ଦରର ବିକାଶ ତଥା ସଂପ୍ରସାରଣ ପାଇଁ ସ୍ୱାକ୍ଷରିତ ହେଲା ଚୁକ୍ତିନାମା

ଭୁବନେଶ୍ୱର: ଗୋପାଳପୁର ବନ୍ଦରର ବିକାଶ ଓ ବିସ୍ତାର ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ଗୋପାଳପୁର ବନ୍ଦର ଲିମିଟେଡ୍‌ ମଧ୍ୟରେ ଆଜି ସଂଶୋଧିତ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଖାରବେଳ ଭବନସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ସମ୍ମିଳନୀ କକ୍ଷରେ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ଉପସ୍ଥିତିରେ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷ ଓ ବାଣିଜ୍ୟ ଓ ପରିବହନ ବିଭାଗ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି।

ଗଞ୍ଜାମ ଜିଲ୍ଲାର ଅର୍ଜୀପାଲୀଠାରେ ଅବସ୍ଥିତ ଗୋପାଳପୁର ବନ୍ଦର ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ ଦ୍ୱାରା ନିୟନ୍ତ୍ରିତ ଓ ପରିଚାଳିତ ହୋଇ ଆସୁଥିଲା। ଏହାକୁ ଏକ ସବୁଦିନିଆ ବନ୍ଦରରେ ବିକଶିତ ଓ ସଂପ୍ରସାରିତ କରିବା ପାଇଁ ସରକାରଙ୍କ ବାଣିଜ୍ୟ ଏବଂ ପରିବହନ ବିଭାଗ ମାଧ୍ୟମରେ ୨୦୦୬ ମସିହା ସେପେଫମ୍ବର ୧୪ ତାରିଖରେ ସରକାରୀ-ବେସରକାରୀ ଭାଗୀଦାରି(ପିପିପି) ମୋଡ୍‌ରେ ମେସର୍ସ ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌) ଦ୍ୱାରା ପରିଚାଳିତ ବନ୍ଦର ପରିଚାଳନା ସଂସ୍ଥା ତଥା ଗୋପାଳପୁର ପୋର୍ଟ ଲିମିଟେଡ୍‌ ସହିତ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା, ଯାହାଫଳରେ ଋତୁକାଳୀନ ବନ୍ଦରରୁ ଏକ ସବୁଦିନିଆ ବନ୍ଦରରେ ରୂପାନ୍ତରିତ ହୋଇପାରିଛି।

ସମୟ କ୍ରମେ ୨୦୧୭ ମସିହା ଜାନୁଆରୀ ୧୮ ତାରିଖରେ ଗୋପାଳପୁର ବନ୍ଦର ପରିଚାଳନା ସଂସ୍ଥାରେ ମେସର୍ସ ଶପୋର୍ଜୀ ପାଲୋଞ୍ଜି ପୋର୍ଟ ମେଣ୍ଟେନାନ୍ସ ପ୍ରା. ଲିଃ. (ଏସ୍‌ପିଏମ୍‌ଏଲ୍‌)ର ଯୋଗଦାନ ଏବଂ ଅଂଶଧନ ପରିବର୍ତ୍ତନ ଯୋଗୁ ଏସ୍‌ପିଏମ୍‌ଏଲ୍‌ ଦ୍ୱାରା ସଂଖ୍ୟାଗରିଷ୍ଠ ଅଂଶଧନ ହାସଲ ଏବଂ ବନ୍ଦର ପରିଚାଳନା କ୍ଷମତା ମେସର୍ସ ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ରୁ ମେସର୍ସ ଶପୋର୍ଜୀ ପାଲୋଞ୍ଜି ପୋର୍ଟ ମେଣ୍ଟେନାନ୍ସ ପ୍ରା. ଲିଃ.କୁ ସ୍ଥାନାନ୍ତରିତ ହୋଇଛି। ଏହି ବନ୍ଦର ପରିଚାଳନା କ୍ଷମତା ସ୍ଥାନାନ୍ତରଣ ଯୋଗୁଁ ଗୋପାଳପୁର ବନ୍ଦର ସହ ସଂଶୋଧିତ ରିହାତି ଚୁକ୍ତିନାମା ସ୍ୱାକ୍ଷର କରିବା ଆବଶ୍ୟକ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ବେହେରା ପ୍ରକାଶ କରିଛନ୍ତି।

ପ୍ରକାଶ ଥାଉ କି, ଏହି ରିହାତି ଚୁକ୍ତିନାମା ସ୍ୱାକ୍ଷର ପାଇଁ ତା. ୦୭ ଡିସେମ୍ବର ୨୦୨୧ରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଏହା ଅନୁମୋଦନ ଲାଭ କରିଥିଲା ଓ ଆଜି  ଗୋପାଳପୁର ବନ୍ଦରର ବିକାଶ ଓ ବିସ୍ତାର ନିମନ୍ତେ ସଂଶୋଧିତ ରିହାତି ଚୁକ୍ତିନାମା ସ୍ୱାକ୍ଷର କରାଗଲା ବୋଲି ମନ୍ତ୍ରୀ ଶ୍ରୀ ବେହେରା ପ୍ରକାଶ କରିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ସଂଜୟ ମିଶ୍ର, ବନ୍ଦର ନିର୍ଦ୍ଦେଶକ ପଦ୍ମଲୋଚନା ରାଉଳ, ଗୋପାଳପୁର ବନ୍ଦର ସି.ଇ.ଓ କ୍ୟାପ୍‌ଟେନ୍‌ ସନ୍ଦୀପ ଅଗ୍ରୱାଲ୍‌, ବନ୍ଦର ଉପଦେଷ୍ଟା ଅରବିନ୍ଦ ପାଣିଗ୍ରାହୀ, କର୍ପୋରେଟ୍‌ ଆଫୟାର୍ସ ଉପସଭାପତି ଡ. ଜଗଦୀଶ ଚନ୍ଦ୍ର ରାଉତ, ପରିଚାଳକ ରତିରଞ୍ଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

ଗୋପାଳପୁର ବନ୍ଦର ବାଣିଜ୍ୟ ଓ ପରିବହନ ବିଭାଗ ବିଷ୍ଣୁପଦ ସେଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

April 21, 2026

​କାଳିପଲ୍ଲୀ ପଞ୍ଚାୟତରେ ବ୍ୟାପୁଥିବା କିଡ଼ନୀ ରୋଗର ନିରପେକ୍ଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ

April 21, 2026

୧୮ ନୂଆ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

April 21, 2026
Latest News

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.